ପୁରୀ ତାଳବଣିଆ ଇଣ୍ଡୋର ଷ୍ଟାଡିଅମରେ ଜିଲ୍ଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ
- News18 Odia
- Last Updated :
- Puri, India
News 18 Odia Digital
ପୁରୀ; ତାଳବଣିଆ ଇଣ୍ଡୋର ଷ୍ଟାଡିଅମରେ ଜିଲ୍ଲାସ୍ତରୀୟ ୭୪ ତମ ସାଧାରଣତନ୍ତ୍ର ଦିବସ (Republic Day) ପାଳିତ ହୋଇଯାଇଛି । ନିର୍ଦ୍ଧାରିତ ସମୟରେ ଶିଳ୍ପ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ଓ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଆୟୋଜିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ।
ପୌରସଂସ୍ଥା ପକ୍ଷରୁ ସ୍ୱଚ୍ଛ ସବାରିର ଓ ପୋଷ୍ଟାଲ ବିଭାଗର ପ୍ରଜ୍ଞାନ ମେଢ ପ୍ରଦର୍ଶନ କରାଯାଇଥିଲା । ଏହି ଅବସରରେ ମନ୍ତ୍ରୀ ପୁରୀକୁ ବିଶ୍ୱସ୍ତରୀୟ କରିବା ନେଇ ରାଜ୍ୟସରକାରଙ୍କ ପକ୍ଷରୁ କରାଯାଉଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ବ୍ୟାଖ୍ୟା କରିଥିଲେ । ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧାରଣତନ୍ତ୍ର ଦିବସରେ ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଉତ୍ସବରେ ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ ସାହୁ, ଅତିରିକ୍ତ ଏସପି ମିହିର ପଣ୍ଡା, ପୌରଧିକାରୀ ଭରୋଜ ସ୍ୱାଇଁ ପ୍ରମୁଖ ବହୁ ପଦାଧିକାରୀ ଯୋଗଦାନ କରିଥିଲେ। ଆଜିର ପରେଡରେ ବିଭିନ୍ନ ସ୍କୁଲ , ପୋଲିସ ବିଭାଗରୁ ମୋଟ ୫୮ଟି କଣ୍ଟିଜେଣ୍ଟ ଅଂଶ ଗ୍ରହଣ କରିଥିଲେ ।
ପଢ଼ନ୍ତୁ ଏହି ଖବର -
http://କେନ୍ଦ୍ରୀୟ ବଜେଟରେ ଏମଏସଏମଇ କ୍ଷେତ୍ରକୁ ଗୁରୁତ୍ୱ ନେଇ ଅଙ୍କକଷାPublished by:Soubhagya Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।