ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ; ସଫଳତାର ସ୍ୱାଦ ଚାଖୁଛି ଓଡ଼ିଶା

ଆଜି ସାରା ଦେଶ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି । ଜଣେ ଭାରତୀୟ ଭାବରେ ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର କହିବା ସହ ଏହି ପବିତ୍ର ଅବସରରେ ସଭିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ; ସଫଳତାର ସ୍ୱାଦ ଚାଖୁଛି ଓଡ଼ିଶା

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ; ସଫଳତାର ସ୍ୱାଦ ଚାଖୁଛି ଓଡ଼ିଶା

  • Share this:
News 18 Odia Digital

ଭୁବନେଶ୍ୱର; ଆଜି ସାରା ଦେଶ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି । ଜଣେ ଭାରତୀୟ ଭାବରେ ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର କହିବା ସହ ଏହି ପବିତ୍ର ଅବସରରେ ସଭିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ପଟେଲ, ମୌଲାନା ଆଜାଦ, ଡଃ ବି.ଆର. ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ସହିଦ୍ ଲକ୍ଷ୍ଣଣ ନାଏକ, ବୀର ସୁରେନ୍ଦ୍ର ସାଏ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କ ନେତୃତ୍ୱରେ ଆମେ ସ୍ୱାଧୀନତା ହାସଲ କରିଛୁ ଏହି ଅବସରରେ ସେମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି କହିଛନ୍ତି ମୁଖ୍ୟମନ୍ତ୍ରୀ ।



ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଯବାନମାନଙ୍କ ପ୍ରତି ଓ କୋଭିଡ ମହାମାରୀ ସମୟରେ ମାନବ ଜାତିର ସେବାରେ ସହୀଦ ହୋଇ ଥିବା କୋଭିଡ ଯୋଦ୍ଧାଙ୍କୁ ମଧ୍ୟ  ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆମର ସ୍ବାଧୀନତା ଥିଲା କୋଟି କୋଟି ଭାରତୀୟ ମାନଙ୍କ ବିଜୟ । ସତ୍ୟ ଓ ଅହିଂସାର ବିଜୟ ଏହି ବିଜୟ ସାରା ବିଶ୍ବକୁ ରାସ୍ତା ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି ।

ଏଥିସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୭୫ ବର୍ଷରେ ଦେଶ ଅନେକ ମାଇଲ ଷ୍ଟୋନ ହାସଲ କରିଛି । କୃଷି, ଶିକ୍ଷା, ସ୍ବାସ୍ଥ୍ୟ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ଶିଳ୍ପ, ଗବେଷଣା ଆଦି ବିଭିନ୍ନ କ୍ଷେତ୍ରରେ ଭାରତ ଆଜି ଆଗୁଆ ଦେଶ ସହ ପ୍ରତିଯୋଗିତା କରିପାରୁଛି । ଆମ ଓଡ଼ିଶା ମଧ୍ୟ ଦେଶର ବିକାଶ ସହିତ ତାଳ ଦେଇ ଆଗେଇ ଚାଲିଛି । ୭୫ ବର୍ଷରେ ଓଡ଼ିଶା ଅନେକ ଲ୍ୟାଣ୍ଡମାର୍କ ହାସଲ କରି ଦେଶକୁ ରାସ୍ତା ଦେଖାଇଛି ।

ଓଡ଼ିଶାରେ ଆଜି ଟ୍ରାନସଫରମେସନ ନୂଆ ଯୁଗ ଆରମ୍ଭ ହୋଇଛି । ଓଡ଼ିଶାର ସଫଳତା ଅନ୍ୟ ମାନଙ୍କ ପାଇଁ ମାର୍ଗ ଦର୍ଶନ କରୁଛି । ଏକ ଖାଦ୍ୟ ଅଭାବ ରାଜ୍ୟରୁ ଏକ ଖାଦ୍ୟ ବାଣ୍ଟିବା ରାଜ୍ୟ ହେବା, ବିପର୍ଯ୍ୟୟ ପରିଚାଳନାରେ ବିଶ୍ବ ପାଇଁ ଆଦର୍ଶ ସୃଷ୍ଟି କରିବା, ଖେଳ ହବ୍ ଭାବରେ ପରିଚୟ ସୃଷ୍ଟି କରିବା ଓ , ୭୦ ଲକ୍ଷ ମାଙ୍କୁ ସଶକ୍ତ କରିବା ଆଦି ଲ୍ୟାଣ୍ଡମାର୍କ ଆମ ଓଡ଼ିଶାର ଜୟଯାତ୍ରାର ପ୍ରତୀକ।

