ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୨୦ ତାରିଖରେ ଲଘୁଚାପ ସମ୍ଭାବନା
- News18 Odia
- Last Updated :
- Bhubaneswar, India
News 18 Odia Digital
ଭୁବନେଶ୍ୱର: ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଏହି ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୩.୧ କିମି ପର୍ଯ୍ୟନ୍ତ ଲମ୍ବିଛି । ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ଥିବାରୁ ଆସନ୍ତା ୩ ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏଥି ସହିତ ଦକ୍ଷିଣ ପୂର୍ବ ଓ ତତସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରଟି ଦାନା ବାନ୍ଧିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ତାହା ୪୮ ଘଣ୍ଟାରେ ପ୍ରବଳ ମାତ୍ରାରେ ଘନୀଭୂତ ହେବା ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧ ମିଲିଲିଟର ବର୍ଷା ରେକର୍ଡ ହୋଇଛି । ଏବଂ ଏହା ସ୍ୱାଭାବିକ ବର୍ଷା ୩.୧ ମିମି ତୁଳନାରେ ୬୭ପ୍ରତିଶତ କମ । ରାଜ୍ୟରେ ଏବେ ବର୍ଷାର ପରିମାଣ କମ ରହିଛି । ଆସନ୍ତା ୨ଦିନ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରୁ ମୌସୁମୀ ଅପସାରଣ ହୋଇପାରେ ବୋଲି ସୂଚନା ମିଳିଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ, ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା କମ ରହିଛି ।
Published by:Soubhagya Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।