ଭତ୍ତା ଟଙ୍କା ନଗଦ ଦେବା ପ୍ରସ୍ତାବକୁ ଧର୍ମେନ୍ଦ୍ରଙ୍କ ବିରୋଧ; ମୁଖ୍ୟମନ୍ତ୍ରୀଙ୍କୁ କଲେ ଏମିତି ଅନୁରୋଧ

Dharmendra Pradhan: ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗମାନଙ୍କ ସାମାଜିକ ସୁରକ୍ଷା ଭତ୍ତାକୁ ଡିବିଟି ବଦଳରେ ନଗଦ ଅର୍ଥ ଆକାରରେ ଦେବାର ନିଷ୍ପତ୍ତି ଚିନ୍ତାଜନକ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ।

ଭତ୍ତା ଟଙ୍କା ନଗଦ ଦେବା ପ୍ରସ୍ତାବକୁ ଧର୍ମେନ୍ଦ୍ରଙ୍କ ବିରୋଧ

ଭତ୍ତା ଟଙ୍କା ନଗଦ ଦେବା ପ୍ରସ୍ତାବକୁ ଧର୍ମେନ୍ଦ୍ରଙ୍କ ବିରୋଧ

  • News18 Odia
  • Last Updated :
  • Odisha (Orissa), India
  • Share this:
News18 Odia Digital

Dharmendra Pradhan Urges Odisha CM On DBT: କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (Dharmendra Pradhan) ବୁଧବାର ଦିନ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ (CM Naveen Patnaik) ଡିବିଟି (DBT) ଏବଂ ନଗଦ ଦେୟ ଜାରିର ନିଷ୍ପତ୍ତି ସମୀକ୍ଷା କରିବାକୁ ଅନୁରୋଧ କରିଛନ୍ତି।

ପ୍ରଧାନ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ନଗଦ ଅର୍ଥ ପ୍ରଦାନ ଜରିଆରେ ମଧ୍ୟସ୍ଥିଙ୍କ ଦ୍ୱାରା ଦୁର୍ନୀତି, ହେରଫେର୍ କାରଣରୁ ହିତାଧିକାରୀମାନେ ଅତୀତରେ ଶୋଷଣ ହେବାର ଅନେକ ଘଟଣା ରହିଛି। ଓଡ଼ିଶା ସରକାରଙ୍କ ଦ୍ୱାରା ହିତାଧିକାରୀଙ୍କୁ ନଗଦ ଅର୍ଥ ପ୍ରଦାନ କରିବାର ନିଷ୍ପତ୍ତି ପୁଣି ଥରେ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ପ୍ରୋତ୍ସାହନ ଦେବ। ଏହି ସମସ୍ୟା ଆମ ବରିଷ୍ଠ ନାଗରିକଙ୍କ ଉପରେ ବୋଝ ସୃଷ୍ଟି କରିପାରେ। ତେଣୁ ଡିବିଟି ପ୍ରକ୍ରିୟା ମାଧ୍ୟମରେ ବରିଷ୍ଠ ନାଗରିକ, ବିଧବା ଏବଂ ଦିବ୍ୟାଙ୍ଗଙ୍କୁ ଭତ୍ତା ସହାୟତା ପ୍ରଦାନ କରାଯାଉ।

୨୦ ଲକ୍ଷ ୯୫ ହଜାର ୬୯୫ ହିତାଧିକାରୀଙ୍କୁ କେନ୍ଦ୍ର ସରକାର ଡିବିଟି ମାଧ୍ୟମରେ ସହାୟତା ପ୍ରଦାନ କରୁଛନ୍ତି। ଏହି ହିତାଧିକାରୀ କୌଣସି ଭ୍ରଷ୍ଟାଚାର ବିନା ସିଧାସଳଖ ନିଜ ବ୍ୟାଙ୍କ୍ ଖାତାରେ ସହାୟତ ରାଶି ପାଉଛନ୍ତି। ଡିବିଟି ବ୍ୟବସ୍ଥା କାରଣରୁ ରାଜକୋଷକୁ ସହାୟକ ହେବା ସହ ନକଲି କିମ୍ବା ଭୁତ ହିତାଧିକାରୀ ବାଦ୍ ପଡ଼ିଛନ୍ତି ଏବଂ ମଧ୍ୟସ୍ଥିଙ୍କ ଆବଶ୍ୟକତା ମଧ୍ୟ ହ୍ରାସ ପାଇଛି ଏବଂ ଭ୍ରଷ୍ଟାଚାର ମୁକ୍ତ ଓ ସ୍ୱଚ୍ଛ ରହିଛି।

ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେବା ଭିତ୍ତିରେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଜାନୁଆରୀ ୨୦୨୩ ସୁଦ୍ଧା ଓଡ଼ିଶାର ବିଭିନ୍ନ ବ୍ୟାଙ୍କରେ ୮୨ ହଜାର ୨୬୧ ସକ୍ରିୟ ବ୍ୟାଙ୍କ୍ ମିତ୍ର ମହଜୁଦ୍ ଅଛନ୍ତି। ଏହା ବ୍ୟତୀତ ଓଡ଼ିଶାରେ ୮ ହଜାର ୪୯୧ଟି ପୋଷ୍ଟ ଅଫିସ ରହିଛି ଏବଂ ଏଥିରେ ଦୁର୍ଗମ ଏବଂ ଗ୍ରାମୀଣ ଅଞ୍ଚଳରେ ଆର୍ଥିକ ସେବା ପ୍ରଦାନ କରିବା ପାଇଁ ପ୍ରଶିକ୍ଷିତ କର୍ମଚାରୀ ଅଛନ୍ତି। ଭାରତୀୟ ଡାକର ଉପସ୍ଥିତି ଓ ଏହାର ବ୍ୟାପକ ନେଟୱାର୍କକୁ ଡିବିଟି ସହ ଉପଯୋଗ କରିବାର ଆବଶ୍ୟକତା ରହିଛି।

ଓଡ଼ିଶାରେ ୬ ହଜାର ୭୭୨ ଗ୍ରାମ ପଞ୍ଚାୟତକୁ ୨୨ ହଜାର ଜନସେବା କେନ୍ଦ୍ର ସେବା ପ୍ରଦାନ କରୁଛନ୍ତି। ଏହାର ଉପସ୍ଥିତି ଦ୍ୱାରା ଭାରତ ସରକାରଙ୍କ ଅନେକ ସାମାଜିକ ସୁରକ୍ଷା, ଆର୍ଥିକ ସେବା, କୃଷି ଏବଂ କୃଷକ କଲ୍ୟାଣକାରୀ ଯୋଜନା ସଫଳ ରୂପେ କାର୍ଯ୍ୟକାରୀ ହୋଇପାରିଛି।

ଡିବିଟି ଫ୍ରେମୱାର୍କ ସହିତ ବରିଷ୍ଠ ନାଗରିକ ଭତ୍ତା, ସାମାଜିକ ସୁରକ୍ଷା ଯୋଜନା ଏବଂ ଅନ୍ୟାନ୍ୟ ଆର୍ଥିକ ଯୋଜନାର ଅର୍ଥ ପ୍ରଦାନକୁ ବର୍ତ୍ତମାନ ଉପଲବ୍ଧ ବ୍ୟାଙ୍କ୍ ମିତ୍ର, ଭାରତୀୟ ଡାକର ବ୍ୟାପକ ନେଟୱାର୍କ ଓ ଜନସେବା କେନ୍ଦ୍ର ବ୍ୟବହାର କରାଯିବା ଦରକାର। ଏ ଗୁଡିକ ଅଭିନବ ଉପାୟରେ ଅପହଞ୍ଚ ଲୋକଙ୍କୁ ସେବା ପ୍ରଦାନ କରିପାରିବ ବୋଲି କେନ୍ଦ୍ର ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି।

ଜୁନ୍ ଠାରୁ ନଗଦ ଦେୟ ନିର୍ଦ୍ଦେଶାବଳୀ

ପେନ୍‌ସନ୍‌ର ନଗଦ ଦେୟ ଦେବାର ପୁରୁଣା ପଦ୍ଧତିକୁ ଫେରିବାକୁ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାରଙ୍କ SSEPD ବିଭାଗ ଜୁନ୍ ଠାରୁ ମଧୁ ବାବୁ ପେନସନ୍ ଯୋଜନା (MBPY) ର ହିତାଧିକାରୀଙ୍କୁ ନଗଦ ଅର୍ଥ ପ୍ରଦାନ କରିବାକୁ ପୌରସଂସ୍ଥାର ସମସ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍ ଏବଂ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏହି ବୟାନ ସାମ୍ନାକୁ ଆସିଛି।

ପଢ଼ନ୍ତୁ ପୂରା ଖବର:  Awas Yojana: ଖୁବ୍ ଶୀଘ୍ର ବଣ୍ଟାଯିବ ରାଜ୍ୟକୁ ଆସିଥିବା ୯ ଲକ୍ଷ ଆବାସ ଘର; ଲାଭ ପାଇବେ ଏହି ଲୋକ

ପ୍ରକାଶ ଥାଉକି ମଧୁ ବାବୁ ପେନସନ୍ ଯୋଜନା ଅଧୀନରେ ୬୦ ରୁ ୭୯ ବର୍ଷ ବୟସର ବିଧବା, ଟ୍ରାନ୍ସଜେଣ୍ଡର, ଦିବ୍ୟଙ୍ଗମାନେ ମାସକୁ ୫୦୦ ଟଙ୍କା ଲେଖାଏଁ ପାଆନ୍ତି। ଏଥି ସହିତ, ୮୦ ବର୍ଷରୁ ଅଧିକ ବୟସ୍କମାନେ ୭୦୦ ଟଙ୍କା ପାଆନ୍ତି।
Published by:Lipina Das
First published: