ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ତିତଲି’ର ହେଲା ଅଡିଓ ରିଲିଜ

ପୂଜା ବଜାରକୁ ସରଗରମ କରିବାକୁ ଆସୁଛି ନୂଆ ଓଡ଼ିଆ ସିନେମା ‘ତିତଲି’। ଆଜି ଏହାର ଅଡିଓ ରିଲିଜ ହୋଇଛି।

ପୂଜା ବଜାରକୁ ସରଗରମ କରିବାକୁ ଆସୁଛି ନୂଆ ଓଡ଼ିଆ ସିନେମା ‘ତିତଲି’। ଆଜି ଏହାର ଅଡିଓ ରିଲିଜ ହୋଇଛି।

ପୂଜା ବଜାରକୁ ସରଗରମ କରିବାକୁ ଆସୁଛି ନୂଆ ଓଡ଼ିଆ ସିନେମା ‘ତିତଲି’। ଆଜି ଏହାର ଅଡିଓ ରିଲିଜ ହୋଇଛି।

  • News18 Odia
  • Last Updated :
  • Other, India
  • Share this:
News 18 Odia Digital

ଭୁବନେଶ୍ୱର: ପୂଜା ବଜାରକୁ ସରଗରମ କରିବାକୁ ଆସୁଛି ନୂଆ ଓଡ଼ିଆ ସିନେମା ‘ତିତଲି’। ଆଜି ଏହାର ଅଡିଓ ରିଲିଜ ହୋଇଛି। ଅଞ୍ଜନେୟ ମିଡିଆ ପ୍ରାଇଭେଟ ଲିମିଟେଡ ପ୍ରଡକ୍ସନ ଏହା ପଞ୍ଚମ ଅବଦାନ ହୋଇଥିବା ବେଳେ ଏହି ସିନେମାର ଗୀତ ଗୁଡିକ ବେଶ ମନଛୁଆଁ ହୋଇଛି । ପୂର୍ବରୁ ଏହି ପ୍ରଡକ୍ସନ ବ୍ୟାନରରେ ନିର୍ମିତ ବ୍ୟାଡଗାର୍ଲ, ଧର୍ମ, ଭୈରବ, ଦେବଦାସ ଭଳି ସିନେମା ଦର୍ଶକଙ୍କ ମନକୁ ଛୁଇଁଥିବା ବେଳେ ‘ତିତଲି’ ମଧ୍ୟ ଦମଦାର ହେବ ବୋଲି ପ୍ରଯୋଜନା ସଂସ୍ଥା ଆଶା ରଖିଛି ।

ପ୍ରେମ୍ ଆନନ୍ଦଙ୍କ ସଂଗୀତ ନିର୍ଦ୍ଦେଶନାରେ ‘ତିତଲି’ରେ ରହିଛି ମୋଟ ୫ଟି ଗୀତ। ଯେଉଁଥିରେ ଦିପ୍ତୀରେଖା, ସବିଶେଷ, ଅନନ୍ୟା, ଗୌରବ, ଆଶୁତୋଷ, ପ୍ରଜ୍ଞା ଏବଂ ସମୀକ୍ଷା ପ୍ରମୁଖ କଣ୍ଠଦାନ କରିଛନ୍ତି । ବସନ୍ତରାଜ ସାମଲଙ୍କ ରଚିତ ଗୀତ ଗୁଡିକ ବେଶ ଚିତାକର୍ଷକ ହୋଇଛି। ବସନ୍ତରାଜ-ପ୍ରେମ୍ ଆନନ୍ଦ୍ ଯୋଡିରେ ପ୍ରସ୍ତୁତ ଗୀତଗୁଡିକ ସିନେମାକୁ ଆହୁରି ହୃଦୟଛୁଆଁ କରିଛି।

ଆସନ୍ତା ସେପ୍ଟେମ୍ବର ୩୦ ତାରିଖରେ ସିନେମାଟି ମୁକ୍ତିଲାଭ କରିବ। ପ୍ରଭାତ କୁମାର ପ୍ରଧାନ ଓ ଶିଶିର ଚନ୍ଦ୍ର ଦାସଙ୍କ ପ୍ରଯୋଜିତ ଏହି ସିନେମାରେ ନିର୍ଦ୍ଦେଶନା ଦେଇଛନ୍ତି ଏସ କେ ମୁରଲୀଧରନ ଏବଂ ଦେବିଦତ୍ତ ମହାନ୍ତି ‘ତିତଲି’ର କାହାଣୀ ଲେଖିଛନ୍ତି । ଦିବ୍ୟା, ତୁଷାର, ମିହିର ଦାସ, ପ୍ରତିଭା ପଣ୍ଡା, ପ୍ରୀତିରାଜ, ହାଡୁ, ଜୀବନ ପଣ୍ଡା ପ୍ରମୁଖ ଏହି ସିନେମାରେ ନଜର ଆସିଛନ୍ତି । ଭିନ୍ନ ସ୍ୱାଦର ପ୍ରେମ କାହାଣୀ ସହ ମୌଳିକ ଓଡ଼ିଆ କାହାଣୀ ଏଥିରେ ଦେଖିବାକୁ ମିଳିବ।
Published by:Soumyashree Mishra
First published: