ଦୁର୍ନୀତିଗ୍ରସ୍ତ ମାମଲାରେ ବିଦା ହେଲେ ଆଉ ୫ ଜଣ ଅଧିକାରୀ; ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟ ମନ୍ତ୍ରୀ

ପୋଲିସ ଡି.ଏସ୍.ପି. ଓ ଏଏସ୍ ଅଫିସର, ପୋଲିସ ଇନ୍ସପେକ୍ଟର ଓ ୨ ଜଣ ମ୍ୟୁନିସିପାଲଟି ଏକ୍ଜିକ୍ୟୁଟିଭ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର। ଫେବୃଆରୀରେ ୧୧ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୫୧ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟ ମନ୍ତ୍ରୀ

୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟ ମନ୍ତ୍ରୀ

  • Share this:
News18 Odia Digital

ଭୁବନେଶ୍ବର: ବିଦା ହେଲେ ଆଉ ୫ ଜଣ ଅଧିକାରୀ। ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟ ମନ୍ତ୍ରୀ। ମୁଖ୍ୟ ମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରଖି ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏମାନଙ୍କ ମଧ୍ୟରୁ ରହିଛନ୍ତି ଜଣେ ପୋଲିସ ଡି.ଏସ୍.ପି. ଜଣେ ଓଏଏସ୍ ଅଫିସର, ଜଣେ ପୋଲିସ ଇନ୍ସପେକ୍ଟର ଓ ୨ ଜଣ ମ୍ୟୁନିସିପାଲଟି ଏକ୍ଜିକ୍ୟୁଟିଭ ଅଫିସର। ଏହି ୫ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୧ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

କଳାହାଣ୍ଡି ଜିଲ୍ଲା ମହିଳା ବିରୋଧୀ ଅପରାଧ ତଦନ୍ତ କେନ୍ଦ୍ରରେ ଡି.ଏସ.ପି. ଭାବରେ ନିଯୁକ୍ତ ରବିନ୍ଦ୍ର କୁମାର ସେଠୀ ଜଣେ ଅଭିଯୋଗକାରୀଙ୍କ ଠାରୁ ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଧରା ପଡ଼ି ଗିରଫ ହୋଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା।

ଦୁର୍ନୀତି ଓ ଅସାଧୁତା ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେହିପରି ସୁନ୍ଦରଗଡ଼ ଜିଲ୍ଲା ବଣାଇର ପୂର୍ବତନ ତହସିଲଦାର ଓଏଏସ୍‌ ଅଧିକାରୀ ସୁଶୀଲ କୁମାର କୁଜୁର ଢେଙ୍କାନାଳ ସଦର ବ୍ଲକ୍‌ରେ ବିଡିଓ ଥିବାବେଳେ ସେ ମନରେଗା ପାଣ୍ଠି ଆତ୍ମସାତ କରିଥିଲେ। ବିଭିନ୍ନ ଗାଁରେ ଜାଲ କାଗଜପତ୍ରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଦର୍ଶାଇ ସରକାରଙ୍କର ୨୪ ଲକ୍ଷ ୨୨ ହଜାର ୫୩୮ ଟଙ୍କା କ୍ଷତି ପହଞ୍ଚାଇଥିଲେ। ଗିରଫ ହୋଇ ବିଚାର ବିଭାଗୀୟ ହାଜତକୁ ଯାଇଥିବା ବେଳେ ଆଜି ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବଲାଙ୍ଗୀର ଜିଲ୍ଲା ବଙ୍ଗମୁଣ୍ଡାର ପୋଲିସ ଇନ୍ସପେକ୍ଟର ବିନୋଦ ବିହାରୀ ନାୟକ ଭିଜିଲାନ୍ସ ଦ୍ବାରା ଧରା ପଡ଼ିଥିଲେ। ତାଙ୍କ ଠାରୁ ମୋଟ ୫,୮୭,୧୪୦ ଟଙ୍କା ଜବତ କରାଯାଇଥିବା ବେଳେ ୨୦୨୧ ନଭେମ୍ବର ୩୦ ଗିରଫ ହୋଇଥିଲେ ସେ। ଦୁର୍ନୀତି, ଅପାରଗତା ଓ ଦୁର୍ବ୍ୟବହାର ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଭଦ୍ରକ ଜିଲ୍ଲା ବାସୁଦେବପୁର ମ୍ୟୁନିସପାଲଟିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ତାପସ ରଞ୍ଜନ ଜେନାଙ୍କୁ ତାଙ୍କର ପୌରସେବା କାର୍ଯ୍ୟକାଳ ସମୟରେ ଅପାରଗତା, ଅସାଧୁତା, ଦାୟିତ୍ବରେ ଅବହେଳା, ଆର୍ଥିକ ଅନିୟମିତତା ଆଦି ବିଭିନ୍ନ କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଏନଏସିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ବିଜୟକୃଷ୍ଣ ନାୟକଙ୍କୁ ତାଙ୍କର ପୌରସେବା କାର୍ଯ୍ୟକାଳ ସମୟରେ ଅପାରଗତା, ଦାୟିତ୍ବରେ ଅବହେଳା, ନୈତିକ ସ୍ଖଳନ, ମହିଳାଙ୍କ ସହିତ ଅବୈଧ ସମ୍ପର୍କ, ଜନସାଧାରଣଙ୍କୁ ପୌର ସେବା ଯୋଗାଇ ଦେବା କ୍ଷେତ୍ରରେ ଅନାଗ୍ରହ, ସରକାରୀ ନିର୍ଦ୍ଦେଶାବଳୀର ଅବମାନନା ଓ ଓଡ଼ିଶା ସରାକାରୀ ସେବା ଆଚରଣ ବିଧି ୧୯୫୫ର ଉଲ୍ଲଙ୍ଘନ ଆଦି ବିଭିନ୍ନ କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଗତ ୨ ତାରିଖରେ ବରିଷ୍ଠ ଆଇ.ଏ.ଏସ୍. ବିନୋଦ କୁମାର ଚାକିରିରୁ ବରଖାସ୍ତ କରାଯାଇଥିଲା। ରାଜ୍ୟ ସରକାରଙ୍କ ପ୍ରସ୍ତାବରେ କେନ୍ଦ୍ର ସରକାର ମଧ୍ୟ ସମ୍ମତି ପ୍ରଦାନ କରିଥିଲେ। ବିନୋଦ କୁମାର ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଥିବା ସମୟରେ ମହାବାତ୍ୟା ପରେ ପରେ ବିଭିନ୍ନ ନକଲି ଫାର୍ମ ତଥା ବ୍ୟକ୍ତିଙ୍କ ପ୍ରତି ଅନୁଚିତ ଅନୁଗ୍ରହ ପ୍ରଦାନ କରି ୩୩ କୋଟି ୩୪ ଲକ୍ଷ ଟଙ୍କା ବେଆଇନ ଭାବେ ମଞ୍ଜୁର କରିଥିଲେ। ଯାହାଦ୍ବାରା କି ରାଜ୍ୟ ସରକାରଙ୍କର ବିପୁଳ ଆର୍ଥିକ କ୍ଷତି ହୋଇଥିଲା।

ଏଥି ପାଇଁ କୁମାରଙ୍କ ବିରୁଦ୍ଧରେ ଓଡ଼ିଶା ସରକାର ୨୭ଟି ଭିଜିଲାନ୍ସ କେସ୍‌ ଦାୟର କରିଥିଲେ। ସେଥିରୁ ଦୁଇଟି କେସରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ବିନୋଦ କୁମାର। ଫେବୃଆରୀ ୮ ତାରିଖରେ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ ମୁଖ୍ୟ ମନ୍ତ୍ରୀ। ସେମାନଙ୍କ ମଧ୍ୟରେ ଥିଲେ ଜଣେ ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡୀ ସୁପରଭାଇଜର, ପୋଲିସ ଇନ୍ସପେକ୍ଟର, ରେଭିନ୍ୟୁ ସୁପରଭାଇଜର।
Published by:Lipina Das
First published: