News18 Odia Digital
ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ କାରଣରୁ ଆହୁରି ଦୁଇ ଜଣ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ଆହୁରି ୧୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥି ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦କୁ ବୃଦ୍ଧି ପାଇଛି । ମୃତ୍ୟୁ ସଂଖ୍ୟା ବଢ଼ି ୧୫ ହୋଇଛି ।
ମୃତ୍ୟୁ ବରଣ କରିଥିବା ଦୁଇ ଜଣ ଆକ୍ରାନ୍ତ କଟକ ବାସିନ୍ଦା ପୁରୁଷ ଥିଲେ । ଜଣେ ୭୧ ବର୍ଷୀୟ ଓ ଅନ୍ୟ ଜଣକ ୫୩ ବର୍ଷୀୟ ଥିଲେ । ୭୧ ବର୍ଷୀୟ ବ୍ୟକ୍ତି ପୂର୍ବରୁ ମଧୁମେହ ଓ କିଡନି ରୋଗରେ ପୀଡ଼ିତ ଥିଲେ । ୫୩ ବର୍ଷୀୟ ପୁରୁଷ ମଧ୍ୟ ମଧୁମେହରେ ପୀଡ଼ିତ ଥିଲେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏହି ଦୁଇଟି ମୃତ୍ୟୁ ସହ କଟକରେ ଏ ପର୍ଯ୍ୟନ୍ତ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ୩ ହୋଇଛି ।
ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬୭ ଜଣ କରୋନା ପଜିଟିଭ ବ୍ୟକ୍ତିଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୦ ଜଣ ଅଛନ୍ତି । ବାକି ୧୭ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଗଜପତି ଜିଲ୍ଲାରେ ସର୍ବାଧିକ ୪୧, ଗଞ୍ଜାମରୁ ୩୦, ଜଗତସିଂହପୁରରୁ ୧୯, ମୟୂରଭଞ୍ଜରୁ ୧୪, ବାଲେଶ୍ବରରୁ ୧୩, ଢେଙ୍କାନାଳରୁ ୯, ଖୋର୍ଦ୍ଧାରୁ ୮ ଓ କେନ୍ଦ୍ରାପଡ଼ାରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ରାୟଗଡ଼ା ଓ ଯାଜପୁରରୁ ୫ ଜଣ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪, ଝାରସୁଗୁଡ଼ା ଓ କଟକରୁ ୩ ଲେଖାଏଁ, ନୟାଗଡ଼ରୁ ୨, ଏବଂ ବରଗଡ଼ ଓ ପୁରୀରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ବଲାଙ୍ଗିର ଓ କୋରାପୁଟରୁ ବି ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦କୁ ବୃଦ୍ଧି ପାଇଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୩,୮୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୧,୫୮୩ ଜଣ ଚିକିତ୍ସାଧୀନ ଅଛନ୍ତି ।

ପୁରୀରେ ରଥ ଯାତ୍ରା ଆରମ୍ଭ ହେବା ପୂର୍ବରୁ ଜଣେ ସେବାୟତ କରୋନା ପଜିଟିଭ ବୋଲି ଜଣା ପଡ଼ିଛନ୍ତି ।
ପୁରୀରେ ରଥ ଯାତ୍ରା ଆରମ୍ଭ ହେବା ପୂର୍ବରୁ ଜଣେ ସେବାୟତ କରୋନା ପଜିଟିଭ ବୋଲି ଜଣା ପଡ଼ିଛନ୍ତି । ଗତ କାଲି ପରୀକ୍ଷା ହୋଇଥିବା ସେବାୟତମାନଙ୍କର ୧,୧୪୩ଟି ନମୁନାରୁ ଜଣେ ପଜିଟିଭ ଚିହ୍ନଟ ହୋଇଥିଲେ । ଆକ୍ରାନ୍ତ ସେବାୟତଙ୍କୁ ରଥ ଯାତ୍ରା ପୂର୍ବରୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶରେ ରଥ ଯାତ୍ରାର ଦିନକ ପୂର୍ବରୁ ସେବାୟତମାନଙ୍କର କରୋନା ପରୀକ୍ଷା କରାଯାଇଥିଲା ।
Watch LIVE: ଜୟ ଜଗନ୍ନାଥ! ମହାପ୍ରଭୁଙ୍କ ରଥ ଗଡ଼ି ଚାଲିଛି ପୁରୀ ବଡ଼ ଦାଣ୍ଡରେ । ଦେଖନ୍ତୁ LIVE
ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୪ ହଜାର ଟପିଛି ଓ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୦,୨୧୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ଦେଶରେ ୧୪,୯୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୩୧୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ୍ ମୃତ୍ୟୁ ସଂଖ୍ୟା ୧୪,୦୧୧ ହୋଇଛି । ଏବେ ସାରା ଦେଶରେ ୧,୭୮,୦୧୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି । ୨,୪୮,୧୮୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ଏହା ବି ପଢ଼ନ୍ତୁ:
ମହିଳା ରସି ଲଗାଇ ଆତ୍ମହତ୍ୟା କରୁଥିଲେ; ୩ ବର୍ଷର ଝିଅ କାନ୍ଦିବାରୁ ତାଙ୍କ ଜୀବନ ରକ୍ଷା ହେଲା
ଆମର ୨୦ ଜଣ ସୈନ୍ୟଙ୍କ ହତ୍ୟା ହେବା ପରେ ଭାରତବାସୀ ଚୀନ୍ ବିଷୟରେ କଣ୍ ଭାବୁଛନ୍ତି? ଏହି ସର୍ଭେରୁ ଜଣା ପଡ଼ିଲା
ଯୋଗ ଦିବସ: ଏହି ପ୍ରସିଦ୍ଧ ‘ନଗ୍ନ ଯୋଗ ନାରୀ’ ଏମିତି ଯୋଗ କରନ୍ତି; ଫଟୋ ଭାଇରାଲ୍ ହେଉଛି
ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ଟିଭିରେ ବାରମ୍ବାର ଦେଖି ୧୭ ବର୍ଷୀୟା ଛାତ୍ରୀ ଆତ୍ମହତ୍ୟା କଲା
ଆତ୍ମହତ୍ୟା କରୁଥିବା ଲୋକେ ମରିବାକୁ ଚାହୁଁଛନ୍ତି ବୋଲି ବି ନିଶ୍ଚିତ ନ ଥାନ୍ତି; ମିଡ଼ିଆର ଭୂମିକା ମହତ୍ୱପୂର୍ଣ୍ଣ
ଫ୍ୟାକ୍ଟ ଚେକ୍: ଏହି ତି୩ଟି ମୃତ୍ୟୁକୁ ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ସହ ଯୋଡ଼ାଯାଉଛି କାହିକି?
ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇରେ ନିଜ ଘରେ ଆତ୍ମହତ୍ୟା କଲେ
କାହିଁକି ଡିପ୍ରେସନରେ ଥିଲେ ସୁଶାନ୍ତ ସିଂ ରାଜପୁତ? କଥିତ ଗର୍ଲଫ୍ରେଣ୍ଡ ରିୟାଙ୍କ ସହ ପଚରାଉଚରା କରିବ ପୋଲିସ୍
ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବ ମ୍ୟାନେଜର୍ ଦିଶା ୫ ଦିନ ତଳେ ୧୨ ମହଲାରୁ ତଳକୁ ଖସି ମରିଥିଲେ
ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି
ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍
ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ
ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍
ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା
ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍
ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ
ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା
ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ
ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ!
କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି
ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’
ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ
ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ
‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ
ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ
ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ
କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ
କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲାନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।