News18 Odia Digital
ଭୁବନେଶ୍ୱର: ରାଜ୍ୟରେ ଆଜି ୧୩୦ ଜଣ କରୋନା ଭାଇରସ୍ ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ୧୨୩ ଜଣ ଆକ୍ରାନ୍ତ । ଏହି ସଂଖ୍ୟା ରାଜ୍ୟ ପାଇଁ ଏକ ରେକର୍ଡ଼ ।
ଏ ଯାଏଁ ରାଜ୍ୟରେ ସୁସ୍ଥ ହେଲେଣି ମୋଟ ୧,୬୦୪ ଜଣ କରୋନା ରୋଗୀ । ଆଜି ଗଞ୍ଜାମରୁ ସର୍ବାଧିକ ୩୫ ଓ କଟକରୁ ୨୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ନୂଆପଡ଼ା ଓ ବଲାଙ୍ଗିରରୁ ୧୪ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହି ପରି ଖୋର୍ଦ୍ଧାରୁ ୧୦ ଜଣ ଓ କନ୍ଧମାଳରୁ ୭ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । କୋରାପୁଟରୁ ୫ ଓ କେନ୍ଦ୍ରାପଡ଼ାରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବାଲେଶ୍ବର, ଢେଙ୍କାନାଳ ଓ ନୟାଗଡ଼ରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଅନୁଗୁଳ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।
ଆଜି ୧୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୦୮କୁ ବୃଦ୍ଧି ପାଇଛି । ରାଜ୍ୟରେ ଆଜି ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହେବା ପରେ ଏ ପର୍ଯ୍ୟନ୍ତ ମୋଟ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ଆଜି କଟକରୁ ସର୍ବାଧିକ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ଆଜି ୨୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୧୨, ସୁନ୍ଦରଗଡ଼ ଓ ଗଜପତିରୁ ୭ ଲେଖାଏଁ ଓ କୋରାପୁଟରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ ଓ ଭଦ୍ରକରେ ୪ ଜଣ ଲେଖାଏଁ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଯାଜପୁର ଓ ବଲାଙ୍ଗିରରୁ ୩ ଜଣ ଲେଖାଏଁ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଓ କଳାହାଣ୍ଡିରୁ ୩ ଜଣ, ଢେଙ୍କାନାଳ, କେନ୍ଦୁଝର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ ସଂକ୍ରମିତ ବାହାରିଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍
ଆଜି ପୁରୀ, ରାୟଗଡ଼ା, ଜଗତସିଂହପୁର, ଅନୁଗୁଳ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୬ ଜଣ ଆକ୍ରାନ୍ତ ।
ଗଜପତି ଜିଲ୍ଲାରେ ଆଜି ସାମ୍ନାକୁ ଆସିଥିବା ସାତଟି ନୂଆ କରୋନା ପଜିଟିଭ୍ ମାମଲାରୁ ତିନି ଜଣ ମହାରାଷ୍ଟ୍ର ଫେରନ୍ତା ହୋଇଥିବା ବେଳେ ଜଣେ ଗୁଜରାଟ ଓ ବାକି ତିନି ଜଣ ତାମିଲ ନାଡୁରୁ ଫେରିଥିବା ଜଣାପଡିଛି । ଏମାନେ ମହାରାଷ୍ଟ୍ର, ତାମିଲ ନାଡୁ ଓ ଗୁଜରାଟରୁ ଫେରିବା ପରେ ବିଭିନ୍ନ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଥିଲେ ଓ ସ୍ୱାବ୍ ଟେଷ୍ଟ ରିପୋର୍ଟରେ ପଜିଟିଭ୍ ଜଣାପଡ଼ିଥିଲେ ବୋଲି ଗଜପତି ଜିଲ୍ଲାପାଳ ଅନୁପମ ଶାହା ସୂଚନା ଦେଇଛନ୍ତି ।
ଏହା ବି ପଢ଼ନ୍ତୁ: ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲାନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛିହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲାକରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେକରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା୧୫ ଜୁନ୍ ପାଖାପାଖି ସପିଂ ମଲ୍ ଓ ସିନେମା ହଲ୍ ଖୋଲିପାରେ; ଲାଗୁ ହେବ ଏହି ନୂଆ ନିୟମPublished by:Anand Shankar Thankur Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।