ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ; ଆହୁରି ୧୧୨ ଜଣ ଆକ୍ରାନ୍ତ ଚିହ୍ନଟ ହେଲେ

ଗଞ୍ଜାମ ଜିଲ୍ଲାରେ କୋଭିଡ ହସପିଟାଲରେ ଚିକିତ୍ସାଧୀନ ଜଣେ ୫୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ଏ ଯାଏଁ ରାଜ୍ୟରେ NDRF, ଓଡ୍ରାଫ୍‌ ଓ ଅଗ୍ନିଶମ ବିଭାଗର ମୋଟ ୧୩୬ ଯବାନ କରୋନା ସଂକ୍ରମିତ ହେଲେଣି ।

କଟକର ଏକ ମଲକୁ ଡ୍ରେସ୍ କିଣିବାକୁ ଆସିଥିବା ଜଣେ ଯୁବତୀଙ୍କ ତାପମାତ୍ରା ମପାଯାଉଛି ।

କଟକର ଏକ ମଲକୁ ଡ୍ରେସ୍ କିଣିବାକୁ ଆସିଥିବା ଜଣେ ଯୁବତୀଙ୍କ ତାପମାତ୍ରା ମପାଯାଉଛି ।

  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଇଛି କିଲର କରୋନା ଭାଇରସ । ଗଞ୍ଜାମ ଜିଲ୍ଲାରେ ଜଣେ ୫୫ ବର୍ଷୀୟ ବ୍ୟକ୍ତିଙ୍କର କରୋନାରେ ମୃତ୍ୟୁ ହୋଇଛି । ସେ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ରାଜ୍ୟରେ ଆଜି ଆହୁରି ୧୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗଞ୍ଜାମରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କର ଶ୍ବାସଜନିତ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ଥିଲା । ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ କରୋନା ଯୋଗୁଁ ଘଟିଥିବା ମୃତ୍ୟୁ ସଂଖ୍ୟା ୫ରେ ପହଞ୍ଚିଛି । ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି ।

ନୂଆ ଟିହ୍ଟଟ ହୋଇଥିବା ୧୧୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣା ପଡ଼ିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୪୯୮କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୨,୩୫୪ ଜଣ ସୁସ୍ଥ ହୋଇଥିବା ବେଳେ ୧,୧୩୧ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

ଗଞ୍ଜାମ ଜିଲ୍ଲାରେ ଏକ ବିଦ୍ୟାଳୟ କାନ୍ଥରେ ଅଙ୍କାଯାଇଥିବା କରୋନା ସଚେତନତା ଛବି


ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ପୁରୀରେ ସର୍ବାଧିକ ୧୫ ଜଣ ଅଛନ୍ତି । ଖୋର୍ଦ୍ଧାରୁ ୮ ଜଣ, ମୟୂରଭଞ୍ଜରୁ ୭, ଅନୁଗୁଳ ଓ ଗଞ୍ଜାମରୁ ୬ ଜଣ ଲେଖାଏଁ  ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦୁଝର, ଗଜପତି ଓ ସମ୍ବଲପୁରରୁ ୫ ଜଣ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଓ ବାଲେଶ୍ବରରୁ ମଧ୍ୟ ୫ ଜଣ ଲେଖାଏଁ ଆକ୍ରାନ୍ତ ବାହାରିଛନ୍ତି । ସୁନ୍ଦରଗଡ଼ ଓ ନୟାଗଡ଼ର ୪ ଜଣ ଲେଖାଏଁ, ଏବଂ ଯାଜପୁର, ବୌଦ୍ଧ ଓ କଟକର ୩ ଜଣ ଲେଖାଏଁ ପଜିଟିଭ ମାମଲା ସାମନାକୁ ଆସିଛି । ଝାରସୁଗୁଡ଼ା ଓ ଦେବଗଡ଼ର ୨ ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଅମ୍ଫନ ବାତ୍ୟାର ଯୋଦ୍ଧାଙ୍କ ସୁରକ୍ଷାକୁ ନେଇ ବଢ଼ିଛି ଚିନ୍ତା । ରାଜ୍ୟରେ ଆଜି ଏନଡିଆରଏଫ (NDRF), ଓଡ୍ରାଫ୍‌ (ODRAF) ଓ ଅଗ୍ନିଶମ ବିଭାଗ (fire brigade)ର ପୁଣି ୨୧ ଜଣ ଯବାନ କରୋନାରେ ସଂକ୍ରମିତ ହୋଇଛନ୍ତି । ଗତ କାଲି ୫୪ ଜଣ ଯବାନ ଭାଇରସରେ ସଂକ୍ରମିତ ହୋଇଥିଲେ । ଏହାକୁ ମିଶାଇ ଏ ଯାଏଁ ରାଜ୍ୟରେ ଏନଡିଆରଏଫ, ଓଡ୍ରାଫ୍‌ ଓ ଅଗ୍ନିଶମ ବିଭାଗର ମୋଟ ୧୩୬ ଯବାନ କରୋନା ସଂକ୍ରମିତ ହେଲେଣି । ଏ ସମସ୍ତ ଯବାନ ବାତ୍ୟା ଅମ୍ଫନ ପୁନରୁଦ୍ଧାର କାର୍ଯ୍ୟ ପାଇଁ କୋଲକାତା ଯାଇଥିଲେ । ସେଠାରୁ ଫେରିବା ପରେ ଏହି ଯବାନମାନେ କରୋନାରେ ସଂକ୍ରମିତ ହୋଇଛନ୍ତି । କୋଲକାତା ଯାଇଥିବା ସମସ୍ତ ଯବାନ କ୍ବାରେଣ୍ଟାଇନରେ ଥିଲେ ।

ଏହା ବି ପଢ଼ନ୍ତୁ: 

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
Published by:Anand Shankar Thankur Das
First published: