News18 Odia Digital
ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ଏ ପର୍ଯ୍ୟନ୍ତ ସର୍ବାଧିକ ସଂଖ୍ୟାର କରୋନା ଭାଇରସ୍ ସଂକ୍ରମିତ ବ୍ୟକ୍ତି । ୧୬ଟି ଜିଲ୍ଲାରୁ ଗୋଟିଏ ଦିନରେ ସାମ୍ନାକୁ ଆସିଛି ୨୨୫ ଜଣ କରୋନା ସଂକ୍ରମିତ । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୯୬ ଜଣ ଚିହ୍ନଟ ହୋଇଥିବା ବେଳେ ବାକି ୨୯ ଜଣ ସ୍ଥାନୀୟ ବାସିନ୍ଦା ।
ଏହି ନୂଆ ୨୨୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୯୨ ଜଣ ସାମ୍ନାକୁ ଆସିଛନ୍ତି । ଗଞ୍ଜାମରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୧୯, କନ୍ଧମାଳ ଓ ପୁରୀରୁ ୧୫ ଜଣ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରୁ ୧୩, ବଲାଙ୍ଗିରରୁ ୧୨ ଓ ମୟୂରଭଞ୍ଜରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ଼ ଓ ଢେଙ୍କାନାଳରୁ ୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସାମ୍ନାକୁ ଆସିଛନ୍ତି । ଭଦ୍ରକରୁ ୫, କେନ୍ଦ୍ରାପଡ଼ାରୁ ୪ ଓ କଳାହାଣ୍ଡିରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ବରରୁ ୨, ଅନୁଗୁଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨୩କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟର ବିଭିନ୍ନ କୋଭିଡ୍ ହସପିଟାଲରେ ଚିକିତ୍ସିତ ହେଉଛନ୍ତି ୧,୨୩୬ ଜଣ କରୋନା ରୋଗୀ । ଏ ପର୍ଯ୍ୟନ୍ତ ସୁସ୍ଥ ହୋଇ ଫେରିଲେଣି ୨,୪୭୪ ସଂକ୍ରମିତ । ରାଜ୍ୟରେ କରୋନା ଭାଇରସ୍ ଏ ପର୍ଯ୍ୟନ୍ତ ୧୦ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ।

ଓଡ଼ିଶାରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍
ରାଜଧାନୀ ଭୁବନେଶ୍ବରରେ ଗତ ୨୪ ଘଣ୍ଟାରେ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ହୋମ୍ କ୍ବାରେଣ୍ଟାଇନରୁ ୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ଜଣେ ଅଛନ୍ତି । ଡୁମୁଡୁମାରେ ଜଣେ ଜଣେ ୪୮ ବର୍ଷୀୟ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେ ନିକଟରେ ଗଞ୍ଜାମ ଯାଇଥିଲେ । ଭୀମପୁର ଓ ଭରତପୁରରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦୁଇ ଜଣ ଦିଲ୍ଲୀ ଫେରନ୍ତା ହୋମ୍ କ୍ବାରେଣ୍ଟାଇନରେ ଥିଲେ । ଏ ପର୍ଯ୍ୟନ୍ତ ଭୁବନେଶ୍ବରରେ ମୋଟ୍ ୧୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୦ ଜଣ ସୁସ୍ଥ ହୋଇଥିବା ବେଳେ ୪୨ ଜଣ ଚିକିତ୍ସାଧୀନ ଅଛନ୍ତି ବୋଲି ଭୁବନେଶ୍ବର ମହାନଗର ନିଗମ (ବି.ଏମ.ସି.) ଟ୍ବିଟ୍ କରି ସୂଚନା ଦେଇଛି ।
ଫ୍ରଣ୍ଟଲାଇନ ଯୋଦ୍ଧାଙ୍କ ଠାରେ ଦେଖାଦେଇଥିବା କରୋନା ସଂକ୍ରମଣ ଯୋଗୁଁ ରାଜ୍ୟରେ ଚିନ୍ତା ବଢ଼ିଛି । ଏବେ ଛତ୍ରପୁରର SDPO ଓ IIC କରୋନା ପଜିଟିଭ୍ ହୋଇଛନ୍ତି । ଏହି ଦୁଇ ପୋଲିସ ଅଧିକାରୀ କରୋନା ଆକ୍ରାନ୍ତ ହୋଇଥିବା ନେଇ ସୂଚନା ଦେଇଛନ୍ତି ଗଞ୍ଜାମ ଏସ.ପି. ବ୍ରିଜେଶ ରାୟ । ଟ୍ବିଟ୍ ଯୋଗେ ସୂଚନା ଦେଇ ଉଭୟଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ସେ । ଭାଇରସ୍ ମୁକାବିଲା କ୍ଷେତ୍ରରେ କୋରୋନା ଯୋଦ୍ଧାଙ୍କ ପ୍ରୟାସ ପ୍ରଶଂସନୀୟ ବୋଲି ସେ କହିଛନ୍ତି । ଏହା ଅନ୍ୟମାନଙ୍କୁ ମଧ୍ୟ ଉତ୍ସାହର ସହ କାମ କରିବାକୁ ପ୍ରେରଣା ଦେବ ବୋଲି ଏସ୍ପି ଟ୍ବିଟ୍ କରି କହିଛନ୍ତି।
କଳାହାଣ୍ଡିରେ ଚିହ୍ନଟ ହୋଇଥିବା ତିନି ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ମହିଳା ଡାକ୍ତର ଅଛନ୍ତି । ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ୨ ଜଣ ଡାକ୍ତର ପଜିଟିଭ ହୋଇଥିବା ଜଣାପଡିଛି । ଏହା ଜାଣିବା ପରେ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସିଲ୍ କରିଛି ପ୍ରଶାସନ । ତୃତୀୟ ଆକ୍ରାନ୍ତ ଜଣକ ହେଉଛନ୍ତି ତେଲଙ୍ଗାନା ଫେରନ୍ତା । କଳାହାଣ୍ଡିରେ ଆଉ ୩ କୋରୋନା ଆକ୍ରାନ୍ତ ବାହାରିଥିବା ନେଇ ସୂଚନା ଦେଇଛନ୍ତି ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ଜଗୁଲାଲ ଅଗ୍ରୱାଲ ।
ଏହା ବି ପଢ଼ନ୍ତୁ: ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତିଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲାସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛିହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେକରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେକରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲାPublished by:Anand Shankar Thankur Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।