ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ; ଵିଜ୍ଞାନରେ ୯୪% ଓ ବାଣିଜ୍ୟରେ ୮୯%ପାସ

ଯୁକ୍ତ୨ କଲେଜ ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବିଜ୍ଞାନରେ ୯୪ ପ୍ରତିଶତ ଓ ବାଣିଜ୍ୟରେ ୮୯ ପ୍ରତିଶତ ପିଲା ପାସ୍ କରିଛନ୍ତି।

ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ

ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ

  • Share this:
News18 Odia Digital

ଯୁକ୍ତ୨ କଲେଜ ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବିଜ୍ଞାନରେ ୯୪ ପ୍ରତିଶତ ଓ ବାଣିଜ୍ୟରେ ୮୯ ପ୍ରତିଶତ ପିଲା ପାସ୍‌ କରିଛନ୍ତି। ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବା ସହ ରେଜଲ୍ଟ ଘୋଷଣା କରିଛନ୍ତି।

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ, ଛାତ୍ରଛାତ୍ରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ପ୍ରଥମ ପର୍ଯ୍ୟାୟରେ ବୁଧବାର ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷାଫଳ ପ୍ରକାଶ କରାଯାଇଛି। କଳା ଓ ଧନ୍ଦାମୂଳକ ବିଭାଗର ଉତ୍ତର ଖାତା ମୂଲ୍ୟାୟନ ଶେଷ ହୋଇଛି। ଏବେ ଟାବୁଲେସନ ଜାରି ରହିଛି। ଅଗଷ୍ଟ ପ୍ରଥମ ସପ୍ତାହରେ ଉକ୍ତ ଦୁଇ ବିଭାଗର ପରୀକ୍ଷାଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି।

ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ୱେବ୍‌ସାଇଟ୍‌ www.orisssaresults.nic.inରେ ଉପଲବ୍ଧ ହୋଇଛି। ଛାତ୍ରଛାତ୍ରୀ ନିଜର ରୋଲ୍‌ ନମ୍ବର ଦାଖଲ କରି ରେଜଲ୍ଟ ଜାଣିପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷାର୍ଥୀ ଫଳ ପାଇପାରିବେ।
Published by:Soumya Das
First published: