କରୋନା ଭାଇରସ (ପ୍ରତୀକାତ୍ମକ ଛବି)
News18 Odia Digital
ଭାରତରେ କରୋନା ମାମଲାରେ କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨ ହଜାରରୁ ଅଧିକ ମାମଲା ପଞ୍ଜିକୃତ ହୋଇଛି। ଯାହାକି ଗୋଟିଏ ଦିନ ଅପେକ୍ଷା ପ୍ରାୟ ୪ ହଜାର ଅଧିକ। ସମୁଦାୟ ୧୨,୨୧୩ ନୂତନ କରୋନା ମାମଲା ରିପୋର୍ଟ ହୋଇଛି। ଏହା ପରେ, ସକ୍ରିୟ ମାମଲା ସଂଖ୍ୟା ୫୮ ହଜାରରୁ ଅଧିକରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ହେତୁ ୧୧ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୨୧୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୫୭,୭୩୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୮୦୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭୬୨୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୭୪୭,୧୨।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫୮୨୧୫।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୫,୬୭,୩୭,୦୧୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୬୩,୯୦,୪୪୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୫,୧୯,୪୧୯ଟି ନମୁନା।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।