ଆସୁଛି ଆଉ ଏକ ଲଘୁଚାପ; ୧୮ରୁ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

୧୮ ତାରିଖରେ ୧୧ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ମୁଖ୍ୟତଃ ଭାବରେ ଉତ୍ତର ଉପକୂଳ ଓଡ଼ିଶା ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଦକ୍ଷିଣ ଓଡ଼ିଶାରେ ପୁରୀ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

ଆସୁଛି ଆଉ ଏକ ଲଘୁଚାପ; ୧୮ରୁ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

ଆସୁଛି ଆଉ ଏକ ଲଘୁଚାପ; ୧୮ରୁ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

  • Share this:
News 18 Odia Digital

ଭୁବନେଶ୍ୱର; ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ସମ୍ଭାବନା । ଆସନ୍ତା କାଲିଠାରୁ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ୧୯ ଅଗଷ୍ଟ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା । ୧୮ ରୁ ବଢିବ ବର୍ଷାର ବିସ୍ତୃତି । ୧୯ ଏବଂ ୨୦ରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ତେବେ ୧୮ରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଦେଇଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୧୯ ଏବଂ ୨୦ରେ ଅତି ପ୍ରବଳ ବର୍ଷା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣି । ୧୯ ରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୨୦ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷାର ପ୍ରଭାବ ରହିବ । ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

୧୮ ତାରିଖରେ ୧୧ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ମୁଖ୍ୟତଃ ଭାବରେ ଉତ୍ତର ଉପକୂଳ ଓଡ଼ିଶା ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଦକ୍ଷିଣ ଓଡ଼ିଶାରେ ପୁରୀ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୧୯ ତାରିଖରେ ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଭଦ୍ରକ, ସୁନ୍ଦରଗଡ, ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ ।
Published by:Soubhagya Mishra
First published: