୩୦ ତାରିଖ ଶନିବାର ସନ୍ଧ୍ୟା ୫ଟା ୩୦ରେ ସବୁ ଓଡ଼ିଆ ଗାଆନ୍ତୁ ‘ବନ୍ଦେ ଉତ୍କଳ ଜନନୀ’: ନବୀନ

Naveen Patnaik appeals for Vande Utkala Janani | କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବାକୁ ଆହ୍ୱାନ ଦେଇ ମୁଖ୍ୟ ମନ୍ତ୍ରୀ ସବୁ ଓଡ଼ିଆଙ୍କୁ ମଇ ୩୦ ତାରିଖ ଶନିବାର ସନ୍ଧ୍ୟା ୫ଟା ୩୦ରେ ଯିଏ ଯେଉଁଠି ଥାଆନ୍ତୁ ‘ବନ୍ଦେ ଉତ୍କଳ ଜନନୀ’ ଗୀତଟି ଗାଇବାକୁ ଅନୁରୋଧ କରିଛନ୍ତି ।

୩୦ ତାରିଖ ଶନିବାର ସନ୍ଧ୍ୟା ୫ଟା ୩୦ରେ ସବୁ ଓଡ଼ିଆ ଗାଆନ୍ତୁ ‘ବନ୍ଦେ ଉତ୍କଳ ଜନନୀ’: ନବୀନ
ସବୁ ଓଡ଼ିଆଙ୍କୁ ଭିଡିଓ ବାର୍ତ୍ତା ଦେଉଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବାକୁ ସବୁ ଓଡ଼ିଆଙ୍କୁ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ‘ବନ୍ଦେ ଉତ୍କଳ ଜନନୀ’ ଗୀତଟି ଗାଇବାକୁ ଅନୁରୋଧ କରିଛନ୍ତି । ‘‘ମଇ ୩୦ ତାରିଖ ଶନିବାର ସଂଧ୍ୟା ୫ଟା ୩୦ ସମୟରେ ଆପଣମାନେ ଦୁନିଆରେ ଯେଉଁଠାରେ ବି ଥାଆନ୍ତୁ, ସମସ୍ତେ ସାମାଜିକ ଦୂରତା ରକ୍ଷା କରି ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନ କରନ୍ତୁ । ଏହା ଦ୍ୱାରା ଆଗ ଧାଡିର କରୋନା ଯୋଦ୍ଧାଙ୍କୁ ଆମେ ସମ୍ମାନ ଜଣାଇପାରିବା,’’ କହିଛନ୍ତି ପଟ୍ଟନାୟକ ।

ଏକ ଭିଡିଓ ବାର୍ତ୍ତା ଜରିଆରେ ‘‘ସାଢେ ଚାରି କୋଟି ଓଡିଆ ଭାଇଭଉଣୀଙ୍କୁ’’ ଏହି ଅନୁରୋଧ କରୁଛନ୍ତି ବୋଲି କହିଛନ୍ତି ମୁଖ୍ୟ ମନ୍ତ୍ରୀ। ‘‘ଏହା ଆମର ସଂକଳ୍ପକୁ ଆହୁରି ଦୃଢ଼ କରିବା ପାଇଁ ପ୍ରେରଣା ଯୋଗାଇବ । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦାବୀ ସମୟରେ ଉତ୍କଳ ସମ୍ମିଳନୀର ଆଦ୍ୟ ସଂଗୀତ ଥିଲା ‘ବନ୍ଦେ ଉତ୍କଳ ଜନନୀ’ (Vande Utkala Janani)। ଓଡିଆ ଜାତୀୟତାର ବନ୍ଧନକୁ ଏହା ମଜବୁତ କରିଥିଲା । ବର୍ତ୍ତମାନ ସମୟରେ ଏହା ଓଡିଆ ଜାତିକୁ, ଆମ ସମସ୍ତଙ୍କୁ ଅଭୂତପୂର୍ବ ପ୍ରେରଣା ଯୋଗାଇବ,’’ କହିଛନ୍ତି ପଟ୍ଟନାୟକ ।

