5T ରେ ରୂପାନ୍ତରିତ ହେବ ବୁର୍ଲା ବୀର ସୁରେନ୍ଦ୍ରସାଏ ୟୁନିଭରସିଟି

ବୁର୍ଲା ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍ନୋଲୋଜିର 5Tରେ ହେବ ରୂପାନ୍ତରୀକରଣ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସୁଟର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦିତ କରିଛନ୍ତି।

ବୀର ସୁରେନ୍ଦ୍ରସାଏ ୟୁନିଭରସିଟି

ବୀର ସୁରେନ୍ଦ୍ରସାଏ ୟୁନିଭରସିଟି

  • News18 Odia
  • Last Updated :
  • Other, India
  • Share this:
News 18 Odia Digital

ସମ୍ବଲପୁର: ବୁର୍ଲା ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍ନୋଲୋଜିର 5T ରେ ହେବ ରୂପାନ୍ତରୀକରଣ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସୁଟର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦିତ କରିଛନ୍ତି। ୨୦୨୬ସୁଦ୍ଧା ଏଠାରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢିବାର ବ୍ୟବସ୍ଥା କରାଯିବ।

ଏହି ମାଷ୍ଟରପ୍ଲାନ ଅନୁଯାୟୀ ୨୦୩୦ ସୁଦ୍ଧା ଏହାକୁ ଏକ ମଲ୍‌ଟି ଡିସିପ୍ଲିନାରୀ ଇଞ୍ଜିନିୟରିଂ ଆଣ୍ଡ ରିସର୍ଚ୍ଚ ୟୁନିଭର୍ସିଟି ଭାବେ ବିକଶିତ କରାଯିବ। ଏହା ଦେଶର ପ୍ରମୁଖ ଇଞ୍ଜିନିୟରିଂ ଅନୁଷ୍ଠାନ ଆଇଆଇଟି ଓ ଏନଆଇଟି ପରି ସଂସ୍ଥାମାନଙ୍କ ସହିତ ସମକକ୍ଷ ହେବ। ମାଷ୍ଟରପ୍ଲାନ ଅନୁଯାୟୀ ଏହି ଅନୁଷ୍ଠାନରେ ୧୦ହଜାର ୮୬୪ ଜଣ ଛାତ୍ରଛାତ୍ରୀ ପାଠ ପଢିବାର ବ୍ୟବସ୍ଥା କରାଯିବ। ଏଥିରେ ୭ଟି ସ୍କୁଲରେ ୨୪ଟି ଇଞ୍ଜିନିୟରିଂ ପ୍ରୋଗ୍ରାମ, ୧୪ରୁ ଅଧିକ ବିଭାଗ ଓ ୨୭ରୁ ଅଧିକ ଉତ୍କର୍ଷ କେନ୍ଦ୍ର ଗଠନ କରାଯିବ। ପ୍ରତ୍ୟେକ ସ୍କୁଲରେ ଶ୍ରେଣୀ ଗୃହ, ଲାବୋରେଟୋରୀ, ପ୍ରଫେସର ମାନଙ୍କ ଚାମ୍ବର ଓ ଗ୍ୟାଲେରୀ ରହିବ।

ଅଗଷ୍ଟ ମାସ ୨୫ ତାରିଖରେ ମୁଖ୍ୟ ଶାସନ ସଚିବ, ମୁଖ୍ଯମନ୍ତ୍ରୀଙ୍କ ୫-ଟି ସଚିବ ପ୍ରମୁଖ ବୁର୍ଲା ଗସ୍ତ କରି ଏହାକୁ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ। ତିନି ମାସ ମଧ୍ୟରେ ସମସ୍ତ ସ୍ମାର୍ଟ ଶ୍ରେଣୀଗୃହର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ସିଏମ୍ ନିର୍ଦ୍ଦେଶ ଦେଇଛନ୍ତି। ହଷ୍ଟେଲ ଏବଂ ଅନ୍ୟାନ୍ୟ ମରାମତି କାର୍ଯ୍ୟ ତୁରନ୍ତ ଶେଷ ହେବ ଏବଂ ଅନୁଷ୍ଠାନକୁ ୨୪ ଘଣ୍ଟା ବିଦ୍ୟୁତ୍ ଯୋଗାଣ ଯୋଗାଇ ଦିଆଯିବ।
Published by:Soumyashree Mishra
First published: