ଆଜି ରାଜ୍ଯରୁ ପ୍ରବଳରୁ ଅତି ପ୍ରବଳ ବର୍ଷା; ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ଲାଗିରହିଛି। ପ୍ରବଳ ବର୍ଷା ନେଇ ଆଠ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପାଣିପାଗ ଖବର (ପ୍ରତୀକାତ୍ମକ ଛବି)

ପାଣିପାଗ ଖବର (ପ୍ରତୀକାତ୍ମକ ଛବି)

  • News18 Odia
  • Last Updated :
  • Share this:
News18 Odia Digital

ଭୁବନେଶ୍ୱର: ଲଘୁଚାପ ଘନୀଭୂତ ହେବା ପରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ଲାଗିରହିଛି। ଆଜି ମଧ୍ୟ ରାଜ୍ୟରେ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାର ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ନେଇ ଆଠ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 15 ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅକ୍ଚୋବର ପର୍ଯ୍ଯନ୍ତ 15 ଯାଏଁ ରାଜ୍ଯରେ ବର୍ଷା ଜାରି ରହିବ ବୋଲି ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ।

ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଉଛି ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର । ଲଘୁଚାପ ପ୍ରଭାବରେ ଓଡିଶା ଉପକୂଳରେ ସମୁଦ୍ର ଅଶାନ୍ତ ଥିବାରୁ ୧୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପଶ୍ଚିମ-କେନ୍ଦ୍ରୀୟ ତତ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସେପ୍ଟେମ୍ବର ୮ ଦିନ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ପରବର୍ତ୍ତୀ ୨ଦିନ ବର୍ଷା ଲାଗିରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ ମଧ୍ୟ କରିଥିଲା।
Published by:Soumya Das
First published: