ଦିବଂଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧିଙ୍କ ପରିବାରକୁ ସୁରଜ୍ ପୁରସ୍କାର ଦେଲେ CM ନବୀନ

ହୃଦୟ, କିଡନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗଦାନ ପାଇଁ ୨୦୨୦ ଠାରୁ ସୁରଜ୍ ପୁରସ୍କାର ଦିଆଯାଉଛି।

ଦିବଂଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧିଙ୍କ ପରିବାରକୁ ସୁରଜ୍ ପୁରସ୍କାର ଦେଲେ CM ନବୀନ

ଦିବଂଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧିଙ୍କ ପରିବାରକୁ ସୁରଜ୍ ପୁରସ୍କାର ଦେଲେ CM ନବୀନ

  • Share this:
News18 Odia Digital

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଅଲାଡ଼ି ଗ୍ରାମର ସ୍ଵର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧି ପରିବାରକୁ ୨୦୨୨ ପାଇଁ ସୁରଜ୍ ପୁରସ୍କାର (ଅଙ୍ଗ ଦାନ ନିମନ୍ତେ ପ୍ରଦତ୍ତ) ପ୍ରଦାନ କରିଛନ୍ତି। ଉଭୟ ପରିବାରକୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରାଯାଇଛି।

ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ସୁଶିଲଙ୍କ ପତ୍ନୀ ପିଙ୍କି ସାହୁ ଓ ସିଦ୍ଧିଙ୍କ ପିତା ସପନ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି।

ହୃଦୟ, କିଡନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗଦାନ ପାଇଁ ୨୦୨୦ ଠାରୁ ସୁରଜ୍ ପୁରସ୍କାର ଦିଆଯାଉଛି। ୨୦୨୦ରେ ଗଞ୍ଜାମର ମସ୍ତିସ୍କ ମୃତ ସୁରଜ୍ ବେହେରାଙ୍କ ପିତାମାତା ତାଙ୍କର ୬ ଗୋଟି ଗୁରୁତ୍ବପୂର୍ଣ ଅଙ୍ଗ ଦାନ କରି ଛଅ ଜଣଙ୍କ ଜୀବନ ରକ୍ଷା କରି ଥିବାରୁ ମୁଖ୍ୟମନ୍ତ୍ରୀ ସେହି ବର୍ଷ ତାଙ୍କ ନାମରେ ସୁରଜ୍ ପୁରସ୍କାର ଆରମ୍ଭ କରିଥିଲେ।

ଉଭୟ ସୁଶୀଲ ଓ ସିଦ୍ଧିଙ୍କ ପିତା-ମାତାଙ୍କ ନିକଟରେ ସମାଜ ଋଣୀ ବୋଲି ମତ ଦେଇ କହିଲେ ଯେ ଏହା ଦ୍ବାରା ସମାଜ ଉପରେ ବହୁତ ଭଲ ପ୍ରଭାବ ପଡୁଛି। ଏହି ପରି ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରି ଏକ ସୁନ୍ଦର ସମାଜ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଅଙ୍ଗ ଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରି ପାରୁଛି। ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ଯ୍ୟ। ଅଙ୍ଗ ଦାନ ଏକ ସାହସିକ ନିଷ୍ପତ୍ତି। ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ବୋଲି ସେ କହିଥିଲେ।

ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ନବ ଦାସ ପ୍ରମୁଖ ନିଜର ବକ୍ତବ୍ୟ ରଖି ସୁଶୀଲ ଓ ସିଦ୍ଧିଙ୍କ ପରିବାରର ତ୍ୟାଗର ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କ ଏହି ମହାନ କାର୍ଯ୍ୟ ସମାଜ ପାଇଁ ଆଦର୍ଶ ବୋଲି ସେମାନେ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ ପଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। NHMର ନିର୍ଦ୍ଦେଶକ ସ୍ବାଗତ ଭାଷଣ ଦେଇଥିଲେ ଓ DMET ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।
Published by:Lipina Das
First published: