ଗାଁର ଉନ୍ନତି ପାଇଁ ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ପରାମର୍ଶ ଦେଲେ CM ନବୀନ

ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ସମାଧାନ ପାଇଁ ଉଦ୍ୟମ କରିବାକୁ ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ର ଉନ୍ନତି ପାଇଁ ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ପରାମର୍ଶ ଦେଲେ CM ନବୀନ

ର ଉନ୍ନତି ପାଇଁ ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ପରାମର୍ଶ ଦେଲେ CM ନବୀନ

  • Share this:
News18 Odia Digital

ଭୁବନେଶ୍ବର: ପୌର ପ୍ରତିନିଧିଙ୍କୁ ପୌର ଶାସନ କଳା ନେଇ ଦିଗ ଦର୍ଶନ ଦେବା ପରେ ଗୁରୁବାର ପଞ୍ଚାୟତ ପ୍ରତିନିଧିଙ୍କୁ ଟିପ୍ସ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବ ନିର୍ବାଚିତ ଜିଲ୍ଲା ପରିଷଦ ସଭାପତି, ଉପ ସଭାପତିଙ୍କ ସହ ସମିତି ଅଧ୍ୟକ୍ଷ ଓ ସରପଞ୍ଚମାନଙ୍କୁ ଦିଗ ଦର୍ଶନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ସମାଧାନ ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେଇଛନ୍ତି। ୫-ଟି ମନ୍ତ୍ରକୁ ଗାଁର ବିକାଶରେ ଉପଯୋଗ କରି ଗାଁ ଓ ପଞ୍ଚାୟତ କିପରି ଆଦର୍ଶ ଭାବେ ଗଢ଼ି ତୋଳି ହେବ ସେ ନେଇ ଟିପ୍ସ ଦେଇଛନ୍ତି ନବୀନ।

ପଞ୍ଚାୟତ ହେଉଛି ସେବାର କେନ୍ଦ୍ର। ଶାସନ ବ୍ୟବସ୍ଥା ଓ ବିକାଶ ଯୋଜନାରେ ପଞ୍ଚାୟତର ଗୁରୁତ୍ବ ଅଧିକ। ସରକାରୀ ସେବାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ସହ ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ସମାଧାନ ପାଇଁ ଉଦ୍ୟମ କର। ନବ ନିର୍ବାଚିତ ପଞ୍ଚୟତ ପ୍ରତିନିଧିଙ୍କୁ ଏଭଳି ଟିପ୍ସ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କିଟ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଦିଗ ଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ନବୀନ କହିଛନ୍ତି ଯେ ଲୋକ ଭରସା କରିଥିବାରୁ ଆସ୍ଥା ଓ ଭରସାକୁ ପବିତ୍ର ଦାୟିତ୍ବ ଭାବି କାର୍ଯ୍ୟ କର। ୫-ଟି ମନ୍ତ୍ରକୁ ଗାଁର ବିକାଶରେ ଉପଯୋଗ କରି ଗାଁ ଓ ପଞ୍ଚାୟତ କିପରି ବିକାଶ ହୋଇପାରିବ ସେ ନେଇ ପାଇଁ ପରାମର୍ଶ ଦେଇଛନ୍ତି।

ଜିପିଏସ୍ ଟେକ୍ନୋଲୋଜି ଜରିଆରେ ପଞ୍ଚାୟତର ଭିତ୍ତି ଭୂମିକୁ ମ୍ୟାପିଂ କରାଯାଇଥିବାରୁ ପଞ୍ଚାୟତ ସ୍ତରରେ ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ। ରାଜ୍ୟର ବିକାଶରେ ପଞ୍ଚାୟତରାଜ ଅନୁଷ୍ଠାନର ଭୂମିକା ଦିଗରେ ଆଲୋକପାତ କରିଥିଲେ ପଞ୍ଚାୟତିରାଜ ମନ୍ତ୍ରୀ। ୫-ଟି ମନ୍ତ୍ରକୁ ଉପଯୋଗ କରି ଲୋକଙ୍କ ନିକଟରେ ସେବା ପହଞ୍ଚାଇବାକୁ କହିଥିଲେ କୃଷିମନ୍ତ୍ରୀ। ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥର ମହିଳାମାନେ ବହୁ ସଂଖ୍ୟାରେ ଜିତି ପଞ୍ଚାୟତର ମଙ୍ଗ ଧରିଛନ୍ତି।

ଏହାଦ୍ବାରା ବିଜୁ ବାବୁଙ୍କ ମହିଳା ସଶକ୍ତିକରଣର ସ୍ବପ୍ନ ସାକାର ହୋଇଛି। ଆମର ଶାସନ ବ୍ୟବସ୍ଥା ଓ ବିକାଶ ଯୋଜନାରେ ପଞ୍ଚାୟତର ଗୁରୁତ୍ବ ବିଷୟରେ ଆପଣମାନେ ଭଲ ଭାବରେ ଜାଣନ୍ତି। ପଞ୍ଚାୟତ ହେଉଛି ସେବାର କେନ୍ଦ୍ର। ସାଧାରଣ ଲୋକ ଯେପରି ସରକାରୀ ସେବାରୁ ବଞ୍ଚିତ ନ ହୁଏ, ସରକାରୀ ସେବା ପାଇବାରେ ହଇରାଣ ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ। ଗରିବ ଲୋକ, ମହିଳା ତଥା ଦୁର୍ବଳ ଶ୍ରେଣୀର ଲୋକ ଓ ସେମାନଙ୍କ ଅଧିକାରକୁ ସୁରକ୍ଷା ଦିଅନ୍ତୁ ବୋଲି କହି ଲୋକଙ୍କ ସୁଖ ଦୁଃଖରେ ସାମିଲ ହେବାକୁ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଭାଗ ନେଇ ପଞ୍ଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଥିଲେ ଯେ ରାଜ୍ୟର ବିକାଶରେ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକର ଭୂମିକା ଗୁରୁତ୍ୱପୂର୍ଣ୍ଣ।

ସେପଟେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ ଯେ ବର୍ତ୍ତମାନ ଜିପିଏସ୍ ଟେକ୍ନୋଲୋଜି ଜରିଆରେ ପଞ୍ଚାୟତର ସବୁ ଭିତ୍ତିଭୂମିକୁ ମ୍ୟାପିଂ କରାଯାଇଛି। ଏହାଦ୍ବାରା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ସମାଧାନ ତୁରନ୍ତ ହୋଇପାରିବ। ପଞ୍ଚାୟତଗୁଡିକ ସରକାରଙ୍କ ଅଭିଯୋଗ ଶୁଣାଣୀ ବ୍ୟବସ୍ଥାର ପ୍ରଥମ ସୋପାନ ବୋଲି ମତବ୍ୟକ୍ତ କରି ଲୋକଙ୍କ ଅଭିଯୋଗ ଗୁଡିକୁ ପଞ୍ଚାୟତ ସ୍ତରରେ ସମାଧାନ କରିବାକୁ ପରାମର୍ଶ ଦେଇଥିଲେ।

କୃଷି ଓ କୃଷକ ସଶକ୍ତକରଣ ମନ୍ତ୍ରୀ ଅରୁଣ ସାହୁ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ରାଜ୍ୟର ମହିଳା ଓ ଯୁବଶକ୍ତିକୁ ଆଗକୁ ଆଣି ପଞ୍ଚାୟତଗୁଡିକୁ ସଶକ୍ତ କରିବା ପାଇଁ ପଦକ୍ଷେପ ନେଇଛନ୍ତି। ସମସ୍ତେ ୫-ଟି ମନ୍ତ୍ରକୁ ଉପଯୋଗ କରି କାମ କଲେ, ରାଜ୍ୟରେ ରୂପାନ୍ତର ଆସିପାରିବ। ଏହି କାର୍ଯ୍ୟକ୍ରମରେ ୧ ଲକ୍ଷ ୬ ହଜାର ୩୫୨ ଜଣ ପଞ୍ଚାୟତ ପ୍ରତିନିଧି ଯୋଗ ଦେଇଥିଲେ।
Published by:Lipina Das
First published: