ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବଣଭୋଜି ବେଶ

ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବଣଭୋଜି ବେଶ ସହ କୋଳି ବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ ।

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବଣଭୋଜି ବେଶ

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବଣଭୋଜି ବେଶ

  • Share this:
News 18 Odia Digital

ପୁରୀ; ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବଣଭୋଜି ବେଶ । ବୁଧବାରଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି । ବୁଧବାର ଯେଉଡ଼ ଭୋଗ ପରେ ଗୁରୁବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଶୁକ୍ରବାର ନନ୍ଦ ଉତ୍ସବ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବା ପରେ ଆଜି ଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ ।

ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବଣଭୋଜି ବେଶ ସହ କୋଳି ବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ ମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡ଼ ଛତା ମଠ ପାର୍ଶ୍ୱରେ ଥିବା ଏକ କାଠ ସିଂହାସନରେ ବିଜେ କରାଇବେ । ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ । ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିଵା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ । ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବଣଭୋଜି ବେଶରେ ସଜ୍ଜିତ କରାଯିବ । ଶ୍ରୀଜିଉମାନଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି । ବଣଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ । ଦୁଇବର୍ଷ କରୋନା କଟକଣା ପରେ ଚଳିତବର୍ଷ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନର ସୁଯୋଗ ପାଇବେ ଭକ୍ତ ।
Published by:Soubhagya Mishra
First published: