ଅଭିନେତା ମିହିର ଦାସ (ଫାଇଲ୍ ଫଟୋ)
News18 Odia Digital
କଟକ: ବରିଷ୍ଠ ସିନେ ଅଭିନେତା ମିହିର ଦାସ ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ମୃତ୍ୟୁ ବେଳକୁ ମାତ୍ର ୬୩ ବର୍ଷ ବୟସ ହୋଇଥିଲା। ୧୯୮୦ରେ ରାମାୟଣ ଫିଲ୍ମରେ ଶତ୍ରୁଘ୍ନରୁ ମିହିରଙ୍କ କ୍ୟାରିୟର ଆରମ୍ଭ ହୋଇଥିଲା।
୧୧ ଫେବ୍ରୁଆରୀ ୧୯୫୯ ମସିହାରେ ବାରିପଦାରେ ଜନ୍ମଗ୍ରହଣ କରିଥିବା ଏହି ମହାନ କଳାକାର ଅନେକ ଲୋକପ୍ରିୟ ଫିଲ୍ମର ମୁଖ୍ୟ ଚରିତ୍ରରେ ଅଭିନୟ କରିଛନ୍ତି। ସେ ଦୀର୍ଘ କାଳ ଧରି ନାୟକ, ଚରିତ୍ର, ଖଳନାୟକ ଓ ହାସ୍ୟ ଅଭିନେତା ଭାବରେ ଅନେକ ସିନେମାରେ ଅଭିନୟ କରିସାରିଛନ୍ତି । ସେ ଜଣେ ଅଭିଜ୍ଞ କଳାକାର । ସେ ଏମିତି ଜଣେ କଳାକାର ଯିଏ କି ସବୁ ପ୍ରକାର ଅଭିନୟ କରି ସଫଳ ହୋଇଛନ୍ତି ।
ନିଜ ଅଭିନୟ କ୍ୟାରିୟରରେ ସେ ଅନେକ ସଫଳତା ପାଇବା ସହ ଅନେକ ପୁରସ୍କାର ମଧ୍ୟ ପାଇଛନ୍ତି । ଶ୍ରେଷ୍ଠ ଅଭିନେତା ଭାବେ ତାଙ୍କୁ ୧୯୯୮ରେ ଲକ୍ଷ୍ମୀ ପ୍ରତିମା ଚଳଚ୍ଚିତ୍ର ପାଇଁ ବିବେଚନା କରାଯାଇଥିଲା । ଫେରି ଆ ମୋ ସୁନା ଭଉଣୀ ଚଳଚ୍ଚିତ୍ରରେ ମଧ୍ୟ ସେ ଚମତ୍କାର ଅଭିନୟ କରି ଶ୍ରେଷ୍ଠ ଅଭିନେତାର ପୁରସ୍କାର ପାଇଥିଲେ ।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।