ରାଜ୍ୟରେ କରୋନା ସ୍ଥିତି ବାବଦରେ ବାର୍ତ୍ତା ଦେଇ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି: ‘‘ଦୁଇ ମାସ ଧରି ସାରା ଦୁନିଆ ଏକ ବହୁତ ବଡ ଜଟିଳ ପରିସ୍ଥିତିର ସାମନା କରୁଛି । ବଡ଼ ବଡ଼ ଧନୀ ଦେଶ, ଶକ୍ତିଶାଳୀ ଦେଶରେ ବି କୋଭିଡ ଆତଙ୍କ ସୃଷ୍ଟି କରିଛି । ସେହି ଏକା ସମୟରେ ଆମ ଓଡ଼ିଶା ବି କୋଭିଡ ବିରୁଦ୍ଧରେ ତାର ଯୁଦ୍ଧ ଆରମ୍ଭ କଲା । କୋଭିଡରୁ ଲୋକଙ୍କୁ ରକ୍ଷା କରିବା ଓ ଲୋକଙ୍କ ଜୀବନ ବଞ୍ଚାଇବା ସେତେବେଳେ ମୋ’ ସରକାରଙ୍କ ପ୍ରାଥମିକତା ଥିଲା । ପ୍ରତିଟି ଜୀବନର ସୁରକ୍ଷା ହେଉଛି ମୋ ପାଇଁ ସବୁ ଠାରୁ ଗୁରୁତ୍ବପୂର୍ଣ୍ଣ । ସେତେବେଳେ ଆମେ ଯାହା ବି ନୀତି, ଯାହା ବି ପଦକ୍ଷେପ ଗ୍ରହଣ କରିଥିଲୁ, ତା’ର ଏକ ମାତ୍ର ଲକ୍ଷ୍ୟ ଥିଲା ମୋ’ର ପ୍ରିୟ ସାଢେ ଚାରି କୋଟି ଓଡିଶାବାସୀଙ୍କ ଜୀବନ ରକ୍ଷା ।’’

ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦାବୀ ସମୟରେ ଉତ୍କଳ ସମ୍ମିଳନୀର ଆଦ୍ୟ ସଂଗୀତ ଥିଲା ‘ବନ୍ଦେ ଉତ୍କଳ ଜନନୀ’ ।


କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବାରେ ଓଡିଶା ଆଜିକା ଦିନରେ କେବଳ ଭାରତବର୍ଷରେ ନୁହେଁ, ସାରା ବିଶ୍ବରେ ଏକ ଉଦାହରଣ ସୃଷ୍ଟି କରିପାରିଛି ବୋଲି କହିଛନ୍ତି ମୁଖ୍ୟ ମନ୍ତ୍ରୀ । ‘‘କୋଭିଡରେ ଓଡିଶାର ମୃତ୍ୟୁ ହାର ସାରା ଦୁନିଆରେ ସବୁ ଠାରୁ କମ୍‌ ଅଛି । କରୋନା ପୀଡିତମାନଙ୍କ ମଧ୍ୟରୁ ଅଧାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଲେଣି ।

ଓଡିଶା ପରି ଗୋଟିଏ ରାଜ୍ୟ ତଥା ଆମ ଓଡିଶାବାସୀଙ୍କ ପାଇଁ ଏହା ଏକ ବଡ଼ ସଫଳତା । ଦୁନିଆର ଶକ୍ତିଶାଳୀ ଦେଶ ତଥା ଭାରତର ବଡ ବଡ ରାଜ୍ୟ, ଧନୀ ରାଜ୍ୟମାନେ ମଧ୍ୟ କରୋନା ଯୁଦ୍ଧରେ ଏତେ ସଫଳତା ପାଇପାରି ନାହାନ୍ତି । ଆଜିକା ଦିନରେ ଓଡିଆ ଜାତି ପାଇଁ ଏହା ଏକ ଅଭୂତପୂର୍ବ ସଫଳତା,’’ ସେ କହିଛନ୍ତି ।

‘‘ଏହି ସମୟରେ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରିଛନ୍ତି । ତଥାପି କୋଭିଡ ବିରୁଦ୍ଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାମାନଙ୍କ  ତ୍ୟାଗ, ନିଷ୍ଠା ଓ ପ୍ରତିବଦ୍ଧତା । ସିଏ ଯିଏ ବି ହୁଅନ୍ତୁ, ଲୋକ ପ୍ରତିନିଧି, ସରକାରୀ ବା ବେସରକାରୀ କର୍ମଚାରୀ ସମସ୍ତେ ନିଜ ନିଜର ସୁଖଦୁଃଖକୁ ପଛରେ ପକାଇ ଯେଭଳି ସେବା ଯୋଗାଇ ଚାଲିଛନ୍ତି, ତା’ର ତୁଳନା ନାହିଁ । ସେହି ପରି ଏହି ଯୁଦ୍ଧରେ ସାରା ଓଡିଶାବାସୀ ସରକାରଙ୍କ ପଦକ୍ଷେପକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେଥି ପାଇଁ ମୁଁ ସମସ୍ତଙ୍କ ନିକଟରେ ଋଣୀ ।  ଏହାସହିତ ମହାପ୍ରଭୁଙ୍କ ଆଶୀର୍ବାଦ ମଧ୍ୟ ସବୁବେଳେ ଆମ ସଥିରେ ରହିଛି,’’ ଏହି ଭିଡିଓ ବାର୍ତ୍ତାରେ କହିଛନ୍ତି ମୁଖ୍ୟ ମନ୍ତ୍ରୀ।

‘‘ଏହି ପରିପ୍ରେକ୍ଷୀରେ ଓଡିଶା ମାଟି ସହ ସମ୍ପର୍କ ଥିବା ସମସ୍ତଙ୍କୁ, ଆମର ସାଢେ ଚାରି କୋଟି ଓଡିଆ ଭାଇଭଉଣୀଙ୍କୁ ମୁଁ ଅନୁରୋଧ କରୁଛି ଯେ ମଇ ୩୦ ତାରିଖ ଶନିବାର ଦିନ ସଂଧ୍ୟା ୫ଟା ୩୦ ସମୟରେ ଆପଣମାନେ ଦୁନିଆରେ ଯେଉଁଠାରେ ବି ଥାଆନ୍ତୁ, ସମସ୍ତେ ସାମାଜିକ ଦୂରତା ରକ୍ଷା କରି ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ କରନ୍ତୁ । ଏହାର ଉଦ୍ଦେଶ୍ୟ ହେଉଛି ଆମର କୋଭିଡ ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ।’’

‘‘ଆଗକୁ ଆମ ପାଇଁ ଆହୁରି କଠିନ ରାସ୍ତା ଆସିପାରେ । ଆଗାମୀ ଦିନର ଆହ୍ବାନକୁ ସଫଳ ଭାବରେ ମୁକାବିଲା କରିବା ଏବଂ ନୂଆ ସଂକଳ୍ପ ନେଇ କାମ କରିବା ପାଇଁ ଏହା ଆମକୁ ଶକ୍ତି ଯୋଗାଇବ। ଏ ବିଶ୍ବାସ ମୋ’ର ଅଛି,’’ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇ କହିଛନ୍ତି ମୁଖ୍ୟ ମନ୍ତ୍ରୀ ।

ଦୟାକରି ଦୁଇ ମିନିଟ୍‌ ସମୟ ଦେଇ ଏହି ସର୍ଭେରେ ଭାଗ ନିଅନ୍ତୁ: କରୋନା ଲକଡାଉନ୍‌ ସର୍ଭେ

ଏହା ବି ପଢ଼ନ୍ତୁ: ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

ଏହା ବି ପଢ଼ନ୍ତୁ: ‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ଏହା ବି ପଢ଼ନ୍ତୁ: ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଏହା ବି ପଢ଼ନ୍ତୁ: ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଏହା ବି ପଢ଼ନ୍ତୁ: ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

ଏହା ବି ପଢ଼ନ୍ତୁ: ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଏହା ବି ପଢ଼ନ୍ତୁ: ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ଏହା ବି ପଢ଼ନ୍ତୁ: ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ଏହା ବି ପଢ଼ନ୍ତୁ: କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

ଏହା ବି ପଢ଼ନ୍ତୁ: କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା

ଏହା ବି ପଢ଼ନ୍ତୁ: ୧୫ ଜୁନ୍ ପାଖାପାଖି ସପିଂ ମଲ୍ ଓ ସିନେମା ହଲ୍ ଖୋଲିପାରେ; ଲାଗୁ ହେବ ଏହି ନୂଆ ନିୟମ
First published: May 28, 2020, 8:11 PM IST
corona virus btn
corona virus btn
Loading