CMଙ୍କ ଚିନ୍ତାଧାରା ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବତ୍ତର୍ନ ଆଣିଛି: ଗଣଶିକ୍ଷା ମନ୍ତ୍ରୀ

ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅଧ୍ୟକ୍ଷ ଓ ଏଡ଼ିଇଓମାନଙ୍କୁ ଗଣଶିକ୍ଷା ମନ୍ତ୍ରୀଙ୍କ ପରାମର୍ଶ। ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ଚିନ୍ତାଧାରା ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବତ୍ତର୍ନ ଆଣିଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ଦୁଇଦିନିଆ ସମ୍ମିଳନୀ ଉଦ୍ଘାଟିତ (ପ୍ରତୀକାତ୍ମକ ଛବି)

ଦୁଇଦିନିଆ ସମ୍ମିଳନୀ ଉଦ୍ଘାଟିତ (ପ୍ରତୀକାତ୍ମକ ଛବି)

  • News18 Odia
  • Last Updated :
  • Other, India
  • Share this:
News18 Odia Digital

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କ ଦୁଇଦିନିଆ ସମ୍ମିଳନୀ ଉଦ୍‌ଘାଟିତ ହୋଇଛି। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅଧ୍ୟକ୍ଷ ଓ ଏଡ଼ିଇଓମାନଙ୍କୁ ପରାମର୍ଶ। ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ଚିନ୍ତାଧାରା ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବତ୍ତର୍ନ ଆଣିଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ରାଜ୍ୟର ସମସ୍ତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କ ଦୁଇଦିନିଆ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଛନ୍ତି। ୨୦୨୨ ମସିହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ପରୀକ୍ଷାରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ଶୀର୍ଷ ସ୍ଥାନ ଅଧିକାର କରିଥିବା ବିଭିନ୍ନ ବର୍ଗର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ସମ୍ବର୍ଦ୍ଧନାର ଉତ୍ତରରେ କୃତୀ ଛାତ୍ରଛାତ୍ରୀମାନେ ସେମାନଙ୍କ ସଫଳତାର କାହାଣୀ ବର୍ଣ୍ଣନା କରିବା ସହ ଆଗାମୀ ଜୀବନର ଲକ୍ଷ୍ୟ ଓ ଶିକ୍ଷାର ମାନବୃଦ୍ଧି ନେଇ ମତ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅଶ୍ୱଥୀ ଏସ୍‌. ବିଦ୍ୟାଳୟର ଅଧ୍ୟକ୍ଷ ଓ ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଗୁଣାତ୍ମକ ଶିକ୍ଷାର ବିକାଶ ଦିଗରେ ଧ୍ୟାନ ଦେବାପାଇଁ ପରାମର୍ଶ ଦେବା ସହ ଆଗାମୀ ବର୍ଷ ପାଇଁ ଲକ୍ଷ୍ୟଧାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ।

ଏହାପରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ଡିଗ୍ରୀ କଲେଜ ବା ବିଶ୍ୱବିଦ୍ୟାଳୟରୁ ପୃଥକୀକରଣ, ଅତିଥି ଶିକ୍ଷକ ନିୟୋଜିତ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶୈକ୍ଷିକ ତଦାରଖ ବ୍ୟବସ୍ଥା, ଧନ୍ଦାମୂଳକ ଶିକ୍ଷାର ବିକାଶ ଆଦି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି । ବିଭିନ୍ନ ପ୍ରକାର ଇ-ଶିକ୍ଷଣ ଓ ଇ-ମୂଲ୍ୟାୟନ ସମ୍ବନ୍ଧରେ ଏସ୍‌ସିଇଆର୍‌ଟି ତରଫରୁ ତାଲିମ ଦିଆଯାଇଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ୫୫୦ରୁ ଊଦ୍ଧ୍ୱର୍ କ୍ୟାରିଅର ଓ ୧୨୦୦ରୁ ଊଦ୍ଧ୍ୱର୍ ବୃତ୍ତି ସମ୍ବଳିତ ଓଡ଼ିଶା କ୍ୟାରିଅର ପୋର୍ଟାଲ ଉପରେ ୟୁନିସେଫ୍‌ ଦ୍ୱାରା ପ୍ରଶିକ୍ଷଣ ଦିଆଯାଇଥିଲା। ଏହି ଅବସରରେ ଯୁକ୍ତ-୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ଶୀର୍ଷସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଅଶ୍ୱିନୀ କୁମାର ମିଶ୍ର, ଗଣଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ଶୁଭଶ୍ରୀ ନନ୍ଦଙ୍କ ସମେତ ବିଭିନ୍ନ ବିଦ୍ୟାଳୟର ଅଧ୍ୟକ୍ଷ, ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀ, ବିଭାଗୀୟ ବରିଷ୍ଠ ପଦାଧିକାରୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଛନ୍ତି ।
Published by:Soumya Das
First published: