News18 Odia Digital
ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୮୪୭ ଟି ନୂଆ କରୋନା ମାମଲା ପଞ୍ଜିକୃତ ହୋଇଛି। ଗତକାଲି ତୁଳନାରେ ଏହା ୫.୨%% ଅଧିକ। ସର୍ବାଧିକ ୪,୨୫୫ ମାମଲା ସହିତ ମହାରାଷ୍ଟ୍ର ତାଲିକାର ଶୀର୍ଷରେ ଅଛି। ଏହା ପରେ କେରଳରେ ୩,୪୧୯ ମାମଲା, ଦିଲ୍ଲୀରେ ୧,୩୨୩ ଟି ମାମଲା, କର୍ଣ୍ଣାଟକରେ ୮୩୩ ଟି ମାମଲା ଏବଂ ହରିୟାଣାରେ ୬୨୫ଟି ମାମଲା ରୁଜୁ ହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣଙ୍କ ମୃତ୍ୟୁ ପଞ୍ଜିକୃତ ହୋଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୮୪୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୭୦,୫୭୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୮୧୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭୯୮୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୮୨୬,୯୭।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬୩୦୬୩।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୫,୮୪,୦୩,୪୭୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।