ସ୍ବାସ୍ଥ୍ୟ କର୍ମୀ, ଗର୍ଭବତୀ ଓ ୬୦ ବର୍ଷରୁ ଅଧିକ ଲୋକଙ୍କୁ କରୋନା ଟିକାରେ ପ୍ରାଥମିକତା ମିଳିବ: ନବୀନ

କରୋନା ଟିକା ନେବା ପର୍ଯ୍ୟନ୍ତ ମାସ୍କ ହିଁ ସବୁ ଠାରୁ ଫଳପ୍ରଦ ପ୍ରତିରୋଧକ ଉପାୟ ହୋଇଥିବାରୁ ସମସ୍ତଙ୍କୁ ମାସ୍କ ବ୍ୟବହାର କରିବା ସହିତ ସାମାଜିକ ଦୂରତା ରକ୍ଷା କରିବା ଓ ବାରମ୍ବାର ହାତ ଧୋଇବାକୁ କହିଛନ୍ତି ମୁଖ୍ୟ ମନ୍ତ୍ରୀ ।

ସ୍ବାସ୍ଥ୍ୟ କର୍ମୀ, ଗର୍ଭବତୀ ଓ ୬୦ ବର୍ଷରୁ ଅଧିକ ଲୋକଙ୍କୁ କରୋନା ଟିକାରେ ପ୍ରାଥମିକତା ମିଳିବ: ନବୀନ
ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ
  • News18 Odia
  • Last Updated: November 18, 2020, 11:59 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital
ଭୁବନେଶ୍ୱର: କରୋନାର ମୁକାବିଲା ପାଇଁ ବିଭିନ୍ନ ଟିକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଓ ଟିକା ମିଳିବାର ଆଶା ଉଜ୍ଜଳ ହୋଇଛି । ଟିକା ପ୍ରଦାନ ସମୟରେ ସ୍ବାସ୍ଥ୍ୟ କର୍ମୀଙ୍କ ସମେତ ଗର୍ଭବତୀ ମହିଳା ଓ ୬୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବ୍ୟକ୍ତିଙ୍କୁ ଟିକା ପ୍ରଦାନରେ ପ୍ରାଥମିକତା ଦିଆଯିବ ବୋଲି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ଏ କ୍ଷେତ୍ରରେ ଗୁରୁତର ରୋଗ ଭୋଗୁଥିବା ରୋଗୀଙ୍କର ଡାଟାବେସ୍‌ ସହାୟକ ହେବ ବୋଲି ମୁଖ୍ୟ ମନ୍ତ୍ରୀ କହିଛନ୍ତି ଓ ସମାଜର ବିପଦାପନ୍ନ ବର୍ଗର ବ୍ୟକ୍ତିମାନଙ୍କୁ ଟିକା ପ୍ରଦାନ ସମୟରେ ବୃତ୍ତିଗତ, ବୈଜ୍ଞାନିକ, ସଂପୂର୍ଣ୍ଣ ଫଳପ୍ରଦ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି ।

ଏହା ବି ପଢ଼ନ୍ତୁ | Bihar Polls: ଲଣ୍ଡନରେ ପଢ଼ି ଫେରିଥିବା ପୁଷ୍ପମ୍ ପ୍ରିୟା କହିଲେ ‘‘EVM ହ୍ୟାକ୍ ହୋଇ NDAକୁ ଗଲା ଭୋଟ୍’’

‘‘ଟିକା ନେବା ପର୍ଯ୍ୟନ୍ତ ମାସ୍କ ହିଁ ହେଉଛି ସବୁଠାରୁ ଅଧିକ ଫଳପ୍ରଦ ପ୍ରତିରୋଧକ । ତେଣୁ ସମସ୍ତେ ମାସ୍କ ବ୍ୟବହାର କରିବା ସହିତ ସାମାଜିକ ଦୂରତା ରକ୍ଷା କରିବା ଓ ହାତ ଧୋଇବା ଆଦି ସୁରକ୍ଷା ବ୍ୟବସ୍ଥା ଜାରି ରଖିବା ଉଚିତ,’’ ବୁଧବାର ଦିନ କୋଭିଡ ପରିଚାଳନା ସମ୍ପର୍କରେ ସମୀକ୍ଷା ଅବସରରେ ମୁଖ୍ୟ ମନ୍ତ୍ରୀ କହିଥିଲେ । ଆମେରିକା ଓ ପଶ୍ଚିମ ଇଉରୋପୀୟ ଦେଶ ଏବଂ ନୂଆ ଦିଲ୍ଲୀରେ ଯେଭଳି କୋଭିଡର ଦ୍ବିତୀୟ ପ୍ରବାହ ଆରମ୍ଭ ହୋଇଛି, ତାକୁ ଦୃଷ୍ଟିରେ ରଖି ଆମେ ସତର୍କତାକୁ ଜାରି ରଖିବା ଆବଶ୍ୟକ ବୋଲି ମୁଖ୍ୟ ମନ୍ତ୍ରୀ କହିଥିଲେ।

ଗୋଟିଏ ମାସ ଭିତରେ ଆମେରିକାରେ ସଂକ୍ରମଣ ତିନି ଗୁଣ ବଢ଼ିବା ରୋଗର ଗୁରୁତର ଦିଗ ପ୍ରତି ସୂଚିତ କରାଉଛି । ତେଣୁ ଆମକୁ ଶୀତ ଋତୁ ଯୋଗୁଁ ସତର୍କ ରହିବା ସହିତ କୋଭିଡ ହସପିଟାଲର ICU ଗୁଡିକୁ ମଧ୍ୟ କାର୍ଯ୍ୟକ୍ଷମ ରଖାଯାଇଛି ବୋଲି ସେ କହିଥିଲେ ।

ଏହା ବି ପଢ଼ନ୍ତୁ | ୧୦ ମାସର ଶିଶୁ ପୁତ୍ରକୁ ଧରି ଥାନାରେ କର୍ତ୍ତବ୍ୟ ପାଳନ କରୁଛନ୍ତି ମହିଳା କନଷ୍ଟେବଲ୍; ତାଙ୍କ ସ୍ୱାମୀ ସେନାରେ କାର୍ଯ୍ୟରତ

‘‘ଆମର ଆଗୁଆ ଯୋଜନା, ଭିତ୍ତିଭୂମି ସୃଷ୍ଟି, ଦକ୍ଷତା ଓ ବିଭିନ୍ନ ସ୍ତରରେ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଫଳପ୍ରଦ ତଦାରଖ ଜରିଆରେ ଆମେ ଯେପରି ସଂକ୍ରମଣକୁ ନିୟନ୍ତ୍ରଣ କରିପାରିଲେ, ଟିକାକରଣ ପାଇଁ ମଧ୍ୟ ଏବେ ଠାରୁ ସେହି ଅନୁଭବକୁ ଉପଯୋଗ କରିବାର ଆବଶ୍ୟକତା ରହିଛି,’’ କହିଛନ୍ତି ମୁଖ୍ୟ ମନ୍ତ୍ରୀ ।

ଲୋକଙ୍କ ଜୀବନ ଜୀବିକା ଯେପରି ବ୍ୟାହତ ନ ହୁଏ ସେ ଦିଗ ପ୍ରତି ମଧ୍ୟ ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟ ମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି ଏବଂ ଏହାର ନିୟମିତ ସମୀକ୍ଷା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ବି ପଢ଼ନ୍ତୁ | ବିବାହିତା ଶିକ୍ଷୟତ୍ରୀ ୧୫ ବର୍ଷୀୟ ଛାତ୍ର ସହ ଶାରୀରିକ ସମ୍ପର୍କ ରଖିଲେ, କହିଲେ, ‘‘ମୁଁ ଗର୍ଭବତୀ ହେଲି’’

ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଶୀତ ଋତୁରେ ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ବ୍ୟବସ୍ଥା ଏବଂ ଜୀବନଜୀବିକା ସମ୍ପର୍କରେ ନିଆଯାଇଥିବା ପଦକ୍ଷେପ ଉପରେ ମୁଖ୍ୟ ମନ୍ତ୍ରୀଙ୍କୁ ବିସ୍ତୃତ ଭାବରେ ଅବଗତ କରାଇଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ଶୃଙ୍ଖଳିତ ଟିକାକରଣ ପାଇଁ ନିଆଯାଇଥିବା ପଦଷେପ ସମ୍ପର୍କରେ ଉପସ୍ଥାପନା କରିଥିଲେ । ରାଜ୍ୟରେ କରୋନା ସଂକ୍ରମଣରେ ଉଲ୍କେଖନୀୟ ହ୍ରାସ ଘଟୁଛି ବୋଲି ସେ ସୂଚନା ଦେଇଥିଲେ ।

ମୁଖ୍ୟ ମନ୍ତ୍ରୀ ପୂଜା ଋତୁରେ ଜନସାଧାରଣ ଶୃଙ୍ଖଳିତ ଭାବରେ ନିୟମ ପାଳନ କରିଥିବାରୁ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ନିଷ୍ଠା ଯୋଗୁଁ ଆଜି ଓଡିଶାରେ ଆରୋଗ୍ୟ ହାର ୯୭ ପ୍ରତିଶତ ବୃଦ୍ଧି ପାଇ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ଟପି ଥିବାରୁ ସେମାନଙ୍କୁ ବିଶେଷ ଧନ୍ୟବାଦ ଜଣାଇଥିଲେ ।



କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା କିପରି ପରିଚାଳନା କରାଯାଇପାରିବ ସେ ସମ୍ପର୍କରେ ବିଚାର ଆଲୋଚନା କରିବା ପାଇଁ ମଧ୍ୟ ମୁଖ୍ୟ ମନ୍ତ୍ରୀ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏ ଦିଗରେ ଭାରତ ସରକାର ଏବଂ ଅନ୍ୟ ରାଜ୍ୟମାନେ କଣ ପଦକ୍ଷେପ ନେଉଛନ୍ତି ତାକୁ ମଧ୍ୟ ବିଚାରକୁ ନେବା ଆବଶ୍ୟକ ବୋଲି ମୁଖ୍ୟ ମନ୍ତ୍ରୀ କହିଥିଲେ ।
Published by: Anand Shankar Thankur Das
First published: November 18, 2020, 11:59 PM IST
corona virus btn
corona virus btn
Loading