ଶିକ୍ଷାକୁ ଗୁରୁତ୍ୱ. ଆମ ସ୍କୁଲ ବିକାଶମୂଳକ କାର୍ଯ୍ୟକ୍ରମ, ଗୁଣାତ୍ମକ ଶିକ୍ଷାର ଦୃଢ ପ୍ରତିଶ୍ରୁତି ବହନ କରୁଛି । ପିଲାମାନଙ୍କ ଭିତରେ ନୂଆ ଆଶା ସୃଷ୍ଟି କରିଛି । ଗାଁର ପ୍ରତିଭାବାନ ପିଲାମାନଙ୍କ ପାଇଁ ଆରମ୍ଭ ହୋଇଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଆଜି ବେଶ୍‌ ଲୋକପ୍ରିୟ ହୋଇଛି । କୋଟିଆରୁ ଆରମ୍ଭ କରି ଭୁବନେଶ୍ୱରର ଆଇକନିକ OAV ପର୍ଯ୍ୟନ୍ତ ୩୧୫ଟି ଆଦର୍ଶ ବିଦ୍ୟାଳୟରେ ଆଜି ଏକ ଲକ୍ଷ ପିଲା ପାଠ ପଢୁଛନ୍ତି । ଆଜି ଏହି ଅବସରରେ ୫ ହଜାର ଝିଅ ପିଲାଙ୍କ ପାଇଁ ଆଦର୍ଶ ବିଦ୍ୟାଳୟରେ ୫୦ଟି ହଷ୍ଟେଲର ବ୍ୟବସ୍ଥା କରାଯାଇଛି ।

ସ୍ବାଧୀନତାର ୭୫ ବର୍ଷ ଅବସରରେ ଆମେ ରାଜ୍ୟର ୩୦ଟି ଜିଲ୍ଲାର ଗ୍ରାମାଞ୍ଚଳରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ର ୩୦୦୦ ସ୍ମାରକୀ ସ୍ଥାପନ କରୁଛୁ । ଆମର ଯୁବ ବର୍ଗଙ୍କ ପାଇଁ କର୍ମ ନିଯୁକ୍ତି ଉପରେ ଆମେ ବିଶେଷ ଗୁରୁତ୍ୱ ଦେଇଛୁ । ସରକାରୀ କ୍ଷେତ୍ରରେ ଖାଲି ଥିବା ବିଭିନ୍ନ ପଦବୀ ଗୁଡିକ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି । ବିଭିନ୍ନ ବିଭାଗରେ ୭୦ ହଜାରରୁ ଅଧିକ ଖାଲି ପଡ଼ିଥିବା ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯାଉଛି । ଜନଜାତି ଭାଇଭଉଣୀ ମାନଙ୍କ ବିକାଶ ଓ ସେମାନଙ୍କ ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ବହୁତ ଭଲ କାମ କରିଛି । ଓଡ଼ିଶାର ଜନଜାତି ପିଲାମାନେ ଆଜି ବିଭିନ୍ନ କ୍ଷେତ୍ରରେ, ଦେଶ ବିଦେଶରେ ସୁନାମ ଅର୍ଜନ କରୁଛନ୍ତି । ନିକଟରେ ରୋମ୍‌ରେ ଆମ ଓଡ଼ିଆ ପିଲା ଶେଷା କିଶାନଙ୍କୁ ଭେଟି ମୋତେ ବହୁତ ଖୁସି ଲାଗିଥିଲା ।

ଖାଦ୍ୟ ସୁରକ୍ଷା ପରେ ପୁଷ୍ଟିକର ସୁରକ୍ଷା ଦିଗରେ ଆମର ଗୁରୁତ୍ୱ । ମିଲେଟ ମିଶନ ରାଜ୍ୟର ଉଣେଇଶଟି ଜିଲ୍ଲାକୁ ବଢାଯାଇଛି ଏଥିପାଇଁ ଦୁଇ ହଜ଼ାର ଆଠଶହ କୋଟି ଟଙ୍କା ଖର୍ଚ୍ଚ ହେବ । ଓଡ଼ିଶା ଜଗନ୍ନାଥଙ୍କ ପବିତ୍ର ଭୂମି । ଓଡ଼ିଆ ମାନେ ସବୁବେଳେ ରାଜ୍ୟ ସ୍ତରୀୟ ଚିନ୍ତାଧାରାରୁ ବାହାରକୁ ଯାଇ ଜାତୀୟ ସ୍ତରର ଏନର୍ଜିରେ କାମ କରନ୍ତି । ଭାରତୀୟ ଜାତୀୟ ହକିର ଉଭୟ ପୁରୁଷ ଏବଂ ମହିଳା ଟିମକୁ ଓଡ଼ିଶା ସ୍ପନସର କରିବା ଆମ ପାରିବା ପଣିଆର ବଡ଼ ଉଦାହରଣ । ଆଉ ୨୫ ବର୍ଷ ପରେ ଆମେ ସ୍ବାଧୀନତାର ଶତ ବାର୍ଷିକୀ ପର୍ବ ପାଳନ କରିବା । ସେଥିପାଇଁ ଆମକୁ ବର୍ତ୍ତମାନ ଠାରୁ ପ୍ରସ୍ତୁତ ହେବାକୁ ହେବ । ମୋର ପୁରା ବିଶ୍ୱାସ ଏହି ସମୟ ମଧ୍ୟରେ ଦେଶର ବିକାଶରେ ଓଡ଼ିଶାର ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରହିବ । ଆମେ ସମସ୍ତେ ଯଦି ଦିନର ଅଳ୍ପ କିଛି ସମୟ ଦେଶ ପାଇଁ ଦେଇପାରିବା ତେବେ ଆମେ ବହୁତ ବଡ଼ ପରିବର୍ତ୍ତନ ଆଣି ପାରିବା ।
Published by:Soubhagya Mishra
First published: