ରାଜ୍ୟରେ କରୋନା ନେଲା ଆଉ ଏକ ଜୀବନ; ଆଜି ୧୮୬ ପଜିଟିଭ୍ ଚିହ୍ନଟ; ୧୧୪ ଜଣ ସୁସ୍ଥ ହେଲେ

କରୋନା ଭାଇରସ୍ ସଂକ୍ରମଣରେ ଆକ୍ରାନ୍ତ ହେବା ପରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷୀୟ ପୁରୁଷ । ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଛି । ଆଜି ଭୁବନେଶ୍ବରରୁ ଆଉ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗଞ୍ଜାମରେ ଦୁଇ ଜଣ ମହିଳା ସ୍ୱାସ୍ଥ୍ୟକର୍ମୀ କରୋନା ଡ୍ୟୁଟି ପାଇଁ ଯାଉଛନ୍ତି ।

ଗଞ୍ଜାମରେ ଦୁଇ ଜଣ ମହିଳା ସ୍ୱାସ୍ଥ୍ୟକର୍ମୀ କରୋନା ଡ୍ୟୁଟି ପାଇଁ ଯାଉଛନ୍ତି ।

  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ଜଣେ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍‌ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୧୮୬ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ଆଉ ୧୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

କରୋନା ଭାଇରସ୍‌ ସଂକ୍ରମଣରେ ଆକ୍ରାନ୍ତ ହେବା ପରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷୀୟ ପୁରୁଷ । ସେ ମଧୁମେହ ଓ କିଡନୀ ସହ ଅନ୍ୟାନ୍ୟ ରୋଗରେ ବି ପୀଡ଼ିତ ଥିଲେ । ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଛି । ଏହି ମୃତ୍ୟୁ ସହ ରାଜ୍ୟରେ କୋଭିଡ୍‌-୧୯ ଭାଇରସ୍‌ ଜନିତ ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚିଛି ।

ଏବେ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୦୮କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ସୁନ୍ଦରଗଡ଼ର ସର୍ବାଧିକ ୩୦ ଓ ଖୋର୍ଦ୍ଧାର ୨୩ ଜଣ ଅଛନ୍ତି । ଗଞ୍ଜାମର ୧୭, କଟକର ୧୧, ମୟୂରଭଞ୍ଜର ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଗଜପତିର ୮, ବରଗଡ଼ର ୫, ନୟାଗଡ଼ର ୪, ବଲାଙ୍ଗିରର ୩, ବାଲେଶ୍ବର, କୋରାପୁଟ ଓ ସମ୍ବଲପୁରର ଜଣେ ଲେଖାଏଁ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଆଜି ପଜିଟିଭ୍‌ ଚିହ୍ନଟ ହୋଇଥିବା ୧୮୬ ଜଣ ବ୍ୟକ୍ତିଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୭୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳରୁ ସର୍ବାଧିକ ୨୨ ପଜିଟିଭ ସାମ୍ନାକୁ ଆସିଥିବା ବେଳେ ଓ ଖୋର୍ଦ୍ଧାରୁ ୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୧୬ଟି ଓ ବରଗଡ଼ରୁ ୧୬ଟି ନୂଆ କେସ୍‌ ସାମ୍ନାକୁ ଆସିଛି । ଗଜପତିରୁ ୧୫, ମୟୂରଭଞ୍ଜରୁ ୧୩, ଯାଜପୁର ୧୨ ଓ କଟକରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସଟଡାଉନ୍ ବେଳେ ଭୁବନେଶ୍ୱରରେ ରାସ୍ତା ସବୁ ଶୁନ୍ ଶାନ୍ ରହିଛି ।


କେନ୍ଦୁଝର ଓ ଜଗତସିଂହପୁରରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୭, ଗଞ୍ଜାମରୁ ୪, ସୁନ୍ଦରଗଡ଼ରୁ ୩ ପଜିଟିଭ ମାମଲା ସାମ୍ନାକୁ ଆସିଛି । ଝାରସୁଗୁଡ଼ା, ଢେଙ୍କାନାଳ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ା, ଭଦ୍ରକ, ଅନୁଗୁଳ ଓ ମାଲକାନଗିରିରୁ ଜଣେ ଲେଖାଏଁ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ୧୮୬ ନୂଆ ସଂକମିତ ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୯୦୯କୁ ବୃଦ୍ଧି ପାଇଛି ।

ଭୁବନେଶ୍ବରରୁ ଆଜି ଆଉ ୧୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବରରୁ ଆଜି ଆଉ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୪ ଜଣ ଘରୋଇ ସଙ୍ଗରୋଧ କେନ୍ଦ୍ରରୁ ଓ ୨ ଜଣ ସ୍ଥାନୀୟ ବାସିନ୍ଦା । ପଟିଆ ଶ୍ରୀବିହାରର ଜଣେ ୩୧ ବର୍ଷୀୟ ଯୁବକ ଓ ଜଣେ ୬୫ ବର୍ଷୀୟ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ପଟିଆ ଶ୍ରୀବିହାରର ଜଣେ ୫୮ ବର୍ଷୀୟ ମହିଳା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜୟଦେବବିହାରର ୭୧ ବର୍ଷୀୟ ମହିଳା ଓ ୪୦ ବର୍ଷୀୟ ପୁରୁଷ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଶାସ୍ତ୍ରୀନଗରରୁ ୨ ଜଣ, ଡୁମୁଡୁମାରରୁ ଜଣେ, କଳିଙ୍ଗବିହାରୁ ଜଣେ, ସତ୍ୟ ନଗରରୁ ଜଣେ ଓ ନୟାପଲ୍ଲୀରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରସୁଲଗଡ଼ର ଜଣେ ୪୭ ବର୍ଷୀୟ ପୁରୁଷ ଓ ଯଦୁପୁରର ୩୧ ବର୍ଷୀୟ ପୁରୁଷ ଆକ୍ରାନ୍ତ ହୋଇଛନ୍ତି । ୟୁନିଟ୍-୩ର ଜଣେ ୬୦ ବର୍ଷୀୟ ମହିଳା ଆକ୍ରାନ୍ତ ହୋଇଥିବା ବେଳେ ପଳାଶୁଣୀର ଜଣେ ୨୫ ବର୍ଷୀୟ ପୁରୁଷ ପଜିଟିଭ ଚିହ୍ନୟ ହୋଇଛନ୍ତି ।

ଘରୋଇ ହସ୍ପିଟାଲରେ କାର୍ଯ୍ୟରତ ଜଣେ ୩୨ ବର୍ଷୀୟ ପୁରୁଷ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ଏହି ୧୬ ଜଣ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ ମୋଟ ପଜିଟିଭଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି ପାଇଛି। ଏଥିରୁ ୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୫୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ୩ ଜଣଙ୍କର ମୃତ୍ୟୁ ହୋଇଛି ।

ଏହା ବି ପଢ଼ନ୍ତୁ: 

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇରେ ନିଜ ଘରେ ଆତ୍ମହତ୍ୟା କଲେ

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
First published: