ଲକଡାଉନ: ରାଜ୍ୟର ଆଇନ୍ ଅମାନ୍ୟକାରୀଙ୍କ ଠାରୁ ଆଦାୟ ହେଲାଣି ୧ କୋଟି ୩୮ ଲକ୍ଷ ଟଙ୍କାର ଫାଇନ୍

ଓଡିଶା ପୋଲିସ ଲକଡାଉନ ସମୟରେ ଯେଭଳି ଉଚ୍ଚ ମାନର ସଂଯମ ସହିତ ମର୍ଯ୍ୟାଦା ଓ ମାନବିକତା ପ୍ରଦର୍ଶନ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିଛନ୍ତି ସେଥି ପାଇଁ ପୋଲିସ ବାହିନୀକୁ ଉଚ୍ଚ ପ୍ରଶଂସା କରିଛନ୍ତି ମୁଖ୍ୟ ମନ୍ତ୍ରୀ ।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ଆଲୋଚନା କରୁଛନ୍ତି ନବୀନ ପଟ୍ଟନାୟକ ଓ 5T ସଚିବ ଭି.କେ ପାଣ୍ଡିଆନ ।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ଆଲୋଚନା କରୁଛନ୍ତି ନବୀନ ପଟ୍ଟନାୟକ ଓ 5T ସଚିବ ଭି.କେ ପାଣ୍ଡିଆନ ।

  • Share this:
News18 Odia Digital

ଭୁବନେଶ୍ୱର: ଲକଡାଉନ ସମୟରେ ଆଇନ ଉଲ୍ଲଙ୍ଘନକାରୀଙ୍କ ବିରୁଦ୍ଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ପୋଲିସ । ବିଭିନ୍ନ ନିୟମ ଉଲଙ୍ଘନକାରୀଙ୍କ ଠାରୁ ପୋଲିସ  ୧ କୋଟି ୩୮ ଲକ୍ଷ ୬୩୦ ଟଙ୍କା ଜୋରିମାନା ଆଦାୟ କରିଛି । କେବଳ ମାସ୍କ ବ୍ୟବହାର ଉଲଙ୍ଘନରେ ସର୍ବାଧିକ  ୧ କୋଟି ୨୫ ଲକ୍ଷ ୮୪ ହଜାର ୧୮୦ ଟଙ୍କା ଆଦାୟ ହୋଇଥିବା ବେଳେ ସାମାଜିକ ଦୂରତ୍ବ ଉଲ୍ଲଙ୍ଘନ ପାଇଁ ୧୧ ଲକ୍ଷ ୭୪ ହଜାର ୩୫୦ ଟଙ୍କା ଓ ରାତ୍ରୀକାଳୀନ କର୍ଫ୍ୟୁ ଉଲ୍ଲଙ୍ଘନ ପାଇଁ ୧ ଲକ୍ଷ ୩ ହଜାର ୮୦୦ ଟଙ୍କା ଆଦାୟ କରାଯାଇଛି ।

ବରିଷ୍ଠ ପୋଲିସ ଅଧିକାରୀ, ବିଭିନ୍ନ ରେଞ୍ଜର ଡିଆଇଜି, ଜିଲ୍ଲାର ଡି.ସି.ପି ତଥା ଏସ୍‌.ପି.ମାନଙ୍କ ସହିତ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଲୋଚନା ବେଳେ ଏହି ତଥ୍ୟ ଜଣାପଡିଛି । ଲକଡାଉନ ସମୟରେ ଓଡିଶା ପୋଲିସ ଯେଭଳି ଉଚ୍ଚ ମାନର ସଂଯମ ସହିତ ମର୍ଯ୍ୟାଦା ଓ ମାନବିକତା ପ୍ରଦର୍ଶନ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିଛନ୍ତି ସେଥି ପାଇଁ ପୋଲିସ ବାହିନୀକୁ ଉଚ୍ଚ ପ୍ରଶଂସା କରିଥିଲେ ପଟ୍ଟନାୟକ । ଏହା ସହ ଲକଡାଉନ ସମୟରେ ଅନ୍ୟ ରାଜ୍ୟ ପ୍ରବାସୀ ଶ୍ରମିକଙ୍କୁ ଓଡିଶା ମଧ୍ୟ ଦେଇ ଯିବା ସମୟରେ ସହାୟତା ଦେବା ଏବଂ ‘Zero Walking Inside Odisha’ ନୀତିକୁ ପୋଲିସ କାର୍ଯ୍ୟକାରୀ କରିବାକୁ ନେଇ ମୁଖ୍ୟ ମନ୍ତ୍ରୀ ପୋଲିସକୁ ପ୍ରଶଂସା କରିଥିଲେ ।

ମୁଖ୍ୟ ମନ୍ତ୍ରୀ କହିଥିଲେ ଯେ ଲକଡାଉନ ସମୟରେ ପୋଲିସ ମାନବିକତା ଉପରେ ଗୁରୁତ୍ବ ଦେଇ କାମ କରିଛି । ‘‘କରୋନା ଯୁଦ୍ଧ ସରି ନାହିଁ। ତେଣୁ ଆମକୁ ଅଧିକ ସତର୍କ ହେବା ସହିତ ବୃତ୍ତିଗତ ଦକ୍ଷତାର ସହ କାମ କରିବାକୁ ପଡିବ। ଆଗାମୀ ଦିନରେ ଏହି ମନୋଭାବ ନେଇ ଆମେ ସେବା ଜାରି ରଖିବା,’’ କହିଥିଲେ ମୁଖ୍ୟ ମନ୍ତ୍ରୀ ।

ଓଡିଶା ପୋଲିସରେ ମାନବ ସମ୍ବଳର ଯୁକ୍ତିସଂଗତ  ପରିଚାଳନା କରି ଥାନା ମାନଙ୍କରେ ଅଧିକ କର୍ମଚାରୀ ମୁତୟନ ପାଇଁ ମୁଖ୍ୟ ମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥିପାଇଁ ୧୫ ଦିନ ମଧ୍ୟରେ ଉପଯୁକ୍ତ ଯୋଜନା ପ୍ରସ୍ତୁତ କରିବା ପାଇଁ ପୋଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହି ବୈଠକରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ବିଭିନ୍ନ ରେଞ୍ଜର ଡିଆଇଜି, ଓ ଏସ୍‌.ପି.ମାନେ ଭାଗନେଇଥିଲେ ।


‘‘ବାତ୍ୟା ଅମ୍ଫାନ ସମୟରେ ଆମର ଓଡ୍ରାଫ ଓ ଅଗ୍ନିଶମ ସେବାର କର୍ମଚାରୀମାନେ ପଶ୍ଚିମ ବଙ୍ଗ ଯାଇ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ । କରୋନା ଭୟ ସତ୍ତ୍ବେ ସେମାନେ କୋଲକତାରେ ଯେଭଳି ସାହସ ଓ ମାନବିକତାର ସହ ବିପନ୍ନ ଲୋକଙ୍କୁ ସେବା ଯୋଗାଇ ଦେଲେ, ତାହା ପ୍ରଶଂସନୀୟ,’’ କହିଥିଲେ ପଟ୍ଟନାୟକ । ସେମାନଙ୍କର ଏହି କାର୍ଯ୍ୟକୁ ସାରା ଦେଶ ପ୍ରଶଂସା କରୁଛି ବୋଲି ପ୍ରକାଶ କରି ଏହା ସମସ୍ତଙ୍କ ପାଇଁ ଅନୁକରଣୀୟ ବୋଲି ସେ କହିଥିଲେ ।  କୋଲକାତାରେ ବାତ୍ୟା ସମୟରେ ସହାୟତା ଯୋଗାଇବାକୁ ଯାଇ ଓଡ଼ିଶାର ଓଡ୍ରାଫ ଓ ଅଗ୍ନିଶମ ସେବାର କର୍ମଚାରୀମାନେ କରୋନା ଭୂତାଣୁ ଦ୍ବାରା ସଂକ୍ରମିତ ହୋଇଥିବାରୁ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦେବାକୁ ମୁଖ୍ୟ ମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କରିଥିଲେ ଯେ ଏହି ‘‘ଅସ୍ବାଭାବିକ ପରିସ୍ଥିତି’’ ମଧ୍ୟରେ ପ୍ରଶାସନର ସବୁ ଅଙ୍ଗ ଟିମ୍‌ ସ୍ପିରିଟ୍‌ ସହିତ କାମ କରୁଛି । ଏହି ଆହ୍ବାନର ମୁକାବିଲା କ୍ଷେତ୍ରରେ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ସବୁଠାରୁ ଆଗରେ ଅଛନ୍ତି ବୋଲି କହି ଏହି ଉତ୍ତମ କାର୍ଯ୍ୟକୁ ଜାରି ରଖିବା ପାଇଁ ସେ ପୋଲିସ ପ୍ରଶାସନକୁ ପରାମର୍ଶ ଦେଇଥିଲେ। ଜିଲ୍ଲା ସ୍ତରରେ ବ୍ୟକ୍ତିଗତ ସୁରକ୍ଷା ଉପକରଣ ଯଥେଷ୍ଟ ଭାବରେ ଉପଲବ୍‌ଧ ଅଛି । ପୋଲିସ ଏହାର ବ୍ୟବହାରକୁ ସୁନିଶ୍ଚିତ  କରିବା ପାଇଁ ସେ ଏସ୍‌.ପି.ମାନଙ୍କୁ ପରାମର୍ଶ ଦେଇଥିଲେ ।

ପୋଲିସ ମହାନିର୍ଦ୍ଦେଶକ ଅଭୟ ପୋଲିସ ପ୍ରଶାସନ ଦ୍ବାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ସେ କହିଥିଲେ ଯେ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମହିଳାମାନଙ୍କ ଉପରେ ଘରୋଇ ହିଂସାକୁ ରୋକିବା ପାଇଁ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି । ୯,୨୦୫ ଜଣ ମହିଳାଙ୍କ ସହିତ ଫୋନ ଜରିଆରେ ଯୋଗାଯୋଗ କରାଯାଇଛି । ଏଥିରେ ୫୩ଟି କେସ୍‌ରେ ଘରୋଇ ହିଂସାର ସୂଚନା ମିଳିଥିଲା ଏବଂ ଏଥି ପାଇଁ ପୋଲିସ ପକ୍ଷରୁ ଉପଯୁକ୍ତ ପଦକ୍ଷେପ ନିଆଯାଇଛି । ୮,୦୦୨ଟି ସାମୟିକ ମେଡିକାଲ କେନ୍ଦ୍ରର ସୁରକ୍ଷା ଦାୟିତ୍ବ ନିଆଯାଇଛି । ପୋଲିସ ପକ୍ଷକୁ ବିଭିନ୍ନ କ୍ଷେତ୍ରରେ ସଚେତନତା କାର୍ଯ୍ୟକ୍ରମ, ବିଶେଷ କରି ମାସ୍କ ବ୍ୟବହାର ଓ ସାମାଜିକ ଦୂରତ୍ବ ପାଳନ ପାଇଁ ଲୋକମାନଙ୍କୁ ସଚେତନ କରାଯାଉଛି ବୋଲି ସେ କହିଥିଲେ । ମାନବିକତା ସଂପନ୍ନ କାର୍ଯ୍ୟ କ୍ଷେତ୍ରରେ ମଧ୍ୟ ପୋଲିସ ଅଗ୍ରଣୀ ଭୂମିକା ନେଇଛି ବୋଲି ସେ କହିଥିଲେ।   ରାଜ୍ୟରେ କୌଣସି ପ୍ରବାସୀ ଯେପରି ଚାଲିକରି ନ ଯାଆନ୍ତି, ସେଥିପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ୫୨୪ଟି ଟ୍ରିପ୍‌ ଜରିଆରେ ସମୁଦାୟ ୨୪,୫୮୭ ଆନ୍ତଃରାଜ୍ୟ ପଥଚାରୀ ପ୍ରବାସୀଙ୍କୁ ସେମାନଙ୍କ ରାଜ୍ୟକୁ ପଠାଯାଇଛି ବୋଲି ସେ କହିଥିଲେ ।

ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ସତ୍ୟଜିତ ମହାନ୍ତି କହିଥିଲେ ଯେ କୋଲକାତାକୁ ଏପ୍ରିଲ ୨୫ରେ ୩୭୨ ଜଣ ଜବାନ ଯାଇ ୧୨ ଦିନ ପର୍ଯ୍ୟନ୍ତ ନିୟୋଜିତ ହୋଇଥିଲେ । ‘‘ସେମାନଙ୍କ କାର୍ଯ୍ୟକୁ କୋଲକାତାବାସୀ ଭୂୟସୀ ପ୍ରଶଂସା କରିଥିଲେ । ସେମାନେ ଯେତେବେଳେ କୋଲକାତା ଓ ହାଓଡାର ରାସ୍ତାରେ ଯାଉଥିଲେ, ସେତେବେଳେ ଦୁଇ ପାର୍ଶ୍ବର ଜନତା ଛିଡ଼ାହୋଇ ଓଡିଶା ମୁଖ୍ୟ ମନ୍ତ୍ରୀଙ୍କର ଉଚ୍ଚ ପ୍ରଶଂସା କରୁଥିଲେ,’’ କହିଥିଲେ ମହାନ୍ତି । ଏହି ଅବସରରେ ମୁଖ୍ୟ ମନ୍ତ୍ରୀ କୋଲକତାରୁ ଫେରିଥିବା  ଅଗ୍ନିଶମ କର୍ମଚାରୀଙ୍କ ସ୍ବାସ୍ଥ୍ୟବସ୍ଥା ସଂପର୍କରେ ବି ପଚାରି ବୁଝିଥିଲେ।

ମୁଖ୍ୟ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5T ସଚିବ ଭି.କେ ପାଣ୍ଡିଆନ କହିଥିଲେ ଯେ ବର୍ତ୍ତମାନ ସମୟରେ ବିଭିନ୍ନ ଲକଡାଉନ ନିୟମାବଳୀକୁ ପୋଲିସ ପ୍ରଶାସନ ଦକ୍ଷତାର ସହିତ ଲାଗୁ କରିପାରିଛି। ଯେକୌଣସି ନିର୍ଦ୍ଦେଶକୁ ତୁରନ୍ତ ଲାଗୁ କରିବା କ୍ଷେତ୍ରରେ ପୋଲିସ ଯେପରି କାର୍ଯ୍ୟଦକ୍ଷତା ଦେଖାଇଛି, ତାହା ପ୍ରଶଂସନୀୟ ଓ ସମସ୍ତ ନିର୍ଦ୍ଦେଶାବଳୀକୁ ପୋଲିସ ଅତ୍ୟନ୍ତ ସୂଚାରୁ ରୂପେ କାର୍ଯ୍ୟକାରୀ କରିଛି ବୋଲି ସେ କହିଥିଲେ । ବୃତ୍ତିଗତ ଦକ୍ଷତା ଓ  ମାନବୀୟ ମୂଲ୍ୟବୋଧ ମଧ୍ୟରେ  ଉତ୍ତମ ସମନ୍ବୟ ରକ୍ଷା କରିବାରେ ପୋଲିସ ସଫଳ ହୋଇଛି ବୋଲି ସେ ମତ ଦେଇଥିଲେ ।

ଏହା ବି ପଢ଼ନ୍ତୁ: 

ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି

ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍

ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ

ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍

ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା

ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍

ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ

ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା 

ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ

ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!

କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି

ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’

ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ

ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ

‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ

ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ

ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ

କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ

କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା
Published by:Anand Shankar Thankur Das
First published: