କେନ୍ଦ୍ରାପଡ଼ାରେ ମହାନଦୀ ବନ୍ଦର ପ୍ରକଳ୍ପ: MoU ଚୂଡ଼ାନ୍ତ; ମୁଖ୍ୟ ସଚିବ ଓ 5T ସଚିବ ବୁଲି ଦେଖିଲେ
ଏହି ବନ୍ଦର କାର୍ଯ୍ୟକ୍ଷମ ହେଲେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ପ୍ରଥମ ପର୍ଯ୍ୟାୟରେ ୪,୦୦୦ ଓ ଦ୍ଵିତୀୟ ପର୍ଯ୍ୟାୟରେ ୧,୭୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ମହାକାଳପଡ଼ା ବ୍ଲକ୍ ଆଖଡାଶାଳି ଗ୍ରାମ ଅଞ୍ଚଳରେ ହେବାକୁ ଯାଉଥିବା ଏହି ବନ୍ଦର ସବୁଦିନିଆ ବହୁମୁଖୀ ସେବା ଯୋଗାଇବ।

ଅସିତ ତ୍ରିପାଠୀ, ଭି.କେ. ପାଣ୍ଡିଆନ ଓ ଅତନୁ ସବ୍ୟସାଚୀ ନାୟକ ପ୍ରସ୍ତାବିତ ମହାନଦୀ ବନ୍ଦର ଅଞ୍ଚଳ ବୁଲି ଦେଖୁଛନ୍ତି ।
- News18 Odia
- Last Updated: December 20, 2020, 4:58 PM IST
ଭୁବନେଶ୍ୱର: ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ନେତୃତ୍ୱରେ 5T ସଚିବ ଭି.କେ. ପାଣ୍ଡିଆନ ଓ ବାଣିଜ୍ୟ ଓ ପରିବହନ ସ୍ୱତନ୍ତ୍ର ସଚିବ ମନୋଜ ମିଶ୍ରଙ୍କ ଏକ ଉଚ୍ଚସ୍ତରୀୟ ଟିମ୍ ରବିବାର ଦିନ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରସ୍ତାବିତ ମହାନଦୀ ବନ୍ଦର ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହି ବରିଷ୍ଠ ଅଧିକାରୀମାନଙ୍କ ସହ ପାରାଦୀପ ପୋର୍ଟ ଟ୍ରଷ୍ଟର ଅଧ୍ୟକ୍ଷ ରିଙ୍କେଶ ରାୟ ଓ ଅନ୍ୟ ଅଧିକାରୀମାନେ ପ୍ରସ୍ତାବିତ ଅଞ୍ଚଳ ବୁଲି ଦେଖିଛନ୍ତି ।
ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ପ୍ରସ୍ତାବିତ ମହାନଦୀ ବନ୍ଦର ଅଞ୍ଚଳରେ ଉପସ୍ଥିତ ରହି ଏହି ପ୍ରକଳ୍ପ ବିଷୟରେ ବରିଷ୍ଠ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ । କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ମଧ୍ୟ ଆଲୋଚନାରେ ଭାଗ ନେଇଥିଲେ ।
ଏହା ବି ପଢ଼ନ୍ତୁ | ହାତ ପାପୁଲିରେ ଯଦି ଏମିତି ଚିହ୍ନ ଅଛି ତାହେଲେ ସାଧାରଣତଃ ପ୍ରେମିକ/ପ୍ରେମିକା ଠାରୁ ଧୋକା ମିଳେ
କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍ ଆଖଡାଶାଳି ଗ୍ରାମ ଅଞ୍ଚଳରେ ହେବାକୁ ଯାଉଥିବା ଏହି ବନ୍ଦର ସବୁଦିନିଆ ବହୁମୁଖୀ ସେବା ଯୋଗାଇବ। ବାର୍ଷିକ ୫୪ ମେଟ୍ରିକ୍ ଟନ୍ କ୍ଷମତା ସମ୍ପନ୍ନ ଏହି ବନ୍ଦର ୪,୦୬୨ କୋଟି ଟଙ୍କା ବ୍ୟୟରେ ପିପିପି ମୋଡରେ ନିର୍ମାଣ ହେବାକୁ ଯାଉଛି; ଯାହାର ୨୨ ମେଟ୍ରିକ୍ ଟନ୍ କ୍ଷମତା ପ୍ରଥମ ପର୍ଯ୍ୟାୟରେ କାର୍ଯ୍ୟକାରୀ ହେବ। ଏ ନେଇ ସହାୟକ ଭିତ୍ତିଭୂମି ଯେପରି ରାସ୍ତାଘାଟ ଓ ରେଳ ଯୋଗାଯୋଗ ଆଦି ବିକାଶ ଦାୟିତ୍ୱ ପାରାଦୀପ ପୋର୍ଟ ଟ୍ରଷ୍ଟକୁ ପ୍ରଦାନ କରାଯାଇଛି।
ଏହା ବି ପଢ଼ନ୍ତୁ | ଶୀତଦିନେ ନିଜ ଶିଶୁକୁ ଗାଧୋଇଦେବା ବେଳେ ଏହି କଥାଗୁଡ଼ିକ ଉପରେ ଧ୍ୟାନ ଦିଅନ୍ତୁ
ରାଜ୍ୟ ସରକାର ଏହି ପ୍ରକଳ୍ପ ପାଇଁ ୩୦୦ ହେକ୍ଟର ଜମି ଚିହ୍ନଟ କରିଛନ୍ତି। ଏଥି ସହ ପ୍ରକଳ୍ପ ପାଇଁ ଆବଶ୍ୟକ ସ୍ଥଳେ ଅତିରିକ୍ତ ଜମି ଯୋଗାଇ ଦେବେ ବୋଲି ରାଜ୍ୟ ସରକାର କହିଛନ୍ତି ।
୨୦୧୮ ମସିହାରେ ରାଜ୍ୟ ସରକାର ମହାନଦୀ ବନ୍ଦର ସ୍ଥାପନ ନେଇ ନିଷ୍ପତ୍ତି ନେବା ସହ ଆରଏଫକ୍ୟୁ ପ୍ରକାଶ କରିଥିଲେ। କିନ୍ତୁ ନିଲାମଧାରୀଙ୍କ ଆଗ୍ରହ ଅଭାବରୁ ଏହି ପ୍ରକଳ୍ପ କାର୍ଯ୍ୟ ଆଗେଇ ପାରି ନ ଥିଲା। ପରେ ପାରାଦୀପ ପୋର୍ଟ ଟ୍ରଷ୍ଟ ଏହି ପ୍ରକଳ୍ପରେ ଆଗ୍ରହ ପ୍ରକାଶ କରି ରାଜ୍ୟ ସରକାରଙ୍କ ସହ ଚୁକ୍ତିନାମା ସ୍ଵାକ୍ଷର ପାଇଁ ପ୍ରସ୍ତାବ ଦେଇଥିଲା।
ଏହି ବନ୍ଦର କାର୍ଯ୍ୟକ୍ଷମ ହେଲେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ପ୍ରଥମ ପର୍ଯ୍ୟାୟରେ ୪,୦୦୦ ଓ ଦ୍ଵିତୀୟ ପର୍ଯ୍ୟାୟରେ ୧,୭୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହି ନଦୀ ବନ୍ଦର ସହ ରାଜ୍ୟ ସରକାରଙ୍କ ସହଯୋଗରେ ନିର୍ମିତ ହରିଦାସପୁର-ପାରାଦୀପ ରେଳ ଲାଇନ କେନ୍ଦ୍ରାପଡ଼ା ଜିଲ୍ଲାର ଅର୍ଥନୈତିକ ଅଭିବୃଦ୍ଧି ଓ ପ୍ରଗତିରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ଆଶା କରାଯାଉଛି ।