ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି ।
- News18 Odia
- Last Updated :
- Other, India
News 18 Odia Digital
ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଶ୍ରୀଜୀଉମାନଙ୍କ ବନକଲାଗି ନୀତି ଯଥାବିଧି ସମ୍ପନ୍ନ ହେବ। ପାରମ୍ପରିକ ରୀତିନୀତି ଅନୁଯାୟୀ ହେରାପଞ୍ଚମୀ ନୀତି ପୂର୍ବ ଦିନ ଶ୍ରୀବିଗ୍ରହମାନଙ୍କର ବନକ ଲାଗି ନୀତି କରାଯିବାର ବିଧି ରହିଛି ।
ସୋମବାର ଅର୍ଥାତ୍ ଆଜି ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥି ଅବସରରେ ଆଡ଼ପ ମଣ୍ଡପରେ ଶ୍ରୀଜୀଉଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହି ସ୍ବତନ୍ତ୍ର ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ପରେ ଶ୍ରୀଜୀଉଙ୍କ ସର୍ବ ସାଧାରଣ ଦର୍ଶନ ପ୍ରାୟ ୩ ଘଣ୍ଟା ପାଇଁ ବନ୍ଦ ରହିବ । ତେବେ ଶ୍ରୀଜୀଉ ଗୁଣ୍ଡିଚା ମନ୍ଦିରରେ ଥିବାରୁ ଆଜି ସେହିଠାରେ ଶ୍ରୀଜୀଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ବନକ ଲାଗି ନୀତିକାନ୍ତି ଆରମ୍ଭ ହେବ। ଏହି ଅବସରରେ ସଂଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସମୟରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ, କଳା ଓ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଏ । ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Published by:Soubhagya Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।