News18 Odia Digital
ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତି ମଧ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ କଳାବଜାରୀ କରୁଥିବା ଅସାଧୁ ବ୍ୟବସାୟୀ ମାନଙ୍କ ବିରୁଦ୍ଧରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। ପୂର୍ବରୁ ମହଜୁଦ ରଖି କଳା ବଜାରୀ କରୁଥିବା ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ସରକାର ସତର୍କ କରି ଦେଇଛନ୍ତି ।
ବନ୍ୟା ପ୍ରଭାବିତ ଜିଲ୍ଲାମାନଙ୍କରେ ଅସାଧୁ ବ୍ୟବସାୟୀମାନେ ଯେପରି ଅତ୍ୟାବଶ୍ୟକ ସାମଗ୍ରୀ ମହଜୁତ ରଖି କଳାବଜାରୀ ନକରନ୍ତି ସେ ନେଇ ସତର୍କ ଦୃଷ୍ଟି ରଖିବା ସହିତ ସ୍ୱତନ୍ତ୍ର ସ୍କ୍ୱାଡ୍ ଗଠନ କରି ଯାଞ୍ଚ ଓ ଚଢାଉ କରିବାକୁ ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀ ଶ୍ରୀ ନାୟକଙ୍କ ନିର୍ଦ୍ଦେଶକ୍ରମେ ବିଭାଗୀୟ ପ୍ରମୁଖ ସଚିବ ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ପତ୍ର ଲେଖି ଆବଶ୍ୟକ ପଦକ୍ଷେପ ନେବାକୁ କହିଛନ୍ତି ।

ଏଠାରେ ଉଲଲ୍ଲେନୀୟ କି ସାଧାରଣତଃ ବନ୍ୟା , ବାତ୍ୟା ଭଳି ପ୍ରକୃତିକ ବିପର୍ଯୟ ସମୟରେ କେତେକ ଅସାଧୁ ମୁନାଫାଖୋର ବ୍ୟବସାୟୀ ପନିପରିବା ଠାରୁ ଆରମ୍ଭ କରି ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ କରି ଥାଆନ୍ତି । ସେମାନେ ବଜାରରେ କୃତ୍ରିମ ଅଭାବ ସୃଷ୍ଟି କରି ଅଧିକ ଦରରେ ବିକ୍ରି କରଥାନ୍ତି । ଏହି ପରିପ୍ରେକ୍ଷୀରେ ବନ୍ୟା ଜନିତ ପରିସ୍ଥିତିରେ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସଂପୃକ୍ତ ଅଧିକାରୀମାନଙ୍କୁ କଡା ନିର୍ଦ୍ଦେଶ ଦିଆଯାଇଛି ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।