ଆଜି ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ୨୦୨୪ ପାଇଁ ଓଡ଼ିଶାରେ ବିଜେପିର ସଫଳତା ପାଇଁ ମନ୍ତ୍ର ଦେବେ ନଡ୍ଡା ।

ଆଜି ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଆଜି ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

  • News18 Odia
  • Last Updated :
  • Other, India
  • Share this:
News18 Odia Digital

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ତାଙ୍କୁ ସ୍ବାଗତ କରିବାକୁ ପୁରା ପ୍ରସ୍ତୁତ ରାଜ୍ୟ ବିଜେପି।

ନଡ୍ଡାଙ୍କ ଗସ୍ତକୁ ନେଇ ରାଜ୍ୟ ପ୍ରଭାରୀ ଡି.ପୁରେନ୍ଦଶ୍ବରୀ କହିଛନ୍ତି କି, ‘‘ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ସ୍ୱାଗତ କରିବା ପାଇଁ ରାଜ୍ୟ ବିଜେପି ପୁରାପୁରି ପ୍ରସ୍ତୁତ। ଦଳର କାର୍ଯ୍ୟକର୍ତ୍ତା ବହୁତ ଉତ୍ସାହିତ । ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ଆଜି ଦିନ ପ୍ରାୟ ୧୧ ଟା ୪୦ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ଜନତା ମଇଦାନରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ । ୨୦୨୪ ନିର୍ବାଚନରେ ଦଳ କିଭଳି କ୍ଷମତାକୁ ଆସିବ ସେନେଇ ରଣନୀତି ପ୍ରସ୍ତୁତ ହେବ। କେଉଁ ପ୍ରସଙ୍ଗକୁ ଦଳ ଅସ୍ତ୍ର କରି ନିର୍ବାଚନ ରଣକ୍ଷେତ୍ରରେ ଓହ୍ଲାଇବ । ଏହାକୁ ନେଇ ଦଳୀୟ ନେତାଙ୍କୁ ନଡ୍ଡା ମାନସ ମନ୍ଥନ କରିବେ ।

ବୁଧବାର ଜନତା ମଇଦାନରେ ହେବାକୁ ଥିବା ସଭାସ୍ଥଳୀକୁ ବୁଲି ଦେଖିଛନ୍ତି ପୁରେନ୍ଦଶ୍ବରୀ। ୨୦୨୪ରେ ଦୁଇ ପାକ୍ଷିକ ଲଢେଇ ହେବ ବୋଲି ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି ।
Published by:Soumya Das
First published: