ଦୁର୍ନୀତି ନିବାରଣ ଶପଥ ପାଠ ଅନୁଷ୍ଠିତ; ସମସ୍ତଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଆଜି ଦୁର୍ନୀତି ନିବାରଣ ଶପଥ ପାଠ ଅନୁଷ୍ଠିତ ହୋଇଛି । ଦିନ ୧୧ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ ।

ଦୁର୍ନୀତି ନିବାରଣ ଶପଥ ପାଠ ଅନୁଷ୍ଠିତ; ସମସ୍ତଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଦୁର୍ନୀତି ନିବାରଣ ଶପଥ ପାଠ ଅନୁଷ୍ଠିତ; ସମସ୍ତଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

  • News18 Odia
  • Last Updated :
  • Puri, India
  • Share this:
News 18 Odia Digital

ପୁରୀ; ଆଜି ଦୁର୍ନୀତି ନିବାରଣ ଶପଥ ପାଠ ଅନୁଷ୍ଠିତ ହୋଇଛି । ଦିନ ୧୧ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ । ଦୁର୍ନୀତି ବିକାଶର ମୁଖ୍ୟ ବାଧକ । ତେଣୁ ଏହାକୁ ସବୁ ସ୍ତରରେ ପ୍ରତିହତ କରି ଏକ ସୁଦୃଢ଼ ତଥା ଦୁର୍ନୀତିମୁକ୍ତ ଓଡ଼ିଶା ଗଠନ କରିବାରେ ପ୍ରତ୍ୟେକ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ।



ଓସୱ୍ୱ।ନ କନଫେରେନ୍ସ ହଲରେ ଜିଲ୍ଲାପାଳ ସମର୍ଥ ବର୍ମା, ଜିଲ୍ଲା ଏସପି ଡ଼ଃ କନୱର ବିଶାଲ ସିଂ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଦିଲ୍ଲୀପ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ପୌରନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ୱାଇଁ, ଡେପୁଟି କଲେକ୍ଟର ସୁମନ୍ତ କୁମାର କର, ଜିତେନ୍ଦ୍ର କୁମାର ପାତ୍ର, ଜିଲ୍ଲା ଯୋଗାଣ ଅଧିକାରୀ ସୁରେନ୍ଦ୍ର ହୋତା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା କ୍ରିଡା ଅଧିକାରୀ ଚନ୍ଦନ ସାହୁ, ଆଞ୍ଚଳିକ ପରିବହନ ଅଧିକାରୀ ରବିନ ପଟ୍ଟନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ପ୍ରମୁଖ ଉପସ୍ଥିତ ହୋଇ ଶପଥ ପାଠ କରିଥିଲେ । ସେହିପରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ ସମର୍ଥ ବର୍ମା ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ। ଜିଲ୍ଲାର ସମସ୍ତ ବ୍ଲକ କାର୍ଯ୍ୟାଳୟର ଓସୱ୍ୱ।ନ ହଲରେ ମଧ ବିଡ଼ିଓ, ତହସିଲଦାର, ସିଡିପିଓ ଏବଂ ଅନ୍ୟାନ୍ୟ ଅଧିକାରୀ ଏବଂ ଅନ୍ୟାନ୍ୟ ସମସ୍ତ କାର୍ଯ୍ୟାଳୟ, ଲାଇନ ଡିପାର୍ଟମେଣ୍ଟରେ ଏହି ଶପଥ ପାଠ କରାଯାଇଥିଲା।

ଦୁର୍ନୀତି ନିବାରଣ ସଚେତନତା ଶୋଭାଯାତ୍ରରେ ଦୁର୍ନୀତି ସମାଜର ବ୍ୟାଧି ସଦୃଶ୍ୟ । ବିକାଶ ଓ ଉନ୍ନତିରେ ଏହା ବାଧକ ସାଜିଥାଏ। ତେଣୁ ପ୍ରତି ସ୍ତରରେ ଦୁର୍ନୀତିର ବିଲୋପ ଘଟିବା ଆବଶ୍ୟକ । ଏହି ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଆଜି ପୂର୍ବାହ୍ନରେ ଏକ ଜନ ସଚେତନତା ଶୋଭାଯାତ୍ରା କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ ପତାକା ଦେଖାଇ ଉଦଘାଟନ କରିଥିଲେ । ଏହି ଶୋଭାଯାତ୍ରା ଶ୍ରୀମନ୍ଦିରଠାରୁ ବାହାରି ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା।
Published by:Soubhagya Mishra
First published: