ରାଇମୋହନ (ପ୍ରତିକାତ୍ମକ ଛବି)
News18 Odia Digital
ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ପ୍ରାଚୀ ବିହାର ଘରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ମିଳିଛି। ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇନାହିଁ ।
ଓଲିଉଡର ଲୋକପ୍ରିୟ ଅଭିନେତା ଭାବେ ରାଇମୋହନ ବେଶ୍ ଜଣାଶୁଣା। ଯାତ୍ରା ଜଗତରେ ବି ସେ ବେଶ୍ ପରିଚିତ ଥିଲେ। ଖଳ ଚରିତ୍ରରେ ତାଙ୍କ ଅଭିନୟ ଥିଲା ବେଶ ଚମତ୍କାର। 'ହେଇଟି ଅନାନି ଜ୍ୟୋତି ମାଷ୍ଟ୍ରିଆଣୀ' ଡାଇଲଗଟି ଆଜିବି ଲୋକଙ୍କ ପାଖରେ ପ୍ରିୟ ହୋଇ ରହିଛି।
ତାଙ୍କର ପ୍ରଥମ ଓଡିଆ ଫିଲ୍ମ ହେଉଛି ପକା କମ୍ବଳ ପୋତ ଛତା । ସେଥିରେ ସେ ଖଳନାୟକ ଭୂମିକାରେ ଅଭିନୟ କରିଥିଲେ । ଏହା ପରେ ୧୯୯୨ ମସିହାରେ ସାଗର ଭୂମିକାରେ ଅଭିନୟ କରିଥିଲେ । ଏହିପରି ୧୦୦ ରୁ ଉର୍ଦ୍ଧ ଓଡିଆ ଫିଲ୍ମ ରେ ସେ ଅଭିନୟ କରିଛନ୍ତି । ଓଲିଉଡ଼ର ଶ୍ରେଷ୍ଟ ଖଳନାୟକ ଭାବେ ମଧ୍ୟ ସେ ପରିଚିତ । ୨୦୦୨ ମସିହାରେ ସେ ଓଡି଼ଆ ଫିଲ୍ମ ଛାଡି ଯାତ୍ରାରେ ଅଭିନୟ ଆରମ୍ଭ କରିଥିଲେ । ସେ ଓଡି଼ଆ ଯାତ୍ରା ଓ ଫିଲ୍ମ ସହ କିଛି ହିନ୍ଦୀ ଫିଲ୍ମରେ ମଧ୍ୟ ଅଭିନୟ କରିଛନ୍ତି । ଓଡି଼ଆ ଯାତ୍ରା ଜଗତରେ ସେ ବେଶ ସୁନାମ ଅର୍ଜନ କରିଛନ୍ତି ।
ଓଡି଼ଶାର ଖଳନାୟକ ଭାବେ ପରିଚିତ ରାଇମୋହନ ପରିଡା଼ । ତାଙ୍କର ଜନ୍ମ ୧୯୬୩ ମସିହାରେ । ତାଙ୍କର ଜନ୍ମ ସ୍ଥାନ ହେଉଛି କେଉଁଝରର ଉଦୟପୁର ଗ୍ରାମରେ । ସେ ଚାରି ଝିଅରେ ଗୋଟିଏ ପୁଅ ଥିଲେ । ସେଥିପାଇଁ ପରିବାରରେ ସେ ବହୁତ ଗେଲ୍ହା ଥିଲେ । ତାଙ୍କ ବାପାଙ୍କ ନାମ ହେଉଛି ତ୍ରିଲୋକନାଥ ପରିଡା । ସେ ବିଏଲଡବ୍ଲ୍ୟୁ ଭାବେ କାର୍ଯ୍ୟ କରୁଥିଲେ । ମା ହେଉଛନ୍ତି ତିଳୋତ୍ତମା ପରିଡା଼ । ରାଇମୋହନ ପରିଡାଙ୍କ ପତ୍ନୀଙ୍କ ନାମ ହେଉଛି ରଞ୍ଜିତା ପରିଡା଼ ।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।