ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ; ଜିଲ୍ଲା ଓ ଉପଖଣ୍ଡ ସ୍ତରରେ ପ୍ରଦର୍ଶିତ ହେବ 'ଦମନ'

ଦମନର ପ୍ରେରଣାଦାୟୀ ବିଷୟବସ୍ତୁକୁ ଲକ୍ଷ୍ୟ କରି ଏହାକୁ ଜିଲ୍ଲା ଓ ଉପଖଣ୍ଡ ସ୍ତରରେ ପ୍ରଦର୍ଶନ କରିବା ପାଇଁ ରାଜ୍ୟ ସରକାର ସ୍ଥିର କରିଛନ୍ତି । ଏଥି ପାଇଁ ଉପଯୁକ୍ତ ସିନେମା ହଲ୍ ବୁକ୍ କରିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ କୁହାଯାଇଛି ।

ଜିଲ୍ଲା ଉପଖଣ୍ଡ ସ୍ତରରେ ପ୍ରଦର୍ଶିତ ହେବ 'ଦମନ'

ଜିଲ୍ଲା ଉପଖଣ୍ଡ ସ୍ତରରେ ପ୍ରଦର୍ଶିତ ହେବ 'ଦମନ'

  • News18 Odia
  • Last Updated :
  • Other, India
  • Share this:
News18 Odia Digital

ଭୁବନେଶ୍ୱର: ଓଡ଼ିଆ ସିନେମା ଦମନର ଲୋକପ୍ରିୟତା ଓ ପ୍ରେରଣାଦାୟୀ ବିଷୟବସ୍ତୁକୁ ଲକ୍ଷ୍ୟକରି ଏହାକୁ ଜିଲ୍ଲା ଓ ଉପଖଣ୍ଡ ସ୍ତରରେ ପ୍ରଦର୍ଶନ କରିବା ପାଇଁ ରାଜ୍ୟ ସରକାର ସ୍ଥିର କରିଛନ୍ତି । ଏଥି ପାଇଁ ଉପଯୁକ୍ତ ସିନେମା ବା ଥିଏଟର ହଲ୍ ବୁକ୍ କରିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ  କୁହାଯାଇଛି ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମ୍ୟାଲେରିଆ ନିରାକରଣ ପାଇଁ ୨୦୧୬ ମସିହାରେ ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ (ଦମନ) କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏଥିରେ ବିଶେଷତଃ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି, ନୂଆପଡା ଓ କନ୍ଧମାଳ ଆଦି ୮ ଟି ଜିଲ୍ଲାର  ପ୍ରାୟ ୮୦୦୦ ମ୍ୟାଲେରିଆ ପ୍ରବଣ ଗ୍ରାମମାନଙ୍କରୁ ଏହି ଘାତକ ଜ୍ୱରର ନିରାକରଣ ଉପରେ  ଅଧିକ ଗୁରୁତ୍ୱ  ଆରୋପ କରାଯାଇଥିଲା । କ୍ଷେତ୍ର ସ୍ତରରେ କାର୍ଯ୍ୟରତ ଡ଼ାକ୍ତର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଓ ବିଭିନ୍ନ ବିଭାଗର କର୍ମଚାରୀମାନଙ୍କ ମିଳିତ ଉଦ୍ୟମ ଫଳରେ ମ୍ୟାଲେରିଆ ନିରାକରଣ ଦିଗରେ  ଉଲ୍ଲେଖନୀୟ ସଫଳତା ମିଳିଥିଲା ।  ତେବେ ଏହି ଯୋଜନାର କାର୍ଯ୍ୟାୟନ ସହଜ ଓ ସୁଗମ ନଥିଲା । ପାହାଡ,  ଜଙ୍ଗଲ, ନଦୀ ଓ ଝରଣା ପରିବେଷ୍ଟିତ ଦୂରାନ୍ତ ଗ୍ରାମମାନଙ୍କରେ ପ୍ରଚଳିତ ଅନ୍ଧବିଶ୍ୱାଶ, ଅସ୍ୱାସ୍ଥ୍ୟକର ଜୀବନ-ଚର୍ଯ୍ୟା,  ଯୋଗାଯୋଗର ଅଭାବ ଆଦି ଏ ଦିଗରେ ବଡ଼ ବଡ଼ ପ୍ରତିବନ୍ଧକ  ସାଜିଥିଲା ।

ଏସବୁକୁ ଅତିକ୍ରମ କରି ‘ଦମନ’ର ସଠିକ୍ କାର୍ଯ୍ୟାନ୍ୱୟନ ନିମନ୍ତେ ନିଷ୍ଠାପର ଡ଼ାକ୍ତର ଓ କ୍ଷେତ୍ରସ୍ତରୀୟ କର୍ମଚାରମାନଙ୍କୁ ଅନେକ  ତ୍ୟାଗ ଓ କଷ୍ଟ ସ୍ୱୀକାର କରିବାକୁ ପଡିଥିଲା । ଏହି ବାସ୍ତବିକ କଥାକୁ ଲକ୍ଷ୍ୟ କରି ଚଳଚିତ୍ର ଲେଖକ ଦେବୀ ପ୍ରସାଦ ଲେଙ୍କା, ନିର୍ଦ୍ଦେଶକ ଦୀପେନ୍ଦ୍ର ସାମଲ, ନିର୍ଦ୍ଦେଶକ ବିଶାଳ ମୌର୍ଯ୍ୟ ଓଡ଼ିଆ ଫିଲ୍ମ ଦମନ ପ୍ରସ୍ତୁତ କରିଥିଲେ । ସିନେମାର  ପ୍ରାକୃତିକ ପ୍ରଚ୍ଛଦପଟ୍ଟ ଓ ବାସ୍ତବିକ କଥାବସ୍ତୁ ଦର୍ଶକମାନଙ୍କୁ ବେଶ ଛୁଇଁଥିଲା । ଚଳଚ୍ଚିତ୍ରଟିର ଲୋକପ୍ରିୟତା ଦିନକୁ ଦିନ  ବଢ଼ିବାରେ ଲାଗିଛି । ଏପରିକି ଏହି ସିନେମାଟିକୁ ଗତ ରବିବାର ଦିନ ରାଜ୍ୟ ଲୋକସେବା ଭବନରେ ପ୍ରଦର୍ଶିତ କରାଯାଇଥିଲା ।

ମୁଖ୍ୟ ଶାସନ ସଚିବ ଶ୍ରୀ ଶୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର  ଅଧିକାରୀମାନେ ଏହି ସିନେମା ଦେଖି  ଏହାର ଉଚ୍ଚ ପ୍ରଶଂସା କରିଥିଲେ।  ବିଭାଗୀୟ ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ୍ ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପତ୍ର ମାଧ୍ୟମରେ  ଅନୁରୋଧ କରିଛନ୍ତି । ଏହି ସିନେମା “ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଯୋଜନା ଗୁଡିକର କାର୍ଯ୍ୟାନ୍ୱୟନରେ ଉଭୟ ସରକାରୀ ଅଧିକାରୀ ଓ ଜନସାଧାରଣଙ୍କ ପାଇଁ ପ୍ରେରଣାର ଉତ୍ସ” ହେବ ବୋଲି ଶ୍ରୀମତୀ ପଣ୍ଡିତ  କହିଛନ୍ତି ।
Published by:Soumya Das
First published: