News18 Odia Digital
ଭୁବନେଶ୍ୱର: ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ୧,୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହା ଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଏନ୍.ଆର.ଇ.ଜି.ଏ. ଶ୍ରମିକ ଓ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ ।
‘‘କୋଭିଡ ମହାମାରୀ ଦ୍ବାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି । କିନ୍ତୁ ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। କୋଭିଡ ମହାମାରୀର ପ୍ରଥମ ଲହର ସମୟରେ ଗତ ବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ବିଭିନ୍ନ ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ କୋଭିଡ ମହାମାରୀର ପ୍ରତିକୁଳ ପ୍ରଭାବରୁ ବହୁ ପରିମାଣରେ ଆଶ୍ବସ୍ତି ଦେଇଥିଲା । କୋଭିଡର ଦ୍ବିତୀୟ ଲହର ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପର୍ଯ୍ୟାୟକ୍ରମେ ଗତ ଦୁଇ ମାସ ହେଲା ଲକ୍ଡାଉନ ଜାରି ରହିଛି । ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି। ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ ଘୋଷଣା କରାଯାଇଛି,’’ କହିଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏହା ବି ପଢ଼ନ୍ତୁ | ମର୍ମନ୍ତୁଦ ଦୁର୍ଘଟଣା! ଗୋଟିଏ ଚିତାରେ ଜଳିଲା ପତି ଓ ପତ୍ନୀଙ୍କ ଶବ; ପାଖରେ ପୁଅକୁ ପୋତାଗଲାଏହି ପ୍ୟାକେଜ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଛା ୧,୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ତିନିଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟ ମନ୍ତ୍ରୀ ଘୋଷଣା କରିଛନ୍ତି ।
ଏହା ବି ପଢ଼ନ୍ତୁ | ଜୁ୍ନ୍ ୩୦ ପୂର୍ବରୁ ଆଧାର ଓ PAN କାର୍ଡ଼ ଲିଙ୍କ୍ ନ କଲେ ଜୋରିମାନା ହେବ; କେମିତି କରିବେ ଜାଣନ୍ତୁକୋଭିଡ ଲକ୍ଡାଉନ ସମୟରେ ସହରାଞ୍ଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ‘ମୁକ୍ତା ଯୋଜନା’ କାର୍ଯ୍ୟକାରୀ କରୁଛନ୍ତି । ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥା ଅଧୀନରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ । NREGS ଯୋଜନାରେ କାମ କରୁଥିବା ଶ୍ରମିକମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟ ମନ୍ତ୍ରୀଙ୍କ ସହାୟତା ଭାବରେ ଦିଆଯିବ । ଅପ୍ରେଲ ୨୧ରୁ ଜୁନ୍ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ । ଏହି ସମୟ ମଧ୍ୟରେ NREGS ଯୋଜନାରେ ୬ କୋଟି ମାନବ ଦିବସ ସୃଷ୍ଟି କରାଯାଇଛି ବୋଲି ସରକାର କହିଛନ୍ତି ।
ଏହା ବି ପଢ଼ନ୍ତୁ ଓ ଦେଖନ୍ତୁ VIDEO | ଭୂଇଁ ଗିଳିଦେଲା କାର୍! ମୁମ୍ବାଇ ଓ ଇସ୍ରାଏଲରେ ଏମିତି ଦୁଇଟି ଘଟଣା ଘଟିଛି; ଦେଖନ୍ତୁ VIDEOରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ପ୍ରତି ବ୍ୟକ୍ତିଙ୍କୁ ୫ କେଜି ଲେଖାଏ ଚାଉଳ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟ ମନ୍ତ୍ରୀ ଘୋଷଣା କରିଛନ୍ତି । ଏଥି ପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ।
ଏହା ବି ପଢ଼ନ୍ତୁ | OPINION: ଯେବେ ଲୋକଙ୍କ ସଙ୍କଟ ବେଳେ PM ମୋଦି ସଙ୍କଟମୋଚକ ହୋଇଛନ୍ତି, ସାହାଯ୍ୟ କରିଛନ୍ତିଓଡିଶାରେ ରହୁଥିବା ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତିଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫,୦୦୦ ଟଙ୍କା ଲେଖାଏଁ ଦିଆଯିବ ବୋଲି ମୁଖ୍ୟ ମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩୩.୧୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ । ତଫସିଲଭୁକ୍ତ ଜାତି ଓ ଜନଜାତିର ଛାତ୍ରଛାତ୍ରୀଙ୍କର ଅପ୍ରେଲ୍ ୨୧ରୁ ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ପ୍ରି-ମ୍ୟାଟ୍ରିକ୍ ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ଯ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ଓ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ ବୋଲି ସରକାର କହିଛନ୍ତି ।
ଏହା ବି ପଢ଼ନ୍ତୁ | କରୋନାର Delta ରୂପ ସାରା ବିଶ୍ୱରେ ଚିନ୍ତା ବଢ଼ାଇଲା; ଅନେକ ଦେଶରେ ପୁଣି ଲକଡାଉନ୍ ଲାଗୁ ହେଲାରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କ ପାଇଁ ମୁଖ୍ୟ ମନ୍ତ୍ରୀ ପ୍ରତି ଶ୍ରମିକ ୧,୫୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏ ବାବଦରେ ମୋ’ଟ ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ।
ସ୍ବତନ୍ତ୍ର ବିଦ୍ୟାଳୟମାନଙ୍କରେ ପଢୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ ଏବଂ ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ଯ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ । ଏହା ଦ୍ବାରା ୨୬, ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ବୋଲି କହିଛନ୍ତି ସରକାର ।
ଏହା ବି ପଢ଼ନ୍ତୁ ଓ ଦେଖନ୍ତୁ VIDEO | ପ୍ରାୟ ‘ନଗ୍ନ’ ପୋଷାକରେ ରାଖୀ ସାୱନ୍ତଙ୍କ ବ୍ୟାୟାମର VIDEO ଭାଇରାଲ୍ ହେଲା, ପ୍ରଶ୍ନ ଠିଆ କଲାଘରେ ରହି ଅନ୍ଲାଇନ ଜରିଆରେ ପାଠ ପଢୁଥିବା ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କର ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧,୨୪୫ ଟଙ୍କା ଦିଆଯିବ। ଏହା ଦ୍ବାରା ୬,୪୭୧ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଓ ଏ ବାବଦରେ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ବୋଲି କହିଛନ୍ତି ସରକାର ।
ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏଁ ଦିଆଯିବ ବୋଲି ମୁଖ୍ୟ ମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ୩୪୪ ଜଣ ଅଣ-ଆବାସିକ ଛାତ୍ରଛାତ୍ରୀଙ୍କୁ ଅପ୍ରେଲ ୨୧ରୁ ଜୁନ୍ ୨୧ ପର୍ଯ୍ୟନ୍ତ ୩୭୦ ଟଙ୍କା ଲେଖାଏ ମାସିକ ଅନୁଦାନ ଯୋଗାଇ ଦିଆଯିବ । ଏଥି ପାଇଁ ୩ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି କହିଛନ୍ତି ସରକାର ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।