ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର; ବଢିଲା ମହଙ୍ଗା ଭତ୍ତା

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି। ପିଛିଲା ଭାବେ ଜାନୁଆରୀ ୨୦୨୨ରୁ ଏହା ଲାଗୁ ହେବ।

ବଢିଲା ମହଙ୍ଗା ଭତ୍ତା (ପ୍ରତୀକାତ୍ମକ ଛବି) (ପ୍ରତୀକାତ୍ମକ ଛବି)

ବଢିଲା ମହଙ୍ଗା ଭତ୍ତା (ପ୍ରତୀକାତ୍ମକ ଛବି) (ପ୍ରତୀକାତ୍ମକ ଛବି)

  • News18 Odia
  • Last Updated :
  • Other, India
  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁୟାରୀ ୧, ୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି।

କର୍ମଚାରୀ ଓ ପେନ୍ସନଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍ସନଭୋଗୀ ଉପକୃତ ହେବେ ।
Published by:Soumya Das
First published: