ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳିଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କରିଛନ୍ତି । ଆଜି ସଂଧ୍ୟାରେ ଆୟୋଜିତ ଉତ୍ସବରେ ହବିଷ୍ୟାଳି ମାନେ ହୁଳହୁଳି ଦେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ସହ ଆଶୀର୍ବାଦ ଦେଇଥିଲେ ।
- News18 Odia
- Last Updated :
- Puri, India
News 18 Odia Digital
ପୁରୀ; ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ । ଏହି ଅବସରରେ ପୁରୀରେ ହବିଷ୍ୟାଳିଙ୍କର ଭିଡ଼ ଜମିଥାଏ । ଏହାକୁ ଦୃଷ୍ଟିରେ ରଖି ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳିଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କରିଛନ୍ତି । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଭିଡିଓକନଫରେନ୍ସ ମାଧ୍ୟମରେ ଏହି ନିବାସ ଉଦଘାଟିତ ହୋଇଛି । G +7 ବିଶିଷ୍ଟ ବୃନ୍ଦାବତି ନିବାସରେ ୧୨ଶହ ହବିଷ୍ୟାଳିଙ୍କ ରହିବା ପାଇଁ ବ୍ୟବସ୍ଥା ହୋଇଛି ।
ମହାଧାର୍ମିକ କାର୍ତ୍ତିକ ମାସର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ହବିଷ୍ୟାଳି କେନ୍ଦ୍ରକୁ ଉଦଘାଟନ କରିବା ସହ ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ହୋଇଥିବା ସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ । ବୃନ୍ଦାବତୀ ନିବାସ ପରିସରରେ ଆୟୋଜିତ ଉଦଘାଟନୀ ଉତ୍ସବରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ସାଂସଦ ପିନାକୀ ମିଶ୍ର, ଜିଲ୍ଲାପାଳ ସମର୍ଥ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ ।
ପ୍ରାୟ ୩୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ବୃନ୍ଦାବତୀ ନିବାସରେ ୧୧୮ଟି ରୁମ୍ ରହିଛି । ଚାରି ଏକରରୁ ଅଧିକ ପରିମିତ ଅଞ୍ଚଳରେ ଅବସ୍ଥିତ ବୃନ୍ଦାବତୀ ନିବାସରେ ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରୁ ୧୬୦୪ ଜଣ ହବିଷ୍ୟାଳି ରହି ଏକମାସ ଧରି କାର୍ତ୍ତିକ ବ୍ରତ ସମ୍ପର୍ଣ୍ଣ କରିବେ । ଆଜି ସଂଧ୍ୟାରେ ଆୟୋଜିତ ଉତ୍ସବରେ ହବିଷ୍ୟାଳି ମାନେ ହୁଳହୁଳି ଦେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ସହ ଆଶାର୍ବାଦ ଦେଇଥିଲେ । ଏଥି ସହିତ ତିନିଜଣ ହବିଷ୍ୟାଳୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ହବିଷ୍ୟାଳିଙ୍କୁ ଶାଲ୍ ପ୍ରଦାନ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।
Published by:Soubhagya Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।