ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୀକ୍ଷା ବୈଠକ

ରାଷ୍ଟ୍ରପତି ଆଗାମୀ ୧୦ ତାରିଖରେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମଧ୍ୟାହ୍ନ ୧୨ ଟାରୁ ୧ଟା ମଧ୍ୟରେ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏଣୁ ତାଙ୍କ ସୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ଦୃଷ୍ଟିରୁ ଦର୍ଶନର ଦେଢ଼ ଘଣ୍ଟା ପୂର୍ବରୁ ଅର୍ଥାତ ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୀକ୍ଷା ବୈଠକ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୀକ୍ଷା ବୈଠକ

  • News18 Odia
  • Last Updated :
  • Cuttack, India
  • Share this:
News18 Odia Digital

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ନେଇ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଓ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତ ଓ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ସେବାୟତଙ୍କ ସହଯୋଗ କାମନା କରାଯାଇଛି।

ରାଷ୍ଟ୍ରପତି ଆଗାମୀ ୧୦ ତାରିଖରେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମଧ୍ୟାହ୍ନ ୧୨ ଟାରୁ ୧ଟା ମଧ୍ୟରେ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏଣୁ ତାଙ୍କ ସୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ଦୃଷ୍ଟିରୁ ଦର୍ଶନର ଦେଢ଼ ଘଣ୍ଟା ପୂର୍ବରୁ ଅର୍ଥାତ ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସମୟ ମଧ୍ୟରେ ଶ୍ରୀମନ୍ଦିରକୁ ଶୋଧ କରାଯାଇ କେବଳ ପାଳିଆ ସେବାୟତମାନେ ଶ୍ରୀମନ୍ଦିର ପରିସରରେ ରହିବେ।

ରାଷ୍ଟ୍ରପତି ଗର୍ଭଗୃହରୁ ମହାପ୍ରଭୁଙ୍କ ଦର୍ଶନ କରି ସାନିଧ୍ୟ ଗ୍ରହଣ କରିବା ପାଇଁ ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିର ପରିସରରେ ରାଷ୍ଟ୍ରପତି ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ଦର୍ଶନ କରିବା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ କରାଯିବ।

ସିଂହଦ୍ଵାର ନିକଟରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏ ସମସ୍ତ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ଆଜି ଅନୁଷ୍ଠିତ ବୈଠକରେ ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବଙ୍କ ବ୍ୟତୀତ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ, ଛତିଷା ନିଯୋଗ ମହାନାୟକ ଜନାର୍ଦ୍ଦନ ପାଟଯୋଶୀ ମହାପାତ୍ର, ପାଳିଆ ସେବକ ଓ ଛତିଶା ନିଯୋଗର ବିଭିନ୍ନ ନିଯୋଗର ପ୍ରତିନିଧି ଉପସ୍ଥିତ ଥିଲେ।

ସେପଟେ ରାଷ୍ଟ୍ରପତି ଭବନରୁ ଆସିଥିବା କାର୍ଯ୍ୟସୂଚୀ ଅନୁଯାୟୀ ନଭେମ୍ବର ୧୦ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସକାଳ ୯.୩୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ୯.୪୦ରେ IAF MI 17ରେ ପୁରୀ ତାଳବଣିଆ ହେଲିପ୍ୟାଡକୁ ବାହାରି ୧୦.୧୦ରେ ପହଞ୍ଚିବେ। ୧୦. ୨୦ରେ ହେଲିପ୍ୟାଡରୁ ବାହାରି ୧୦.୩୦ରେ ଶ୍ରୀମନ୍ଦିରରେ ପହଞ୍ଚିବେ। ଶ୍ରୀମନ୍ଦିର ଗର୍ଭଗୃହରେ ୧୦.୩୦ ରୁ ୧୧.୩୦ ରହିଛି ଦର୍ଶନ ବ୍ୟବସ୍ଥା।

ସେହିପରି ୧୧.୩୦ରେ ଶ୍ରୀମନ୍ଦିରରୁ ବାହାରି ସିଂହଦ୍ୱାରରେ ଥିବା ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ୧୧.୫୦ରେ ରାଜଭବନ ଯିବେ। ସେଠାରେ ଭୋଜନ କାର୍ଯ୍ୟକ୍ରମ ରହିଛି। ଆଉ ୨.୧୦ରେ ପୁରୀ ତାଳବଣିଆ ହେଲିପ୍ୟାଡ ଓ ୨.୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ।
Published by:Lipina Das
First published: