- News18 Odia
- Last Updated :
- Other, India
News18 Odia Digital
ଜଗତସିଂହପୁରର ଶାରଳା ମନ୍ଦିରରେ ଚନ୍ଦନ ଯାତ୍ରା ବେଳେ ଅଘଟଣ ଘଟିଛି। ବାଣ ଫୁଟି ୮ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୪ ଶିଶୁ ଓ ୨ ପୋଲିସ କର୍ମଚାରୀ ଥିବା ସୂଚନା ମିଳିଛି। ଗତକାଲି ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଏହି ଅଘଟଣ ଘଟିଛି।
ଜଗତସିଂହପୁର ଜିଲ୍ଲା ର୍ତିତ୍ତୋଲ ଥାନା ମା ଶାରଳାଙ୍କ ପୀଠରେ ଚନ୍ଦନ ଯାତ୍ରା ଚାଲିଥିବା ବେଳେ ଏହି ଅଘଟଣ ଘଟିଥିଲା। ସମସ୍ତଙ୍କର ମଣିଜଙ୍ଗା ମେଡ଼ିକାଲରେ ଚିକିତ୍ସା ଚାଲିଛି। ସେଥି ମଧ୍ୟରୁ ୫ ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଆହତଙ୍କ ମଧ୍ୟରେ ଛୋଟ ପିଲା ଓ ପୋଲିସ ମଧ୍ୟ ରହିଛନ୍ତି ବୋଲି କୁହାଯାଉଛି। ଘଟଣାସ୍ଥଳରେ ତହସିଲଦାର ପହଞ୍ଚି ଉଦ୍ଧାର ଓ ଚିକିତ୍ସା ବ୍ଯବସ୍ଥା କରିଛନ୍ତି।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।