'ତୋର ମୋର କଟି' ଚଳଚ୍ଚିତ୍ରର ଅଡିଓ ଲୋକାର୍ପିତ ଉତ୍ସବ ଅନୁଷ୍ଠିତ
- News18 Odia
- Last Updated :
- Bhubaneswar, India
News 18 Odia Digital
ଭୁବନେଶ୍ୱର; ଝିଲିକ ମୋସନ୍ ପିକ୍ଚର୍ସର ତୃତୀୟ ଅବଦାନ "ତୋର ମୋର କଟି" ଚଳଚ୍ଚିତ୍ରର ଅଡିଓ ଲୋକାର୍ପିତ ଉତ୍ସବ ଭୁବନେଶ୍ୱରର ଏକ ତାରକା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି । ଅଭିନେତ୍ରୀରୁ ପ୍ରଯୋଜିକା ସାଜିଥିବା ଝିଲିକ ଭଟ୍ଟାଚାର୍ଯ୍ୟ ଏହି ଅବସରରେ ଓଡ଼ିଆ ଚଳଚ୍ଚିତ୍ରର ବିରାଟ ପରିବର୍ତ୍ତନ ପାଇଁ ସଂକଳ୍ପବଦ୍ଧ ବୋଲି ମତବ୍ୟକ୍ତ କରିଥିଲେ ।
ଲୋକାର୍ପଣ ଉତ୍ସବରେ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ, ସିନେ ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ , ଆମର ମ୍ୟୁଜିକର କ୍ରିଏଟିଭ୍ ମୁଖ୍ୟ ସ୍ମୃତି ଆର ଅତିଥି ଭାବେ ଯୋଗ ଦେଇଥିଲେ । ଚଳଚ୍ଚିତ୍ରର ସଂଳାପକାର ଦୀପକ ଜେନା ଥିବା ବେଳେ ନିର୍ଦ୍ଦେଶନା ଭାର ନେଇଛନ୍ତି ଯୁବ ନିର୍ଦ୍ଦେଶକ ରମେଶ ରାଉତ । ପ୍ରଚାର ପ୍ରସାର ଦାୟୀତ୍ୱରେ ଅଛନ୍ତି ମିଡ଼ିଆ ପ୍ଲାନର ପ୍ରଣୟ ଜେଠୀ । ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ପ୍ରେମ ଆନନ୍ଦ । ଗୀତ ଗୁଡିକ ଗୀତିକାର ନିର୍ମଳ ନାୟକ ଏବଂ ଅରୁଣ ମନ୍ତ୍ରୀ ଲେଖିଥିବା ବେଳେ କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର, ଦିପ୍ତୀରେଖା ପାଢ଼ୀ, ସବିଶେଷ, ଆଶୁତୋଷ, ଅନନ୍ୟା ଶ୍ରୀତମ ନନ୍ଦ ଏବଂ ଦେବକୃପା । ଚିତ୍ରତ୍ତୋଳନ ଭାର ଈଶ୍ୱର ବାରିକ ନେଇଛନ୍ତି । ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ପଙ୍କଜ ସିଲ ଏବଂ ଫାଇଟ ନିର୍ଦ୍ଦେଶନା ଦେଇଛନ୍ତି ଶୈଳେନ୍ଦ୍ର ପରିଡା ଓ କାର୍ଯ୍ୟକାରୀ ପ୍ରଯୋଜକ ଅଛନ୍ତି ଅରୁଣ ସ୍ବାଇଁ। ପ୍ରଡ଼କସନ୍ ଡିଜାଇନର ଅଛନ୍ତି ପ୍ରଶାନ୍ତ ବେହେରା (କାବୁଲି) । "ତୋର ମୋର କଟି" ଚଳଚ୍ଚିତ୍ର ମାଧ୍ୟମରେ ଶୈଳେନ୍ଦ୍ର - ଶୀତଲ ଯୋଡି ପ୍ରଥମ ଥର ପାଇଁ ବଡ଼ ପରଦାରେ ଦର୍ଶକ ଦେଖିବାକୁ ପାଇବେ l ଏମାନଙ୍କ ବ୍ୟତୀତ ସିଦ୍ଧାନ୍ତ ମହାପାତ୍ର, ପ୍ରଦ୍ୟୁମ୍ନ ଲେଙ୍କା, ସୁଧାଂଶୁ ମୋହନ ସାହୁ, ସଞ୍ଜୟ ନାୟକ (ଟୁଟୁ ), ବବି ମିଶ୍ର, ସୁଦୀପ୍ତ, ଟୁକୁନା ଷ୍ଟାଇଲିଷ୍ଟ, କାଳିଆ ଷଣ୍ଢ, ଐଶ୍ଵରୀୟା, ରୁପସା, କଟପ୍ପା, ଦେବିକା ପ୍ରମୁଖ ଅଭିନୟ କରିଛନ୍ତି । ଚଳଚ୍ଚିତ୍ରରେ ୫ ଟି ଗୀତ ଥିବାବେଳେ "ତୋର ମୋର କଟି" ଶୀର୍ଷ ସଙ୍ଗୀତକୁ ଅରୁଣ ମନ୍ତ୍ରୀ ଲେଖିଥିବା ବେଳେ କଣ୍ଠଦାନ କରିଛନ୍ତି ଦେବକୃପା ଓ ଅନନ୍ୟା ଶ୍ରୀତମ ନନ୍ଦ । ଝିଲିକ ମୋସନ ପିକ୍ଚର୍ସ ଏହା ପୂର୍ବରୁ କିସମିସ ଓ ରୁଦ୍ରାଣୀ ପରି ସୁନ୍ଦର ଚଳଚ୍ଚିତ୍ର ଦର୍ଶକମାନଙ୍କୁ ଭେଟି ଦେଇସାରିଛି l "ଚଳଚ୍ଚିତ୍ର ତୋର ମୋର କଟି"ର ସଂଗୀତ ବିତରଣ ଦାୟିତ୍ବ ନେଇଛନ୍ତି ଆମର ମ୍ୟୁଜିକ୍।
Published by:Soubhagya Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।