ବସ୍ ଚକ ଫାଟି ଯିବାରୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୨୦ରୁ ଅଧିକ ଯାତ୍ରୀ ଆହତ
- News18 Odia
- Last Updated :
- Other, India
News18 Odia Digital
ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା କୃଷ୍ଣଚନ୍ଦ୍ରପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାଇରଙ୍ଗପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଘରେଇ ଇନ୍ଦ୍ରାଣୀ ନାମକ ଯାତ୍ରୀବାହୀ ବସ କୃଷ୍ଣଚନ୍ଦ୍ରପୁର ଓଭର ବ୍ରିଜ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। କୃଷ୍ଣଚନ୍ଦ୍ରପୁର ଫ୍ଲାଇ ଓଭର ନିକଟରେ ବସ୍ର ଚକ ଫାଟି ଯିବାରୁ ଭାରସାମ୍ୟ ହରାଇ ଜାତୀୟ ରାଜପଥ ଉପରେ ଓଲଟି ପଡ଼ିଥିଲା।
ପଢନ୍ତୁ ଏହି ଖବର :
http://Kidney-Liver For Sale: 'କିଡନୀ ଦରକାର ଥିଲେ ଏହି ନଂରେ କଲ କରନ୍ତୁ'ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତ ମାନଙ୍କୁ ପୁଲିସ ଓ ଅଗ୍ନିଶମ ବାହିନୀ ଉଦ୍ଧାର କରି PRM ମେଡିକାଲ କଲେଜରେ ଭର୍ତ୍ତି କରିଥିଲେ । ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଆହତ ଥିବା ଯାତ୍ରୀ ହେଉଛନ୍ତି ରମେଶ ଚନ୍ଦ୍ର ମୁର୍ମୁ ଏବଂ ଯଶବନ୍ତ ସୋରେନ।
Published by:Sujit Swain
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।