News 18 Odia Digital
ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହୋଇଛି । ଏହା ପ୍ରଭାବରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ । ଅଧିକାଂଶ ସ୍ଥାନରେ ଲଘୁଚାପ ଜନିତ ବର୍ଷା ହୋଇପାରେ । ୫ଟି ଜିଲ୍ଲା ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ଜିଲ୍ଲା ଗୁଡିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କନ୍ଧମାଳ, ପୁରୀ, ଢେଙ୍କାନାଳ, ଅନୁଗୁଳ, କଳାହାଣ୍ଡି, ବୌଦ୍ଧ, ନବରଙ୍ଗପୁର, ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ସେହିପରି ୫ ତାରିଖରେ ମୟୁରଭଞ୍ଜ , କେନ୍ଦୁଝର, ସୁନ୍ଦରଗଡ଼, ସୋନପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବଲାଙ୍ଗୀର, କଳାହାଣ୍ଡି, କଳାହାଣ୍ଡି ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆଜି ବି ରାଜଧାନୀ ଭୁବନେଶ୍ୱର ଏବଂ ଆଖପାଖ ଅଞ୍ଚଳ ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।