- News18 Odia
- Last Updated :
- Odisha (Orissa)
News 18 Odia Digital
ଭୁବନେଶ୍ୱର: ରାଜ୍ୟରେ ପ୍ରତିଷ୍ଠା ହେବ ୧୨ ଟି ନୂଆ ଇସ୍ପାତ କାରଖାନା ବୋଲି ଆଜି ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ବିଧାନସଭାରେ ଏକ ଅଣତାରକା ପ୍ରଶ୍ନରେ କହିଛନ୍ତି । ବିଜେଡି ବିଧାୟକ ଧ୍ରୁବ ଚରଣ ସାହୁଙ୍କ ଏକ ଅଣତାରକା ପ୍ରଶ୍ନ ପଚାରି ଥିଲେ । ସେଥିରେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏକ ଲିଖିତ ଆକରରେ ଉତ୍ତର ଦେଇ କହିଛନ୍ତି ଯେ ରାଜ୍ୟରେ ବର୍ତ୍ତମାନ ୫୧ ଟି ଇସ୍ପାତ କାରଖାନା ରହିଛି। ସେଗୁଡିକର ବାର୍ଷିକ ଉତ୍ପାଦାନ କ୍ଷମତା ୩୩.୧୨ ମିଲିୟନ ଟନ୍ ଅଟେ । ରାଜ୍ୟରେ ଆଉ ୧୨ ଟି ନୂଆ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି ।
ରାଜ୍ୟରେ ପ୍ରତିଷ୍ଠା ହେବାକୁ ଯାଉଥିବା ଇସ୍ପାତ କାରଖାନା ମଧ୍ୟରେ ସୁନ୍ଦରଗଡରେ ସର୍ବାଧିକ ୩ ଟି ରହିଥିବା ବେଳେ ଯାଜପୁରରେ ରହିଛି ୨ ଟି କାରଖାନା । ସେହିପରି ଅନୁଗୁଳ, କେନ୍ଦ୍ରାପଡା, ଝାରସୁଗୁଡା, ଢେଙ୍କାନାଳ, କେନ୍ଦୁଝର, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ ଲେଖାଏଁ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି ବୋଲି ଉତ୍ତରେ କହିଛନ୍ତି ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ।
Published by:Sujit Swain
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।