ହୋମ୍ » ଓଡ଼ିଶା ନ୍ୟୁଜ୍ » ଓଡ଼ିଶା»କୋଟିପତି ଇଞ୍ଜିନିୟର୍ ପ୍ରତାପ କୁମାର ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି CM ନବୀନ ପଟ୍ଟନାୟକ

କୋଟିପତି ଇଞ୍ଜିନିୟର୍ ପ୍ରତାପ କୁମାର ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି CM ନବୀନ ପଟ୍ଟନାୟକ

ଗୁରୁବାର ଓଡ଼ିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ମୁଖ୍ୟ ମନ୍ତ୍ରୀ। ଏପର୍ଯ୍ୟନ୍ତ ୧୩୧ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆ ସରିଲାଣି।

କୋଟିପତି ଇଞ୍ଜିନିୟର୍ ପ୍ରତାପ କୁମାର ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି CM ନବୀନ ପଟ୍ଟନାୟକ
କୋଟିପତି ଇଞ୍ଜିନିୟର୍ ପ୍ରତାପ କୁମାର ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି CM ନବୀନ ପଟ୍ଟନାୟକ
  • News18 Odia
  • Last Updated: November 19, 2021, 2:37 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ମୁଖ୍ୟ ମନ୍ତ୍ରୀଙ୍କ ଶୂନ୍ୟ ସହିଷ୍ଣୁତା ଜାରି ରହିଛି। ଦୁର୍ନୀତି ଅଭିଯୋଗ ପରେ ମୁଖ୍ୟ ମନ୍ତ୍ରୀଙ୍କ କାର୍ଯ୍ୟାଳୟ ସିଧାସଳଖ ତଦନ୍ତ କରି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛି। ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରର ପଞ୍ଚମ ପାଳିରେ ଅଧିକ ସକ୍ରିୟ ହୋଇ ଦୁର୍ନୀତି ବିରୋଧୀ ଅଭିଯାନକୁ କଠୋର କରିଛନ୍ତି। ପ୍ରଶାସନିକ ଅଧିକାରୀ ବି ଏଥିରୁ ବାଦ ପଡ଼ିନାହାଁନ୍ତି। କାହାକୁ ନିଲମ୍ବନ କରାଯାଇଛି ତ କାହାକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଗୁରୁବାର ଓଡ଼ିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ମୁଖ୍ୟ ମନ୍ତ୍ରୀ। ଏପର୍ଯ୍ୟନ୍ତ ୧୩୧ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆ ସରିଲାଣି।

ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ ସହ ମୁଖ୍ୟ ମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି । ଏହି କ୍ରମରେ ରାଜ୍ୟ ସରକାର ଓଡ଼ିଶା ରାଜ୍ୟ ପୋଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ସାମଲ ନିଲମ୍ବିତ ହୋଇଥିଲେ। ନିକଟରେ ତାଙ୍କ ବାସଭବନ ଉପରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢ଼ାଉ କରଯାଇ ବ୍ୟାପକ ପରିମାଣର ଆୟ ବହିର୍ଭୁତ ସମ୍ପତ୍ତି ଜବତ କରାଯାଇଥିଲା।

ଗତ ସପ୍ତାହରେ ଏହି ଅଧିକାରୀ ଘରେ ଦୁର୍ନୀତି ନିବାରଣ ସଂସ୍ଥା ଚଢ଼ାଉ କରି କୋଟି କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତି ଠାବ କରିଥିଲା। ଘରେ ନଗଦ ୩୮ ଲକ୍ଷ ଟଙ୍କା ସହ ୭ଟି କୋଠା ଓ ୨୫ଟି ପ୍ଲାଟ ଥିବା ଜାଣିବାକୁ ପାଇଥିଲେ ଭିଜିଲାନ୍ସ। ପ୍ରାୟ ୧୫ କୋଟି ଟଙ୍କାର ଆୟବର୍ହିଭୁତ ସମ୍ପତ୍ତି ଥିବା ଭିଜିଲାନ୍ସ ଆକଳନ କରିଥିଲା।

ଭିଜିଲାନ୍ସ ତାଙ୍କୁ ଗିରଫ କରିବା ପରେ ରାଜ୍ୟ ସରକାର ତାଙ୍କୁ ଚାକିରିରୁ ନିଲମ୍ବନ କରିଥିଲେ। ଗୁରୁବାର ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। କିଛି ଦିନ ପୂର୍ବରୁ ରାଜ୍ୟ ସରକାର ଏବେ ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଥିଲେ। ୮ ଜଣଙ୍କ ମଧ୍ୟରୁ ନିମାପଡାର ପୂର୍ବତନ ତହସିଲଦାର ତଥା ସବ୍‌ ରେଜିଷ୍ଟର ଦାୟିତ୍ବରେ ଥିବା ଓ.ଏ.ଏସ୍‌. ଅଧିକାରୀ ରାମଚନ୍ଦ୍ର ଜେନାଙ୍କ ବିରୁଦ୍ଧରେ ୩ଟି ଦୁର୍ନୀତି ଅଭିଯୋଗ ରହିଥିଲା ।

ଜଗତସିଂହପୁରର ପୂର୍ବତନ ଡେପୁଟି କଲେକ୍ଟର ଓ.ଏ.ଏସ୍‌. ଅଧିକାରୀ ଗୌରାଙ୍ଗ ଚରଣ ମହାନ୍ତିଙ୍କ ବିରୁଦ୍ଧରେ ୭ଟି ଦୁର୍ନୀତି ଅଭିଯୋଗ ଥିଲା । ସୁନ୍ଦରଗଡ଼ ଲାଠିକଟାର ପୂର୍ବତନ ତହସିଲଦାର ଓ ବର୍ତ୍ତମାନ ବରଗଡର ଅମ୍ବାଭୋନାରେ ବି.ଡି.ଓ. ଥିବା ଓ.ଏ.ଏସ୍‌. ଅଧିକାରୀ ଆଲଫୋନ୍‌ସ ବିଲୁଙ୍ଗଙ୍କ ନାମରେ ୩ଟି ଦୁର୍ନୀତି ଅଭିଯୋଗ ରହିଥିଲା।

କେନ୍ଦୁଝର ଜଳସେଚନ ବିଭାଗ ବୈତରଣୀ ଡିଭିଜନର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ବିଧାନ ଚନ୍ଦ୍ର ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । କଳାହାଣ୍ଡି ଲାଞ୍ଜିଗଡ ବ୍ଲକ୍‌ର ବିଶ୍ବନାଥପୁର ଠାରେ ସମନ୍ବିତ ଶିଶୁ ବିକାଶ ଯୋଜନାର ସିଡିପିଓ ମୀନା ପାତ୍ର ୨୦୨୧ ଅକ୍ଟୋବର ୪ ତାରିଖରେ ଦୁଇଟି ସ୍ବୟଂ ସହାୟତା ଗୋଷ୍ଠୀ ଠାରୁ ଛତୁଆ ଯୋଗାଣ ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ, ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢ଼ାଉ କରି ତାଙ୍କୁ ଧରା ଯାଇଥିଲା ।

ସେହିପରି କଳାହାଣ୍ଡି ଥୁଆମୂଳ ରାମପୁର ବ୍ଲକ୍‌ର ସମନ୍ବିତ ଶିଶୁ ବିକାଶ ଯୋଜନାର ସିଡିପିଓ ପୁଷ୍ପାଞ୍ଚଳୀ ରଥ ୨୦୨୧ ଅକ୍ଟୋବର ୨୫ ତାରିଖରେ ଗୋଟିଏ କର୍ମୀ ନିଯୁକ୍ତି ପାଇଁ ୧ ଲକ୍ଷ ଟଙ୍କା ଦାବି କରି ଲାଞ୍ଚ ଗ୍ରହଣ କରୁଥିବା ବେଳେ, ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ଧରା ଯାଇଥିଲା । ସେହିପରି ଓଡ଼ିଶା ଅବକାରୀ ସେବା ଅଧିନରେ କାମ କରୁଥିବା ଦେବଗଡର ପୂର୍ବତନ ଡେପୁଟି ଅବକାରୀ ସୁପରିଟେଣ୍ଡେଣ୍ଟ ଅଜିତ କୁମାର ମହାପାତ୍ର ଭଦ୍ରକ ଜିଲ୍ଲା ତିହିଡି ବ୍ଲକରେ କ୍ୟାସିଅର ଭାବରେ କାମ କରୁଥିବା ପ୍ରଭାକର ପ୍ରଧାନଙ୍କ ସହ ୮ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ ମୁଖ୍ୟ ମନ୍ତ୍ରୀ।
Published by: Lipina Das
First published: November 19, 2021, 2:37 PM IST