କଟକ ପ୍ରସିଦ୍ଧ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ଉତ୍ସବ ଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ

ଚଳିତ ବର୍ଷ ବାଲିଯାତ୍ରା ନଭେମ୍ବର ୮ ରୁ ୧୬ ତାରିଖ ପର୍ଯ୍ୟନ୍ତ ଆୟୋଜନ କରିବା ପାଇଁ ବୈଠକରେ ସ୍ଥିର ହୋଇଛି । ଏଥିରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଅଧିକ ସଂଖ୍ୟକ କଳାକାର ଓ ଶିଳ୍ପୀମାନଙ୍କୁ ସାମିଲ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

କଟକ ପ୍ରସିଦ୍ଧ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ଉତ୍ସବ ଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି

କଟକ ପ୍ରସିଦ୍ଧ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ଉତ୍ସବ ଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି

  • News18 Odia
  • Last Updated :
  • Share this:
News 18 Odia Digital

କଟକ; ପ୍ରସିଦ୍ଧ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ଉତ୍ସବଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏଥି ନିମନ୍ତେ  ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ  ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ ଉତ୍ସବର ପରିଚାଳନା ଓ ଆର୍ଥିକ ବ୍ୟବସ୍ଥା ସମ୍ବନ୍ଧିତ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ  କରିଥିଲେ ।

ଚଳିତ ବର୍ଷ ବାଲିଯାତ୍ରା ନଭେମ୍ବର ୮ ରୁ ୧୬  ତାରିଖ ପର୍ଯ୍ୟନ୍ତ ଆୟୋଜନ କରିବା ପାଇଁ  ବୈଠକରେ ସ୍ଥିର ହୋଇଥିଲା । ଏଥିରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଅଧିକ ସଂଖ୍ୟକ  କଳାକାର ଓ ଶିଳ୍ପୀମାନଙ୍କୁ ସାମିଲ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ଯାତ୍ରା ପଡିଆକୁ ରାସ୍ତା ସଂଯୋଗ,  ଟ୍ରାଫିକ୍ ନିୟନ୍ତ୍ରଣ,  ପର୍ଯ୍ୟାପ୍ତ ପାର୍କିଂ ସ୍ଥାନ, ଷ୍ଟଲ ପାଇଁ ସ୍ଥାନ ନିର୍ଦ୍ଧାରଣ, ବିଦ୍ୟୁତ ସଂଯୋଗ, ପରିମଳ, ସ୍ୱାସ୍ଥ୍ୟ ସେବା ଓ  ଆଇନ୍ ଶୃଙ୍ଖଳା ଆଦି ଉପରେ ଗୁରୁତ୍ୱ ଆରୋପ କରି ଏସବୁର ଉତ୍ତମ ପରିଚାଳନା ନିମନ୍ତେ ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ପ୍ରସ୍ତୁତି ସାରିବା ପାଇଁ ଶ୍ରୀ ମହାପାତ୍ର ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଯାତ୍ରା ପଡିଆରେ  ଅଧିକ ସଂଙ୍ଖ୍ୟକ  ପାନୀୟ ଜଳ ଟ୍ୟାଙ୍କ, ଅସ୍ଥାୟୀ ବାଇଓ ଟଏଲେଟ୍ ଆଦି ଲଗାଇବାକୁ କଟକ ପୌର ପରିଷଦ, ଗୃହ ଓ ନଗର ଉନ୍ନୟନ ବିଭାଗକୁ କୁହାଯାଇଥିଲା । ଯାତ୍ରା ପଡିଆରେ କେବୁଲ ମାଧ୍ୟମରେ ବିଦ୍ୟୁତ ସଂଯୋଗ କରିବାକୁ ଶ୍ରୀ ମହାପାତ୍ର ବିତରକ କଂପାନୀକୁ ନିର୍ଦ୍ଦେଶ ଦେଇଥିଲେ । ଯାତ୍ରା ସମୟରେ ନଦୀରେ ଜଳ କ୍ରୀଡା ଏବଂ ଡେଜର୍ଟ ବାଇକ୍ ରାଇଡ଼ିଂ ଆଦିର  ବ୍ୟବସ୍ଥା ବିଷୟରେ ମଧ୍ୟ ବୈଠକରେ  ଆଲୋଚନା ହୋଇଥିଲା । ଏ ବର୍ଷ ଅଧିକ ସଂଖ୍ୟକ ଲୋକ କଳା, ସଂଗୀତ ଏବଂ ନୃତ୍ୟ ଟ୍ରୁପ୍ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ତରଫରୁ ଯୋଗାଇ ଦିଆଯିବ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପାଢ଼ୀ କହିଥିଲେ । ଏନ୍.ଜି.ଟି.ର ଗାଇଡଲାଇନ୍ ଅନୁସାରେ  ଯାତ୍ରାର ଆୟୋଜନ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ ।

ଗୃହ ଓ ନଗର ଉନ୍ନୟନ, ପୁର୍ତ୍ତ, ଶକ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଆଦି ବିଭାଗ  ମାଧ୍ୟମରେ ଯାତ୍ରାର ପ୍ରସ୍ତୁତି ପାଇଁ କରାଯାଇଥିବା ପ୍ରାୟ ୧୫.୩୫ କୋଟି ଟଙ୍କା ଖର୍ଚ୍ଚ ଆକଳନର ପ୍ରସ୍ତାବିତ ବିନିଯୋଗ  ବିଷୟରେ ଆଲୋଚନା ହୋଇଥିଲା ।କଟକର ଜିଲ୍ଲାପାଳ ଶ୍ରୀ ଭବାନୀ ଶଙ୍କର ଚଇନି, କଟକ ଉନ୍ନୟନ କର୍ତ୍ତୁପକ୍ଷ ଅଧ୍ୟକ୍ଷ ଅନିଲ୍ କୁମାର ସାମଲ, କଟକ ପୌର  ପରିଷଦ କମିଶନର ନିଖିଲ ପବନ କଲ୍ୟାଣ, ପ୍ରମୁଖ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ । କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ସୁରେଶ ଚନ୍ଦ୍ର ଦଳାଇ ଭିଡ଼ିଓ କନ୍ଫେରେନ୍ସିଂ  ମାଧ୍ୟମରେ ବୈଠକରେ ଯୋଗ ଦେଇଥିଲେ ।
Published by:Soubhagya Mishra
First published: