ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଆହୁରି ୧୭୯ ଜଣ ନୂଆ ପଜିଟିଭ ଚିହ୍ନଟ ହେଲେ

ମୃତ ବ୍ୟକ୍ତି ଜଣକ ପୁରୀ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ । ଭୁବନେଶ୍ବରର ଡୁମଡୁମାକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ନୂଆ ୧୭୯ ଜଣ ପଜିଟିଭଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୫୭ ଓ ଖୋର୍ଦ୍ଧାରୁ ୨୭ ଜଣ ଅଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ ହେଲାଣି ।

(ପ୍ରତୀକାତ୍ମକ ଛବି)

(ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଭାଇରସ୍‌ ସଂକ୍ରମିତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଏଥି ସହ ଏ ପର୍ଯ୍ୟନ୍ତ ରାଜ୍ୟରେ କରୋନା ସଂକ୍ରମଣରେ ହୋଇଥିବା ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତ ଆଉ ୧୭୯ ଜଣ କରୋନା ପଜିଟିଭ ।

କରୋନା ସଂକ୍ରମଣ ପରେ ଚିକିତ୍ସାଧୀନ ଥିବା ମୃତ ବ୍ୟକ୍ତି ଜଣକ ପୁରୀ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ । ସେ ଲମ୍ବା ସମୟ ଧରି ଫୁସଫୁସ୍‌ ରୋଗରେ ପୀଡ଼ିତ ଥିଲେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଭୁବନେଶ୍ବରର ଡୁମଡୁମାକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ସୁବାସ ନଗର ବସ୍ତିରୁ ଏକାଧିକ ଆକ୍ରାନ୍ତ ଚିହ୍ନଟ ହେବା ପରେ ନିଆଯାଇଛି ଏହି ପଦକ୍ଷେପ । କୌଣସି ଟ୍ରାଭେଲ୍‌ ହିଷ୍ଟ୍ରି ନ ଥାଇ ଏଠାରୁ ବାହାରିଛନ୍ତି ଏକାଧିକ ପଜିଟିଭ । ତେଣୁ ଡୁମଡୁମାକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି BMC କମିସନର । ହନୁମାନ ମନ୍ଦିରଠାରୁ ଶନି ମନ୍ଦିର ଯାଏ କଣ୍ଟେନମେଣ୍ଟ ଜୋନ ଘୋଷଣା ହୋଇଛି । କଣ୍ଟେନମେଣ୍ଟ ଜୋନରେ BMC ପକ୍ଷରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇ ଦିଆଯିବ।

ଆଜିର ନୂଆ ୧୭୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୦ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୯ ଜଣ ଚିହ୍ନଟ ହୋଇଛନ୍ତି । ଏଥି ସହ ରାଜ୍ୟରେ ଏ ପର୍ଯ୍ୟନ୍ତ କରୋନା ପଜିଟିଭ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୪,୮୫୬କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୧୭୯ ଜଣ ପଜିଟିଭଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୫୭ ଜଣ ଓ ଖୋର୍ଦ୍ଧାରୁ ୨୭ ଜଣ ସାମ୍ନାକୁ ଆସିଛନ୍ତି । କେନ୍ଦୁଝରରୁ ୧୮, କଟକରୁ ୧୫, ମୟୂରଭଞ୍ଜରୁ ୧୦, ଅନୁଗୁଳରୁ ୬, କେନ୍ଦ୍ରାପଡ଼ା, ରାୟଗଡ଼ା ଓ ଭଦ୍ରକରୁ ୫ ଜଣ ଲେଖାଏଁ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣର ତାଜା ସ୍ଥିତିର ମ୍ୟାପ୍


ଜଗତସିଂହପୁରରୁ ୪ ଜଣ ଓ  ଯାଜପୁରର ୩ ଜଣ କରୋନା ଆକ୍ରାନ୍ତ ସାମ୍ନାକୁ ଆସିଛନ୍ତି । ବରଗଡ଼ ଓ ମାଲକାନଗିରିରୁ ୨ ଜଣ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁର ଓ ଦେବଗଡ଼ର ଜଣେ ଲେଖାଏଁ କରୋନା ପଜିଟିଭ ସାମ୍ନାକୁ ଆସିଛନ୍ତି । ପଶ୍ଚିମ ବଙ୍ଗରୁ ଅମ୍ଫାନ ବାତ୍ୟା ପରେ ପୁନଃରୁଦ୍ଧାର କାର୍ଯ୍ୟ ସାରି ଡ୍ୟୁଟିରୁ ଫେରିଥିବା ୧୮ ଜଣ ଏନ.ଡି.ଆର.ଏଫ୍‌. (NDRF) ଯବାନ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୪,୮୫୬ ଜଣ କରୋନା ପଜିଟିଭଙ୍କ ମଧ୍ୟରୁ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩,୨୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୧,୫୪୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି ।

ଭୁବନେଶ୍ଵର କ୍ୟାପିଟାଲ ହସ୍ପିଟାଲର ରକ୍ତ ଭଣ୍ଡାରର ଜଣେ ଲ୍ୟାବ ଟ୍ୟାକ୍ନିସିଆନ୍‌ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ପରେ ରକ୍ତ ଭଣ୍ଡାରକୁ କିଛି ସମୟ ପାଇଁ ବନ୍ଦ କରିଦିଆଯାଇଛି l ଫଳରେ କିଛି ରୋଗୀ ଓ ତାଙ୍କ ସମ୍ପର୍କୀୟ ରକ୍ତ ନ ପାଇ ନିରାଶ ହୋଇ ଫେରିଛନ୍ତି । ରକ୍ତଭଣ୍ଡାରର ପ୍ରତ୍ୟେକ ରୁମକୁ  ସାନିଟାଇଜ କରାଯାଉଛି । ଏହି ରକ୍ତ ଭଣ୍ଡାର ନିର୍ଦ୍ଦେଶକ ପରିସ୍ଥିତିର ସମୀକ୍ଷା କରିଛନ୍ତି  l

ଦେଶରେ ବି ବଢ଼ି ଚାଲିଛି କରୋନା ସଂକ୍ରମଣ । ଦିନକରେ ୩୭୫ ଜଣ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ରେକର୍ଡ଼ ୧୪,୫୧୬ ଜଣ ପଜିଟିଭି ଚିହ୍ନଟ ହୋଇଛନ୍ତି । ଏହା ସହ ଦେଶରେ ମୃତ୍ୟୁ ସଂଖ୍ୟା ୧୨,୯୪୮କୁ ବୃଦ୍ଧି ପାଇଥିବା ବେଳେ ୩ ଲକ୍ଷ ୯୫ ହଜାର ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେଥିରୁ ୧ ଲକ୍ଷ ୬୩ ହଜାର ୨୬୯ ଚିକିତ୍ସାଧୀନ ଥିବା ବେଳେ ୨ ଲକ୍ଷ ୧୩ ହଜାର ୮୩୧ ସୁସ୍ଥ ହୋଇ ସାରିଛନ୍ତି ।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧୪୨ ଜଣ ପ୍ରାଣ ହରାଇଥିବା ବେଳେ ୩,୮୨୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ସହ କେବଳ ମହାରାଷ୍ଟ୍ରରେ ମୃତ୍ୟୁସଂଖ୍ୟା ୫,୮୯୩ ହୋଇଛି ଓ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୪ ହଜାରରୁ ଅଧିକ ହୋଇଛି । ଦିଲ୍ଲୀରେ ୨,୦୩୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁହେଲାଣି । ଗୁଜରାଟରେ ୧,୬୧୮ଜଣ, ତାମିଲନାଡୁରେ ୬୬୬ ଜଣ, ପଶ୍ଚିମ ବଙ୍ଗରେ ୫୨୯ ଜଣ ଓ ମଧ୍ୟ ପ୍ରଦେଶରେ ୪୯୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇସାରିଛି ।

ଏହା ବି ପଢ଼ନ୍ତୁ: 

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ଟିଭିରେ ବାରମ୍ବାର ଦେଖି ୧୭ ବର୍ଷୀୟା ଛାତ୍ରୀ ଆତ୍ମହତ୍ୟା କଲା

ଆତ୍ମହତ୍ୟା କରୁଥିବା ଲୋକେ ମରିବାକୁ ଚାହୁଁଛନ୍ତି ବୋଲି ବି ନିଶ୍ଚିତ ନ ଥାନ୍ତି; ମିଡ଼ିଆର ଭୂମିକା ମହତ୍ୱପୂର୍ଣ୍ଣ

ଫ୍ୟାକ୍ଟ ଚେକ୍: ଏହି ତି୩ଟି ମୃତ୍ୟୁକୁ ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ସହ ଯୋଡ଼ାଯାଉଛି କାହିକି?

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇରେ ନିଜ ଘରେ ଆତ୍ମହତ୍ୟା କଲେ

କାହିଁକି ଡିପ୍ରେସନରେ ଥିଲେ ସୁଶାନ୍ତ ସିଂ ରାଜପୁତ? କଥିତ ଗର୍ଲଫ୍ରେଣ୍ଡ ରିୟାଙ୍କ ସହ ପଚରାଉଚରା କରିବ ପୋଲିସ୍‌

ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବ ମ୍ୟାନେଜର୍ ଦିଶା ୫ ଦିନ ତଳେ ୧୨ ମହଲାରୁ ତଳକୁ ଖସି ମରିଥିଲେ

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
Published by:Anand Shankar Thankur Das
First published: