News18 Odia Digital
ଭୁବନେଶ୍ୱର: ଜାପାନ(Japan)ରୁ ରାଜ୍ୟକୁ ଆସିବ ବଡ଼ ନିବେଶ । ଆସନ୍ତାକାଲି ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Naveen Patnaik)। ତାଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଜାପାନ ଯାଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପ୍ରିଲ ୩ରେ ଜାପାନ ଗସ୍ତରେ ଯାଇ ୯ ତାରିଖରେ ଫେରିବେ । ବିଭିନ୍ନ କ୍ଷେତ୍ରରେ ରାଜ୍ୟରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କୁ ନିମନ୍ତ୍ରଣ କରିବେ।
ଓଡ଼ିଶାରେ ବିଶେଷକରି ଫୁଡ୍ ପ୍ରୋସେସିଂ, ପ୍ଲାଷ୍ଟିକ, ପେଟ୍ରୋ କେମିକାଲସ, ଟେକ୍ସଟାଇଲ, କେମିକାଲସ ଓ ପର୍ଯ୍ୟଟନ ଆଦି କ୍ଷେତ୍ରରେ ନିବେଶର ବିପୁଳ ସମ୍ଭାବନାର ଫାଇଦା ନେବାକୁ ଆହ୍ୱାନ କରିବେ । ୨୦୨୨ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ‘ଜାପାନ’ କଣ୍ଟ୍ରି ପାଟର୍ନର ଭାବେ ସାମିଲ ହୋଇଥିଲା । ୨୦୧୮ ଓ ୨୦୨୨ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଜାପାନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା ।
ମିଳିଥିବା ସୂଚନା ଅନୁସାରେ, ଏହି ସପ୍ତାହବ୍ୟାପୀ ଗସ୍ତକାଳରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ, ଶିଳ୍ପ ସଚିବ ହେମନ୍ତ କୁମାର ଶର୍ମା, ଦିଲ୍ଲୀସ୍ଥିତ ଆବାସିକ କମିଶନର ରବିକାନ୍ତ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର ଭିନିଲକ୍ରିଷ୍ଣା ପ୍ରମୁଖ ଯିବେ ବୋଲି ଜଣାପଡ଼ିଛି । ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ଏହି ଗସ୍ତରେ ଯିବାର ସମ୍ଭାବନା ରହିଛି ।
ଏପ୍ରିଲ ୧୦ରୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ଖାତା ଦେଖା; ଶିକ୍ଷକଙ୍କୁ ମୋବାଇଲ ମନାଓଡ଼ିଶାରେ ଶିଳ୍ପର ବାତାବରଣ ବାବଦରେ ସେମାନଙ୍କୁ ଅବଗତ କରାଯିବ । ପୁଞ୍ଜିନିବେଶକାରୀଙ୍କ ସହ ଆଲୋଚନା କରିବେ । ଏହା ପୂର୍ବରୁ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇ ସେଠାରେ ଇନଭେଷ୍ଟର୍ସଙ୍କୁ ଭେଟିଥିଲେ। ବିଭିନ୍ନ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ୨୨ ହାଜର କୋଟି ଟଙ୍କାର ପ୍ରସ୍ତାବ ଆସିଥିଲା। ଏବେ ଦୁବାଇ ଅପେକ୍ଷା ଜାପାନରୁ ଅଧିକ ପୁଞ୍ଜିନିବେଶ ପ୍ରସ୍ତାବ ଆସିବ ବୋଲି ରାଜ୍ୟ ସରକାର ଆଶାବାଦୀ । ବିଦେଶରୁ ଅଧିକ ପୁଞ୍ଜି ଆଣିବାରେ ଦେଶର ୩ଟି ରାଜ୍ୟ ଆଗରେ ଅଛନ୍ତି । ଏହାରି ଭିତରେ ତିନିଟି ମେକ୍ ଇନ ଓଡ଼ିଶା କନକ୍ଲେଭ ରାଜ୍ୟ ସରକାର କରିଛନ୍ତି ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।