ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ
News18 Odia Digital
ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୬୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୫୨୦ ଟଙ୍କା ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ସୁନା ଦର ହ୍ରାସ ପାଇଛି। ଗତ କାଲି ସୁନା ମୂଲ୍ୟ ୪୮,୭୦୦ ଟଙ୍କା ରେକର୍ଡ ହୋଇଥିବାବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୪୪,୬୧୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୦ ଟଙ୍କା ପରିବର୍ତ୍ତନ ରେକର୍ଡ କରାଯାଇଥିଲା।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୧୯୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୧୨ ଟଙ୍କା ରହିଛି।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୧୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୫୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ଅଛି । ସେପଟେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୬୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୪୦ ଟଙ୍କା ଅଛି।
ଗତ ୨୪ ଘଣ୍ଟା ମଧ୍ୟରେ ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୭୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୬୬୦ ଟଙ୍କା ଅଛି।
Published by:Lipina Das
First published: