ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନିତି; ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Banakalagi niti: ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି। ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରାଯିବ।

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନିତି

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନିତି

  • News18 Odia
  • Last Updated :
  • Cuttack, India
  • Share this:
News18 Odia Digital

ପୁରୀ: ଆଜି ଚୈତ୍ର ଶୁକ୍ଳ ପ୍ରତିପଦା ତିଥି। ଶ୍ରୀମନ୍ଦିରରେ (Srimandir) ଅନୁଷ୍ଠିତ ହେବ ମହାପ୍ରଭୁଙ୍କର (Lord Jagannath) ବନକଲାଗି ନିତି (Banakalagi niti)। ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ।

ମହାପ୍ରଭୁଙ୍କ (Lord Jagannath) ବନକଲାଗି ନୀତି ପାଇଁ ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି। ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରାଯିବ।

ପ୍ରାୟ ୪ ଘଣ୍ଟା ଧରି ଏହି ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ। ଏଥିପାଇଁ ଆବଶ୍ୟକ ହିଙ୍ଗୁଳ, ହରିତାଳ, କର୍ପୂର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ। ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।

ପଢ଼ନ୍ତୁ ଏହି ଖବର: ପାରାଦୀପରେ IOCL କରିବ ସବୁଠାରୁ ବଡ଼ ନିବେଶ; ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ଟାରୁ ରାତ୍ରି ୯ଟା ପର୍ଯ୍ୟନ୍ତ ପ୍ରାୟ ଚାରିଘଣ୍ଟା ଦର୍ଶନ ସର୍ବସାଧାରଣଙ୍କ ନିମନ୍ତେ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
Published by:Lipina Das
First published: