ଲିଙ୍ଗରାଜ ମନ୍ଦିର: ଆସିଗଲା ଏକାମ୍ର କ୍ଷେତ୍ର ମେଗା ପ୍ଲାନ; ୨ ଲକ୍ଷ ଲୋକ ଦେଖିପାରିବେ ମହାଦୀପ

୩୫୦ ବର୍ଷ ପୂର୍ବେ ଲିଙ୍ଗରାଜ ମନ୍ଦିର ରଥଗଡାଠାରୁ ବିନ୍ଦୁସାଗର ପର୍ଯ୍ୟନ୍ତ କେବଳ ମନ୍ଦିର ହିଁ ଥିଲା । ଅନ୍ୟ କୌଣସି ସ୍ଥାୟୀ ନିର୍ମାଣ ନ ଥିଲା । ୩୫୦ ବର୍ଷ ପରେ ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁସାଗରକୁ ନୂଆ ରୂପ ଦେବାକୁ ସରକାର ଯୋଜନା କରିଛନ୍ତି ।

ଏକାମ୍ର କ୍ଷେତ୍ର ମେଗା ପ୍ଲାନ ବୈଠକ ସମୟରେ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ବ୍ୟକ୍ତିଗତ ସଚିବ  ଭି.କେ. ପାଣ୍ଡିଆନ୍

ଏକାମ୍ର କ୍ଷେତ୍ର ମେଗା ପ୍ଲାନ ବୈଠକ ସମୟରେ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ୍

  • Share this:
News18 Odia Digital

ଭୁବନେଶ୍ୱର:  ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଏକାମ୍ର କ୍ଷେତ୍ର ମେଗା ପ୍ଲାନ ପ୍ରସ୍ତୁତ ହୋଇଛି ।  ଲିଙ୍ଗରାଜ ମନ୍ଦିର ଚତୁର୍ପର୍ଶ୍ୱରେ ୬୬ ଏକ ପରିମିତ ଜମିରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ମନ୍ଦିର ଚତୁପାର୍ଶ୍ବର ବିକାଶ କରାଯାଇ ଏଠାରେ ଏକ ଅଧ୍ୟାତ୍ମିକ, ଶାନ୍ତ ତଥା ଭକ୍ତି  ପରିବେଶ ପାଇଁ ତିଆରି ଯୋଜନା କରାଯାଇଛି । ଏହି ଯୋଜନା କାର୍ଯ୍ୟକାରୀ ହେବା ପରେ ଏକା ସାଙ୍ଗରେ ଦୁଇ ଲକ୍ଷରୁ ଅଧିକ ଲୋକ ମନ୍ଦିର ସମ୍ମୁଖରେ ସମବେତ ହୋଇ ମହାପ୍ରଭୁଙ୍କର ଶିବରାତ୍ରି ଉତ୍ସବରେ ସାମିଲ ହୋଇ ମହାଦୀପ ଦର୍ଶନର ଆଧ୍ୟାତ୍ମିକ ଲାଭ ଅନୁଭବ କରିପାରିବେ । ପୂର୍ବରୁ ୧୦ ରୁ ୧୫ ହଜାର ଲୋକ ମନ୍ଦିର ସମ୍ମୁଖରେ ଏକାଠି ହେବାପରେ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଏହି ନୂଆ ଯୋଜନା ପରେ ଏ ଅସୁବିଧା ଦୂର ହୋପାରିବ । କେବଳ ସେତିକି ନୁହେଁ ଶିବରାତ୍ରି ସହିତ ଅଶୋକାଷ୍ଟମୀ ରଥଯାତ୍ରା ଏବଂ ମହାପ୍ରଭୁଙ୍କର ଅନ୍ୟ ଯାନିଯାତ୍ରା ସମୟରେ ତୀର୍ଥଯାତ୍ରୀ ପରିଚାଳନାରେ ମଧ୍ୟ ଏହା ବିଶେଷ ସହାୟକ ହେବ ବୋଲି କୁହାଯାଇଛି । ଏହି ବିସ୍ତାର ଯୋଜନା ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ କିପରି ହେବ ପୁରା ଯୋଜନା ସେ ନେଇ ମୁଖ୍ୟ ମନ୍ତ୍ରୀଙ୍କ ନିକଟରେ ପୁରା ପ୍ଲାନ ଉପସ୍ଥାପନ କରାଯାଇଥିଲା। ଭିଡିଓ କନ୍ଫରେନ୍ସି ରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ଯୋଜନାର ରୂପରେଖ ଉପସ୍ଥାପନ କରାଯାଇଥିଲା।

ବିନ୍ଦୁସାଗର ସହିତ ରହିଛି ମହାପ୍ରଭୁଙ୍କର ଅନନ୍ୟ ସଂପର୍କ ଏବଂ ଏହା ଶ୍ରୀଲିଙ୍ଗରାଜ ମନ୍ଦିର ପରେ ଏକାମ୍ର କ୍ଷେତ୍ରର ଦ୍ବିତୀୟ ଆକର୍ଷଣ କେନ୍ଦ୍ର। ବିନ୍ଦୁ ବିନ୍ଦୁ ତୀର୍ଥରୁ ସୃଷ୍ଟି ହୋଇଥିବା ଏହି ପବିତ୍ର ପୁଷ୍କରିଣୀ ଏକାମ୍ରକ୍ଷେତ୍ରର ଆଧ୍ୟାତ୍ମିକ ଜୀବନର ଅନନ୍ୟ ଅଙ୍ଗ। ମହାପ୍ରଭୁଙ୍କ ବିଭିନ୍ନ ଯାନିଯାତ୍ରା ସହିତ ଏହାର ମଧ୍ୟ ସଂପର୍କ ରହିଛି । ଏକାମ୍ରକ୍ଷେତ୍ର ଯୋଜନାରେ ବିନ୍ଦୁସାଗରୁ ଲିଙ୍ଗରାଜ ମନ୍ଦିର ଓ ରଥଗଡା ଠାରୁ ଚଦନ ଯାତ୍ରା ତୀର୍ଥଯାତ୍ରୀ ମାନେ ସିଧା ଦେଖିପାରିବେ। ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁସାଗର ମଧ୍ୟରେ ଥିବା ବିନ୍ଧ୍ୟବାସିନୀ, ଭବାନୀଶଙ୍କର, ଶୁକଶାରୀ ଏବଂ ମୋହିନୀ ଆଦି ମନ୍ଦିର ମଧ୍ୟ ଯାତ୍ରୀମାନେ ଦେଖି ପାରିବେ। ଐତିହାସିକ ଦଲିଲରୁ ଜଣାଯାଏ ଯେ ୩୫୦ ବର୍ଷ ପୂର୍ବେ ଲିଙ୍ଗରାଜ ମନ୍ଦିର ରଥଗଡାଠାରୁ ବିନ୍ଦୁସାଗର ପର୍ଯ୍ୟନ୍ତ କେବଳ ମନ୍ଦିର ହିଁ ଥିଲା । ଅନ୍ୟ କୌଣସି ସ୍ଥାୟୀ ନିର୍ମାଣ ନଥିଲା। ୩୫୦ ବର୍ଷ ପରେ ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁସାଗର ନୂଆ ରୂପ ନେବାକୁ ଯାଉଛି।

ଏକାମ୍ର ଯୋଜନା ଅଧୀନରେ ରେ ପର୍ଯ୍ୟଟକ ଓ ତୀର୍ଥଯାତ୍ରୀ ମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ, ଓରିଏଣ୍ଟସନ ସେଣ୍ଟର, ପାର୍କୀଙ୍ଗ , ଫୁଡ଼ ପ୍ଲାଜା ଭଜନ ମଣ୍ଡପ ସହିତ ଐତିହ୍ୟ ପୁଷ୍କରିଣୀର ପୁନରୁଦ୍ଧାର, କେଦାରଗୌରୀ ପୁଷ୍କରିଣୀର ଜଳନିଷ୍କାସନ ବ୍ୟବସ୍ଥା, ଏକାମ୍ରବାସୀଙ୍କର ସୁବିଧା, ପରିବହନ ବ୍ୟବସ୍ଥା, ଜଳ ନଷ୍କାସନ, ବର୍ଜ୍ୟବସ୍ତୁ ନିଷ୍କାସନ ଆଦି କୁ ନେଇ ଯୋଜନା ପ୍ରସ୍ତୁତ କରାଯାଇଛି । କାରୁକାର୍ଯ୍ୟ ସୁଶୋଭିତ ମନ୍ଦିର, ଐତିହ୍ୟ ନଗରୀ ଭୁବନେଶ୍ବରର ଗରିମାକୁ ଆହୁରି ବୃଦ୍ଧି କରିବା ସହ ବିଶ୍ବ ଐତିହ୍ୟସ୍ଥଳ ତାଲିକାରେ ଭୁବନେଶ୍ବରକୁ ସ୍ଥାନିତ କରିବାରେ ସହାୟକ ହେବ ବୋଲି ଆଶା କରାଯାଉଛି । ପୁରୀ ଶ୍ରୀମନ୍ଦିର ଐତିହ୍ୟ ପ୍ରକଳ୍ପ ପରେ ଏକାମ୍ରକ୍ଷେତ୍ର ଯୋଜନା ହେଉଛି  ଗୁତୁତ୍ୱପୂର୍ଣ ପ୍ରକଳ୍ପ । ଏହା ସହ ଏକାମ୍ରକ୍ଷେତ୍ରର ସାଂସ୍କୃତିକ ଐତିହ୍ୟର ଅନ୍ୟତମ ଆକର୍ଷଣ, ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରୀ, ଅଶୋକାଷ୍ଟମୀ ରଥଯାତ୍ରା ଓ ଶୀତଳ ଷଷ୍ଠୀକୁ ନ୍ୟାସନାଲ କ୍ୟାଲେଣ୍ଡର ଅଫ ଫେଷ୍ଟିଭାଲରେ ସ୍ଥାନିତ ପାଇଁ ପଦକ୍ଷେପ ନିଆଯିବ ବୋଲି ବୈଠକ ରେ ଆଲୋଚନା ହୋଇଛି।

ଏହି କାର୍ଯ୍ୟ ଏକ ବର୍ଷ ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଆଲୋଚନାରେ ଅଂଶଗ୍ରହଣ କରି ସୁଚିନ୍ତିତ ମତାମତ ରଖିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ୍ ଆଲୋଚନାକୁ ସଂଯୋଜନା କରିଥଲେ ।

ଇତିହାସ ପୃଷ୍ଠା ଲେଉଟାଇଲେ ୩୫୦ ବର୍ଷ ପୂର୍ବେ ଲିଙ୍ଗରାଜ ମନ୍ଦିର ରଥଗଡାଠାରୁ ବିନ୍ଦୁସାଗର ପର୍ଯ୍ୟନ୍ତ କେବଳ ମନ୍ଦିର ହିଁ ଥିଲା । ଅନ୍ୟ କୌଣସି ସ୍ଥାୟୀ ନିର୍ମାଣ ନ ଥିଲା ।  ୩୫୦ ବର୍ଷ ପରେ ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁସାଗରକୁ ନୂଆ ରୂପ ଦେବାକୁ ସରକାର ଯୋଜନା କରିଛନ୍ତି ।
Published by:Jagdish Barik
First published: