News18 Odia Digital
ଭୁବନେଶ୍ବର: ଦୀପାବଳି ଅବସରରେ ଭାରତରେ ସୁନା ମୂଲ୍ୟ ସ୍ଥିର ରହିଛି। ମଙ୍ଗଳବାର ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୦୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୮୬୦ ଟଙ୍କା ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ରହିଛି।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୪୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୫୦ ଟଙ୍କା ରହିଛି।
କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୨୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୦୧୦ ଟଙ୍କା ରହିଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୨୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୦୧୦ ଟଙ୍କା ରହିଛି।
ଭୁବନେଶ୍ୱର ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୨୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୦୧୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଏବଂ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ବୃଦ୍ଧି ପାଇଛି।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।