ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ୍ ଏକାଡେମୀ
- News18 Odia
- Last Updated :
News 18 Odia Digital
ଭୁବନେଶ୍ୱର: ଓଡ଼ିଶାର ଭୁବନେଶ୍ୱରରେ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ ସମସ୍ତ ରାଜ୍ୟ ମଧ୍ୟରେ ଶ୍ରେଷ୍ଠ ପ୍ରଶିକ୍ଷଣ ପ୍ରତିଷ୍ଠାନ ଭାବରେ ଜାତୀୟ ମାନ୍ୟତା ପାଇଛି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ ବ୍ୟୁରୋ ଅଫ୍ ପୋଲିସ୍ ରିସର୍ଚ୍ଚ ଆଣ୍ଡ୍ ଡେଭେଲପ୍ମେଣ୍ଟର ୫୨ତମ ପ୍ରତିଷ୍ଠା ଦିବସ ଅବସରରେ ବିପିଏସ୍ପିଏକୁ ଏହି ସମ୍ବର୍ଦ୍ଧନା ମିଳିଛି। ସୂଚନା ଅନୁଯାୟୀ କେନ୍ଦ୍ର ଗୃହ ସଚିବ ଅଜୟ କୁମାର ଭଲ୍ଲା ବିପିଏସ୍ପିଏର ଅତିରିକ୍ତ ଡିଜି ଅରୁଣ କୁମାର ଷଡ଼ଙ୍ଗୀଙ୍କୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ପୁରସ୍କାର ପ୍ରଦାନ କରିଛନ୍ତି।
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ ୨୦୨୦-୨୧ ବର୍ଷ ପାଇଁ ଗେଜେଟେଡ୍ ଅଫିସର୍ ବର୍ଗର ସମସ୍ତ ରାଜ୍ୟ ମଧ୍ୟରେ ସର୍ବୋତ୍ତମ ପୋଲିସ୍ ଟ୍ରେନିଂ ଇନଷ୍ଟିଚ୍ୟୁଟ୍ ଭାବରେ ବିବେଚିତ କରାଯାଇଥିଲା। ପ୍ରଶିକ୍ଷଣ ସୁବିଧା, ପଦ୍ଧତି, ପ୍ରଶିକ୍ଷକଙ୍କ ଦକ୍ଷତା, ଅଧ୍ୟାପକ ଓ ବିକାଶ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ଆଦି ସମସ୍ତ ଦିଗକୁ ବିଚାର କରିବା ପରେ ବିପିଏସ୍ପିଏକୁ ଏହି ଶ୍ରେଷ୍ଠ ମାନ୍ୟତା ମିଳିଛି।
Published by:Soumyashree Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।